ହଜାରେ ଦେଇ କୁମ୍ଭୀର ଆଣିଲେ

ବାରଙ୍ଗ/କଟକ ସଦର, ୮।୮ (ଡି.ଏନ.ଏ.): କଟକ ସଦର ବ୍ଲକ ଅନ୍ତର୍ଗତ ବାରଦା ଗ୍ରାମ ଶିବବଜାର ନିକଟ ମହାନଦୀରୁ ଶନିବାର ସକାଳେ ଏକ କୁମ୍ଭୀରଛୁଆ ଉଦ୍ଧାର କରାଯାଇଛି। ଜଣେ ମତ୍ସ୍ୟଜୀବୀ ମାଛ ଧରିବାକୁ ମହାନଦୀକୁ ଯାଇଥିବାବେଳେ କୁମ୍ଭୀରଛୁଆ ତାଙ୍କ ଜାଲରେ ପଡିଥିଲା। ଖବରପାଇ ସିଟି ଫରେଷ୍ଟ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଏ ସମ୍ପର୍କରେ ନନ୍ଦନକାନନ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ନନ୍ଦନକାନନର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲା। ଯେହେତୁ ଜୀବନ୍ତ ଅବସ୍ଥାରେ ଉକ୍ତ କୁମ୍ଭୀରକୁ ମତ୍ସ୍ୟଜୀବୀ ଉଦ୍ଧାର କରି ଜଙ୍ଗଲ ବିଭାଗକୁ ପ୍ରଦାନ କରିଥିଲେ, ସେଥିପାଇଁ ତାଙ୍କୁ ୧ ହଜାର ଟଙ୍କାର ପୁରସ୍କାର ଦେଇ କୁମ୍ଭୀର ଛୁଆକୁ ନନ୍ଦନକାନନ ଆଣିଥିଲେ। ଜାଲରେ ପଡିଥିବାରୁ ଶରୀରରେ ଆଘାତ ଲାଗିଥିବା ସନ୍ଦେହ କରି କୁମ୍ଭୀରକୁ ଡାକ୍ତରଖାନାରେ ରଖି ଚିକିତ୍ସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ଧର୍ମଶାଳାରେ ଚାଞ୍ଚଲ୍ୟ, କେଲୁଅ ନଦୀରେ ଭାସୁଛି ମୃତଦେହ

ଧର୍ମଶାଳା,୩୦ା୮(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ପଞ୍ଚାୟତ ବାସୁଦେବପୁର ଶନି ମନ୍ଦିର ନିକଟ କେଲୁଅ ନଦୀରେ ଏକ ଅଜଣା ଶବ ଭାସୁଥିବା…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri