ବନ୍ଧ ଉପରକୁ ମାଡ଼ିଆସିଲା କୁମ୍ଭୀର: ଲୋକଙ୍କ ମଧ୍ୟରେ କୋକୁଆ ଭୟ

ମହାକାଳପଡ଼ା,୭ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ-ମାର୍ଶାଘାଇ ମୁଖ୍ୟ କେନାଲର ଛପାଲି-ସ୍କୁଲଘେରି ଗ୍ରାମ ନିକଟରେ କେନାଲ ବନ୍ଧ ଉପରେ ରବିବାର ବିଳମ୍ବିତ ରାତିରେ କୁମ୍ଭୀର ରାସ୍ତା ଅତିକ୍ରମ କରୁଥିବା ଜଣାପଡିଛି। ଲୋକମାନେ ଦେଖି ଭୟଭୀତ ହୋଇପଡ଼ିଥିଲେ। ଅପରପକ୍ଷରେ ଏହି ସ୍କୁଲଘେରି ଗ୍ରାମରେ ଗଜଲକ୍ଷ୍ମୀ ପୂଜା ଆରମ୍ଭ ହୋଇଛି। ପୂଜା କମିଟି ପକ୍ଷରୁ ପ୍ରତିବର୍ଷ ଭଳି ଚଳିତବର୍ଷ କେନାଲରେ ମତ୍ସ୍ୟଜୀବୀମାନଙ୍କର ୧୬ଟି ଦଳକୁ ନେଇ ନୌକା ପ୍ରତିଯୋଗିତା ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି ବୋଲି ସ୍କୁଲଘେରି ପୂଜା କମିଟି ପକ୍ଷରୁ କୁହାଯାଇଛି। ହେଲେ ଏକ ମାସ ହେବ ଗୋବରୀ ନଦୀରୁ ଉଚ୍ଚ ବନ୍ଧ ପାରି ହୋଇ କେତେଗୋଟି କୁମ୍ଭୀର ଜମ୍ବୁ-ମାର୍ଶାଘାଇ ମୁଖ୍ୟ କେନାଲରେ ପ୍ରବେଶ କରିଥିବା କୁହାଯାଇଛି। ଦିନକ ପରେ କେନାଲରେ ନୌକାଚାଳନା ପ୍ରତିଯୋଗିତା ଅନୁଷ୍ଠିତ ହେବ। କେନାଲରେ କୁମ୍ଭୀର ଥିବାରୁ ନୌଚାଳନା ପ୍ରତିଯୋଗିତା ନେଇ ଆଶଙ୍କା ପ୍ରକାଶ ପାଇଛି। ବନ ବିଭାଗ ପକ୍ଷରୁ କୁମ୍ଭୀରମାନଙ୍କୁ ଉଦ୍ଧାର କରି ନଦୀରେ ଛାଡିବାକୁ ଗ୍ରାମର ଯୁବକମାନେ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ବନ ବିଭାଗ ରେଞ୍ଜ ଅଧିକାରୀ ଶାନ୍ତନୁ କୁମାର ଦଳାଇଙ୍କୁ ପଚାରିବାରେ ଅଭିଯୋଗ ମିଳିଛି ବୋଲି ସେ କହିଛନ୍ତି।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri