ଲୁଣାନଦୀରେ ବୁଲୁଛି ବଉଳା କୁମ୍ଭୀର: ନଦୀ କୂଳିଆବାସୀ ଭୟଭୀତ

ମହାକାଳପଡ଼ା,୧୩ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନଦୀ, ନାଳରେ କୁମ୍ଭୀର ଘୂରି ବୁଲୁଛନ୍ତି। ରବିବାର ଅପରାହ୍ନରେ ଏକ ବିଶାଳ କୁମ୍ଭୀର ଲୁଣାନଦୀ କୂଳରେ ଘୂରି ବୁଲୁଥିବା ଦେଖିବାକୁ ମିଳିଛି। ଏହା ଦେଖି ଲୋକେ ବନ ବିଭାଗକୁ ଖବର ଦେଇଥିଲେ। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ନାଚାର ବୋଲି କହିଛନ୍ତି। ଖାଦ୍ୟ ଅଭାବ ଯୋଗୁ କୁମ୍ଭୀରମାନେ କୂଳକୁ ଆସି ନଦୀ,ନାଳରେ ମାଛ କଙ୍କଡ଼ା ଖାଇଥାନ୍ତି। ଏହି ସମୟରେ ମଣିଷଙ୍କୁ ଆକ୍ରମଣ କରୁଛନ୍ତି। ଦୁଇ ସପ୍ତାହ ମଧ୍ୟରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି।
ବେଣାକନ୍ଧା ଅଞ୍ଚଳର ଜଣେ ମହିଳାଙ୍କୁ ଗୋବରୀ ଶାଖା ନାଳରେ କୁମ୍ଭୀର ନଦୀ ମଧ୍ୟକୁ ଟାଣି ନେଇ ବୁଡ଼ାଇ ଦେଇଥିଲା। ପରଦିନ ମୃତଦେହ ଜବତ ହୋଇଥିଲା। ସେହିପରି ଖରିନାସୀ ଗ୍ରାମର ଜଣେ ମତ୍ସ୍ୟଜୀବୀ ଭଉଁରୀ ଜାଲ ପକାଇ ମାଛ ଧରିବା ବେଳେ ଏକ କୁମ୍ଭୀର ଆକ୍ରମଣ କରି ଗୁରୁତର କରିଥିଲା। ପରେ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି ହୋଇ ଘରକୁ ଫେରିଛନ୍ତି। ସେହିପରି ବାଘୁଆ ମେଦ ଆଦିବାସୀପଡ଼ା ଗ୍ରାମର ଚାଷୀ ଶୌଚ ହେବାକୁ ଯାଇ କୁମ୍ଭୀର ଆକ୍ରମଣର ଶିକାର ହୋଇଥିଲେ। ଉପସ୍ଥିତ ବୁଦ୍ଧି ଖଟାଇ କୁମ୍ଭୀର ଆଖିରେ ଆଙ୍ଗୁଠି ଗେଞ୍ଜି ଆହତ ଅବସ୍ଥାରେ ଖସି ଆସିଥିଲେ। ସ୍ଥାନୀୟ ଛପାଲୀ କେନାଲ ବନ୍ଧରେ ବିଳମ୍ବିତ ରାତିରେ କୁମ୍ଭୀର ଯାଉଥିବା ଲୋକେ ଦେଖି ଭୟଭୀତ ହୋଇଥିଲେ। ସ୍ଥାନୀୟ ଦତ୍ତପୁର ଗଁା ପୋଖରୀରୁ ଏକ ୧୦ ଫୁଟ ଲମ୍ବ କୁମ୍ଭୀରକୁ ବନ ବିଭାଗ କର୍ମଚାରୀ ଉଦ୍ଧାର କରି ନଦୀରେ ଛାଡିଥିଲେ। ବିଭାଗ ପକ୍ଷରୁ ନଦୀ ନାଳରେ ପ୍ରବେଶ ନ କରିବାକୁ ସଚେତନତା ବାର୍ତ୍ତା ଦେଉଛନ୍ତି। ହେଲେ ଲୋକେ ନଦୀରେ ପ୍ରବେଶ କରିବା ସହ ମାଛ, କଙ୍କଡା ଓ ଗାଧୋଇବା ଯୋଗୁ କୁମ୍ଭୀର ଆକ୍ରମଣର ଶିକାର ହେଉଛନ୍ତି ବୋଲି ବୁଦ୍ଧିଜୀବୀ ବିରଞ୍ଚତ୍ ନାରାୟଣ ଦାସ କହିଛନ୍ତି। ଏ ସଂକ୍ରାନ୍ତରେ ମହାକାଳପଡ଼ା ବନ ବିଭାଗ ରେଞ୍ଜ ଅଧିକାରୀ ଶାନ୍ତନୁ କୁମାର ଦଳାଇଙ୍କୁ ପଚାରିବାରେ ନଦୀ ନାଳକୁ ପ୍ରବେଶ ନ କରିବାକୁ ବାରଣ କରାଯାଇଛି ବୋଲି ସେ କହିଛନ୍ତି।

 

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri