ଗୋ-ସେବାଶ୍ରମକୁ ଜାଳିଦେଲେ ଦୁର୍ବୃତ୍ତ: ଅଭିଯୁକ୍ତଙ୍କୁ ଗିରଫ ଦାବି

ଅମରପାଲି,୫।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ଜାଲୋଏ ଗ୍ରାମ ପଞ୍ଚାୟତର ଘିକୁଣ୍ଡି ଗ୍ରାମରେ ଥିବା ମା’ ମାହେଶ୍ୱରୀ ଗୋ-ସେବାଶ୍ରମକୁ କେତେଜଣ ଦୁର୍ବୃତ୍ତ ଜାଳିଦେବା ସହିତ ସୁରକ୍ଷା ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ମାରଣାସ୍ତ୍ର ଦେଖାଇ ହତ୍ୟା ଧମକ ଦେବା ଅଭିଯୋଗ ହୋଇଛି। ଏନେଇ ଗୋ ସେବକମାନେ ବୀରମହାରାଜପୁର ଥାନାରେ ଅଭିଯୋଗ କରିଛନ୍ତି।
ସୂଚନା ଅନୁସାରେ ବୀରମହାରାଜପୁର ଥାନା ଘିକୁଣ୍ଡି ଗ୍ରାମରେ ଗୁଞ୍ଜିପାଲି ଗ୍ରାମର ମଧୁସୂଦନ ମହାକୁରଙ୍କ ମାଲିକାନାରେ ରହିଛି ମା’ମାହେଶ୍ୱରୀ ଗୋ ସେବାଶ୍ରମ। ଶୁକ୍ରବାର ଅପରାହ୍ନରେ ଗୁଞ୍ଜିପାଲି ଓ ଘିକୁଣ୍ଡି ଗ୍ରାମର ତିନି ଜଣ ବ୍ୟକ୍ତି ଗୋ ସେବାଶ୍ରମକୁ ଯାଇ ମଧୁସୂଦନଙ୍କୁ ମାରଣାସ୍ତ୍ର ଦେଖାଇ ଭୟଭୀତ କରିଥିଲେ। ଗୋରୁଗୁଡ଼ିକ ଗୋ ବେପାରୀକୁ ବିକ୍ରି କରିବା ସହିତ ଜୀବନରେ ମାରିଦେବୁ କହି ମାଡ ମଧ୍ୟ ମାରିଥିବା ମଧୁସୂଦନ ଅଭିଯୋଗ କରିଛନ୍ତି। ଧମକ ଓ ମାଡ଼ ମାରିଲା ପରେ ସେ ଜୀବନବିକଳରେ ସେଠାରୁ ପଳାଇ ଯାଇଥିଲେ। ପରେ ଦୁର୍ବୃତ୍ତମାନେ ଗୋରୁଗୁଡ଼ିକ ନେଇଯିବା ଉଦ୍ଦେଶ୍ୟରେ ଗୁହାଳ ଫିଟେଇ ଦେଇ ଗୋରୁଗୁଡ଼ିକୁ ଛାଡି ଦେଇଥିଲେ। ଗୋରୁମାନଙ୍କ ପାଇଁ ଗଚ୍ଛିତ ଥିବା ଖାଦ୍ୟ ପୁଆଳ, ଦାନା, ତସୁ ସବୁକୁ ନିଆଁ ଲଗେଇ ଦେଇଥିଲେ। ଫଳରେ ସମସ୍ତ ଗୋଖାଦ୍ୟ ଜଳିପୋଡ଼ି ନଷ୍ଟ ହୋଇଯାଇଛି। ଅଭିଯୋଗ ଆଧାରରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଅଟକ ରଖି ତଦନ୍ତ ଜାରି ରଖିଥିବା ଥାନାଧିକାରୀ ଶୋଭକର ସେଟ ସୂଚନା ଦେଇଛନ୍ତି। ବଜରଙ୍ଗ ଦଳ କର୍ମୀ, ଗୋ ସେବାଶ୍ରମ କର୍ମଚାରୀ, ଗ୍ରାମବାସୀ ଓ ଗୋ-ସେବକମାନେ ବୀରମହାରାଜପୁର ଥାନାକୁ ଆସି ଅଭିଯୁକ୍ତମାନଙ୍କୁ ୨୪ଘଣ୍ଟା ମଧ୍ୟରେ ଗିରଫ କରିବାକୁ ଦାବି କରିଛନ୍ତି। ଯଦି ଅଭିଯୁକ୍ତମାନଙ୍କୁ ଗିରଫ କରା ନ ଯାଏ ତେବେ ଆନ୍ଦୋଳନାତ୍ମକପନ୍ଥା ଗ୍ରହଣ କରାଯିବ ବୋଲି ପ୍ରକାଶ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri