ପୋକ ଲାଗି ଫସଲ ନଷ୍ଟ

ଖଇରା, ୯ା୧୧(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକ ମାଣିତ୍ରୀ ପଞ୍ଚାୟତ ଅଧୀନ ମାଣିତ୍ରୀ, ଜଳଙ୍ଗଗଣ୍ଡିବେଡ, ମହୁଜମପୁର ଆଦି ଗ୍ରାମର ଅଧିବାସୀମାନେ ଧାନଜମିରେ ଜଉଆ ବା ମାଟିଆଗୁଣ୍ଡି ପୋକ ଲାଗି ଶହ ଶହ ଏକର ଚାଷଜମି ନଷ୍ଟ ହୋଇଥିବା ନେଇ ଖଇରା ବ୍ଲକ ବିଡିଓ ଓ କୃଷି ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଥିଲେ। ତୁରନ୍ତ କ୍ଷୟକ୍ଷତି ଆକଳନ କରି କ୍ଷତିପୂରଣ, ଋଣଛାଡ ବ୍ୟବସ୍ଥା କରିବାକୁ ଚାଷୀ ସୁଶାନ୍ତ କୁମାର ପାଢୀ, ଗଜେନ୍ଦ୍ର ସାହୁ, ପ୍ରଫୁଲ୍ଲ କୁମାର ଦାସ, ବଳରାମ ସାହୁ, ମହେନ୍ଦ୍ର ସାହୁ, ପିତାମ୍ବର ହାତୀ, ରବୀନ୍ଦ୍ର ସାହୁ ଓ ରତ୍ନାକର ଜେନା ପ୍ରମୁଖ ଦାବି କରିଛନ୍ତି ା ଚାଷୀମାନଙ୍କର ଅଭିଯୋଗ ଅନୁଯାୟୀ ଚଳିତବର୍ଷ ଚାଷୀମାନେ ପ୍ରତିକୂଳ ପାଗ ସତ୍ତ୍ୱେ ପାଣି ଭଳି ଅର୍ଥ ଖର୍ଚ୍ଚ କରି ଧାନଚାଷ କରିଥିଲେ। ହେଲେ ଜଉଆ ପୋକ ଲାଗିବା କାରଣରୁ ଧାନ ଅମଳ ଆଶା ମଉଳିବାରେ ଲାଗିଛି। ତୁରନ୍ତ କ୍ଷତିପୂରଣ ବ୍ୟବସ୍ଥା ନ ହେଲେ ଚାଷୀମାନଙ୍କ ମେରୁଦଣ୍ଡ ଦୋହଲିଯିବ ବୋଲି ବିଭିନ୍ନ କୃଷକ ସଙ୍ଗଠନ ତରଫରୁ ଅଭିଯୋଗ କରାଯାଇଛି ା ଏ ସମ୍ପର୍କରେ ବ୍ଲକ କୃଷି ଅଧିକାରୀ ସରୋଜ ଜେନାଙ୍କୁ ଯୋଗାଯୋଗ କରିବାରେ ଅନ୍ୟତମ କୃଷି ଅଧିକାରୀ ବାସୁଦେବ ଶତପଥୀ ଓ ଗ୍ରାମ୍ୟ କୃଷି କର୍ମଚାରୀମାନେ ସରଜମିନ ତଦନ୍ତ କରିଛନ୍ତି ା ୫୦ ପ୍ରତିଶତ ରିହାତି ଦରରେ ମାଟିଆ ଗୁଣ୍ଡି ପୋକ ମାରିବା ପାଇଁ କୀଟନାଶକ ପ୍ରଦାନ କରାଯିବାକୁ ଚାଷୀମାନଙ୍କୁ କୁହାଯାଇଛି। ଧାନ କଟା ସରିବା ପରେ କ୍ଷୟକ୍ଷତି କଥା ବିଚାରକୁ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri