ପୋକ ଲାଗି ଫସଲ ନଷ୍ଟ

ଖଇରା, ୯ା୧୧(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକ ମାଣିତ୍ରୀ ପଞ୍ଚାୟତ ଅଧୀନ ମାଣିତ୍ରୀ, ଜଳଙ୍ଗଗଣ୍ଡିବେଡ, ମହୁଜମପୁର ଆଦି ଗ୍ରାମର ଅଧିବାସୀମାନେ ଧାନଜମିରେ ଜଉଆ ବା ମାଟିଆଗୁଣ୍ଡି ପୋକ ଲାଗି ଶହ ଶହ ଏକର ଚାଷଜମି ନଷ୍ଟ ହୋଇଥିବା ନେଇ ଖଇରା ବ୍ଲକ ବିଡିଓ ଓ କୃଷି ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଥିଲେ। ତୁରନ୍ତ କ୍ଷୟକ୍ଷତି ଆକଳନ କରି କ୍ଷତିପୂରଣ, ଋଣଛାଡ ବ୍ୟବସ୍ଥା କରିବାକୁ ଚାଷୀ ସୁଶାନ୍ତ କୁମାର ପାଢୀ, ଗଜେନ୍ଦ୍ର ସାହୁ, ପ୍ରଫୁଲ୍ଲ କୁମାର ଦାସ, ବଳରାମ ସାହୁ, ମହେନ୍ଦ୍ର ସାହୁ, ପିତାମ୍ବର ହାତୀ, ରବୀନ୍ଦ୍ର ସାହୁ ଓ ରତ୍ନାକର ଜେନା ପ୍ରମୁଖ ଦାବି କରିଛନ୍ତି ା ଚାଷୀମାନଙ୍କର ଅଭିଯୋଗ ଅନୁଯାୟୀ ଚଳିତବର୍ଷ ଚାଷୀମାନେ ପ୍ରତିକୂଳ ପାଗ ସତ୍ତ୍ୱେ ପାଣି ଭଳି ଅର୍ଥ ଖର୍ଚ୍ଚ କରି ଧାନଚାଷ କରିଥିଲେ। ହେଲେ ଜଉଆ ପୋକ ଲାଗିବା କାରଣରୁ ଧାନ ଅମଳ ଆଶା ମଉଳିବାରେ ଲାଗିଛି। ତୁରନ୍ତ କ୍ଷତିପୂରଣ ବ୍ୟବସ୍ଥା ନ ହେଲେ ଚାଷୀମାନଙ୍କ ମେରୁଦଣ୍ଡ ଦୋହଲିଯିବ ବୋଲି ବିଭିନ୍ନ କୃଷକ ସଙ୍ଗଠନ ତରଫରୁ ଅଭିଯୋଗ କରାଯାଇଛି ା ଏ ସମ୍ପର୍କରେ ବ୍ଲକ କୃଷି ଅଧିକାରୀ ସରୋଜ ଜେନାଙ୍କୁ ଯୋଗାଯୋଗ କରିବାରେ ଅନ୍ୟତମ କୃଷି ଅଧିକାରୀ ବାସୁଦେବ ଶତପଥୀ ଓ ଗ୍ରାମ୍ୟ କୃଷି କର୍ମଚାରୀମାନେ ସରଜମିନ ତଦନ୍ତ କରିଛନ୍ତି ା ୫୦ ପ୍ରତିଶତ ରିହାତି ଦରରେ ମାଟିଆ ଗୁଣ୍ଡି ପୋକ ମାରିବା ପାଇଁ କୀଟନାଶକ ପ୍ରଦାନ କରାଯିବାକୁ ଚାଷୀମାନଙ୍କୁ କୁହାଯାଇଛି। ଧାନ କଟା ସରିବା ପରେ କ୍ଷୟକ୍ଷତି କଥା ବିଚାରକୁ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri