ଫସଲବୀମା ପ୍ରୟୋଗ ପ୍ରସଙ୍ଗ

ଭୁବନେଶ୍ବର, ୧୮ା୧୧(ବ୍ୟୁରୋ):ପଦ୍ମପୁର ଉପନିର୍ବାଚନକୁ ନେଇ ରାଜନୀତି ସରଗରମ ଥିବାବେଳେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍‌ଏଫ୍‌ବିଓ୍ବାଇ) ପ୍ରସଙ୍ଗରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଦୋଷ ଲଦାଲଦି ଜାରି ରହିଛି। ଚାଷୀଙ୍କୁ ବୀମା ରାଶି ନ ମିଳିବାକୁ ନେଇ ବିଜେଡି ଓ ଭାଜପା ନେତାମାନେ ମଧ୍ୟ ପରସ୍ପରକୁ ଦାୟୀକରି ନିଜକୁ ଠିକ୍‌ ବୋଲି ପ୍ରମାଣିତ କରିବାର ଚେଷ୍ଟା ଜାରି ରଖିଛନ୍ତି। କାରଣ ପଦ୍ମପୁର ଉପନିର୍ବାଚନରେ ଚାଷୀମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବେ। ତେଣୁ ଏଭଳି ସ୍ଥିତିରେ ଚାଷୀଙ୍କ ଆଗରେ ନିଜକୁ ଯଥାର୍ଥ ବୋଲି ପ୍ରମାଣିତ କରିବା ଉଭୟ ଦଳ ପାଇଁ ବହୁ ଗୁରୁତ୍ୱପୂର୍ଣ୍ଣ। ଅନ୍ୟପଟେ ବୁଧବାର ଫସଲବୀମା ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଆଲୋଚନା ପରେ ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗୁରୁବାର କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଚିଠି ଲେଖିଛନ୍ତି। ଚାଷୀଙ୍କୁ ଫସଲ ବୀମା ମିଳିବାରେ ବିଳମ୍ବ ଯୋଗୁ ସେ ରାଜ୍ୟ ସରକାରଙ୍କୁ ଏକ ପ୍ରକାର ଦାୟୀ କରିଛନ୍ତି। ସେହିପରି ବିଜେଡି ମଧ୍ୟ କେନ୍ଦ୍ରମନ୍ତ୍ରୀଙ୍କ ଚିଠିର ପାଲଟା ଜବାବ ରଖିବା ସହ କେନ୍ଦ୍ର ଏଥିପାଇଁ ଦାୟୀ ବୋଲି ଦର୍ଶାଇଛି। ଅନ୍ୟପଟେ ରାଜ୍ୟ ସରକାର ଚାଷୀ ବିରୋଧୀ କହି ଶୁକ୍ରବାରଠାରୁ ବିଧାନସଭା ସାମ୍ନାରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ଦେବ ବୋଲି ଭାଜପା ଚେତାବନୀ ଦେଇଛି।
ତୋମାର ତାଙ୍କ ଚିଠିରେ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା କାର୍ଯ୍ୟକାରୀ କରିବା ହେଉଛି ରାଜ୍ୟର ଦାୟିତ୍ୱ। ଏଥିପାଇଁ ଟେଣ୍ଡର ଜାରି କରିବା, ବୀମା କମ୍ପାନୀକୁ କ୍ଲଷ୍ଟର ଅଫ୍‌ ଡିଷ୍ଟ୍ରିକ୍ଟ ପ୍ରଦାନ କରିବା ଏବଂ ପ୍ରିମିୟମ ଦରର ଚୁକ୍ତି କରିବା ରାଜ୍ୟ ସରକାରଙ୍କ କାମ। ତେବେ ଏଥିଲାଗି ଥିବା ଠିକ୍‌ ନିୟମ ଓ ପ୍ରକ୍ରିୟାକୁ ରାଜ୍ୟ ସରକାର ଅନୁସରଣ କରିନାହାନ୍ତି। ରାଜ୍ୟ ସରକାର ନିୟମ ଭାଙ୍ଗିବା କାରଣରୁ ରାଜ୍ୟରେ କୃଷି ବୀମା ମିଳିବାରେ ବିଳମ୍ବ ହୋଇଛି ବୋଲି ସେ ଚିଠିରେ ଦର୍ଶାଇଛନ୍ତି। ଓଡ଼ିଶାର ଅନେକ ମରୁଡିଗ୍ରସ୍ତ ଅଞ୍ଚଳର ଚାଷୀଙ୍କୁ ଫସଲବୀମା ରାଶି ପ୍ରଦାନ ଲାଗି କେନ୍ଦ୍ର କୃଷି ମନ୍ତ୍ରଣାଳୟର ବୈଷୟିକ ପରାମର୍ଶଦାତା କମିଟି ରାଜ୍ୟ ସରକାରଙ୍କୁ ବାରମ୍ବାର ଅବଗତ କରିଥିଲା। ଏହାସତ୍ତ୍ୱେ ଚାଷୀଙ୍କୁ ବୀମା ରାଶି ମିଳି ନ ଥିଲା। ଏନେଇ ଦେଖାଦେଇଥିବା ବିବାଦର ତ୍ୱରିତ ସମାଧାନ ପାଇଁ ନିୟମାବଳୀ ନିର୍ଦ୍ଧାରଣ କରାଯାଇଛି। ଏହି ଆଧାରରେ ରାଜ୍ୟସ୍ତରରେ ବିବାଦଗୁଡ଼ିକର ସମାଧାନ ଲାଗି ରାଜ୍ୟସ୍ତରୀୟ ବୈଷୟିକ ପରାମର୍ଶଦାତା କମିଟି ରହିଛି। ସମସ୍ୟା ସମାଧାନ ହୋଇ ନ ପାରିଲେ କେନ୍ଦ୍ର ସରକାରଙ୍କ ବୈଷୟିକ ପରାମର୍ଶଦାତା କମିଟି ନିକଟରେ ଉପସ୍ଥାପନ କରିବାର ନିୟମ ରହିଛି ବୋଲି ସେ ଦର୍ଶାଇଛନ୍ତି।
ତୋମାର ଆହୁରି ଉଲ୍ଲେଖ କରିଛନ୍ତି, ୨୦୨୧ ଖରିଫ ଋତୁରେ ଫସଲ ଅମଳକୁ ନେଇ ଦେଖାଦେଇଥିବା କିଛି ବିବାଦକୁ ଏମ୍‌ଏନ୍‌ସିଏଫ୍‌ସିକୁ ଟେକ୍ନିକାଲ ଆନାଲିସିସ୍‌ ପାଇଁ କେନ୍ଦ୍ର ସରକାରଙ୍କ ବୈଷୟିକ ପରାମର୍ଶଦାତା କମିଟି ପଠାଇଥିଲା। ଗତ ୩ ତାରିଖରେ ବୈଷୟିକ ପରାମର୍ଶଦାତା କମିଟି ବୈଠକରେ ଏମ୍‌ଏନ୍‌ସିଏଫ୍‌ସି ରିପୋର୍ଟକୁ ଉପସ୍ଥାପନ କରାଯାଇଥିଲା। ୭ ତାରିଖରେ ଏହାକୁ ଅନୁମୋଦନ କରାଯାଇଥିଲା। ଏହି କ୍ରମରେ ବୀମା କମ୍ପାନୀଗୁଡିକ ପକ୍ଷରୁ ବୀମାରାଶି ପ୍ରଦାନ କରାଯାଉଥିବା ବେଳେ ଚଳିତ ସପ୍ତାହ ମଧ୍ୟରେ ସମସ୍ତ ବିବାଦ ସମାଧାନ କରାଯିବ ବୋଲି ଚିଠିରେ ଦର୍ଶାଯାଇଛି। ବିବାଦୀୟ ଜିଲାଗୁଡ଼ିକର ଅଧିକାଂଶ ବୀମା ଦାବି ସମାଧାନ ହୋଇସାରିଛି। ତେବେ ବାକି ୯ ଜିଲା ମଧ୍ୟରୁ ଦାବି କରାଯାଇଥିବା ୭୨୩ କୋଟି ଟଙ୍କା ମଧ୍ୟରୁ ୬୨୨ କୋଟି ଟଙ୍କା ପ୍ରଦାନ କରାଯାଇଥିବା ସେ କହିଛନ୍ତି।
ବିଜେଡି ଏମ୍‌ପି ସସ୍ମିତ୍‌ ପାତ୍ର କେନ୍ଦ୍ରମନ୍ତ୍ରୀଙ୍କ ଚିଠିର ଉତ୍ତରରେ କହିଛନ୍ତି, କେନ୍ଦ୍ରମନ୍ତ୍ରୀ ତୋମାର ନେଇଥିବା ଭୁଲ୍‌ ପଦକ୍ଷେପ ସଂକ୍ରାନ୍ତରେ ବୁଧବାର ସନ୍ଧ୍ୟାରେ ବିଜେଡି ଯେଉଁ ଅଭିଯୋଗ ଆଣିଥିଲା ତାହା ବର୍ତ୍ତମାନ ଧରାପଡ଼ିଛି। ତୋମାରଙ୍କ ଚିଠିରୁ ଏହା ସ୍ପଷ୍ଟ ହୋଇଯାଇଛି। କେନ୍ଦ୍ରମନ୍ତ୍ରୀଙ୍କ ଚିଠି ପ୍ରକୃତରେ ପଦ୍ମପୁର ଏବଂ ରାଜ୍ୟର ଚାଷୀଙ୍କୁ ସତ୍ୟତା ଲୁଚାଇବାକୁ ଚାହୁଁଛି। ଏହି ଚିଠିଟି ତ୍ରୁଟିପୂର୍ଣ୍ଣ, ଭୁଲ୍‌ ଏବଂ ଅର୍ଦ୍ଧସତ୍ୟ ଉପରେ ଆଧାରିତ। ମୁଖ୍ୟମନ୍ତ୍ରୀ ୨୯ ଅଗଷ୍ଟ ୨୦୨୨ରେ ଚିଠି ଲେଖି ଦାବି କରିଥିଲେ ଯେ, ଓଡ଼ିଶା ଚାଷୀଙ୍କୁ ଦିଆଯାଉଥିବା ଫସଲ ବୀମା ରାଶି ଲୁଚାଯାଉଛି ଏବଂ ଏହାକୁ ଦର୍ଶାଯାଉ ନାହିଁ। ତୋମାରଙ୍କ ଚିଠି ଅନୁଯାୟୀ ଯଦି ବୈଷୟିକ ପରାମର୍ଶଦାତା କମିଟି (ଟିଏସି) ଦ୍ୱାରା ୭ ନଭେମ୍ବର ୨୦୨୨ରେ ଫସଲ ବୀମା ଅର୍ଥ ଅନୁମୋଦନ କରାଯାଇଛି; ତେବେ କେନ୍ଦ୍ରମନ୍ତ୍ରୀ ୧୫ ନଭେମ୍ବର ୨୦୨୨ରେ ଟୁଇଟ୍‌ କରି ବର୍ତ୍ତମାନ ପଦ୍ମପୁର ଏବଂ ବରଗଡ଼ର ଚାଷୀଙ୍କୁ ଦେୟ ଦେବାକୁ ବୀମା କମ୍ପାନୀଗୁଡ଼ିକୁ କାହିଁକି ନିର୍ଦ୍ଦେଶ ଦେଇଛନ୍ତି ବୋଲି ସସ୍ମିତ ପ୍ରଶ୍ନ କରିଛନ୍ତି।
ଏଥିରୁ ଗୋଟିଏ କଥା ସ୍ପଷ୍ଟ ଫସଲବୀମା ଉପରେ କେନ୍ଦ୍ରର ମିଥ୍ୟାକୁ ପଦ୍ମପୁର ଏବଂ ରାଜ୍ୟର କୃଷକମାନେ ଧରିଛନ୍ତି। ବର୍ତ୍ତମାନ ପଦ୍ମପୁର ଏବଂ ଓଡ଼ିଶାର କୃଷକମାନେ ଜାଣନ୍ତି ଯେ, ପିଏମ୍‌ଏଫ୍‌ବିୱାଇ ନାମଟି ସ୍ବାଭାବିକ ଭାବେ କେନ୍ଦ୍ରର। ଫସଲ ବୀମା ଅର୍ଥ ଦେବାପାଇଁ ସେମାନେ କେବଳ ବୀମା କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଇପାରିବେ। ଚୂଡ଼ାନ୍ତ ନିଷ୍ପତ୍ତି କ୍ଷେତ୍ରରେ ରାଜ୍ୟର କୌଣସି ଭୂମିକା ନାହିଁ। ଆଗାମୀ ପଦ୍ମପୁର ଉପନିର୍ବାଚନରେ ଚାଷୀମାନେ ଏହାର ଉପଯୁକ୍ତ ଉତ୍ତର କେନ୍ଦ୍ରକୁ ଦେବାକୁ ଯାଉଥିବା ସସ୍ମିତ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri