ଫସଲ ବୀମାକୁ ନେଇ ଟଣାଓଟରା

ଭୁବନେଶ୍ବର, ୧୭ା୧୧(ବ୍ୟୁରୋ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର କୃଷକ ସଙ୍ଗଠନର ଅନୁରୋଧକ୍ରମେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଭେଟି ରାଜ୍ୟର ଚାଷୀଙ୍କ ବୀମାରାଶି ସମେତ ବିଭିନ୍ନ ସମସ୍ୟା ନେଇ ବିସ୍ତୃତ ଆଲୋଚନା କରିବା ସହ ଏ ସଂକ୍ରାନ୍ତୀୟ ଏକ ଚିଠି ପ୍ରଦାନ କରିଛନ୍ତି। ଚାଷୀଙ୍କ ସମସ୍ୟା ବୁଝିବା ସହ ବିଭାଗୀୟ ଅଧିକାରୀଙ୍କୁ ସମସ୍ୟାର ତୁରନ୍ତ ସମାଧାନ ପାଇଁ ତୋମାର ନିର୍ଦ୍ଦେଶ ଦେଇଥିବା ସେ କହିଛନ୍ତି।
ଧର୍ମେନ୍ଦ୍ର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି, ବରଗଡ଼ ଗସ୍ତ ସମୟରେ ସେଠାକାର ଚାଷୀମାନେ ତାଙ୍କୁ ଭେଟିଥିଲେ। ଓଡ଼ିଶା ସରକାରଙ୍କ ଦ୍ୱାରା ଚୟନ କରାଯାଇଥିବା ଏଚ୍‌ଏଡିଏଫ୍‌ସି ଆଗ୍ରୋ ଜେନେରାଲ ଇନ୍‌ସ୍ୟୁରାନ୍ସ କମ୍ପାନୀ ମାଧ୍ୟମରେ ୨୦୨୧ ଖରିଫ ଋତୁର ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ବୀମାରାଶିକୁ ପୁଣି ଥରେ ସମୀକ୍ଷା କରାଯାଉ। ବୀମା କମ୍ପାନୀ ପାଇକମାଳ, ଝରାବନ୍ଧ, ପଦ୍ମପୁର, ଗାଇସିଲେଟ୍‌, ସୋହେଲା ଏବଂ ବିଜେପୁର ବ୍ଲକରେ ୨୦୨୧ ଖରିଫ ଋତୁରେ ମରୁଡ଼ି ପରିସ୍ଥିତି ଯୋଗୁ କ୍ଷୟକ୍ଷତି ହୋଇଥିବା ଚାଷର ବୀମା ଅର୍ଥ ବହୁତ କମ୍‌ ପ୍ରଦାନ କରିବା ନେଇ ଚାଷୀମାନେ ଅଭିଯୋଗ କରିଥିବା ଧର୍ମେନ୍ଦ୍ର ଚିଠିରେ ଉଲ୍ଲେଖ କରିଛନ୍ତି। ତେବେ ଏନେଇ ତୋମାର କହିଛନ୍ତି, ଏହି ଯୋଜନା ଚାଷୀଙ୍କ ସୁରକ୍ଷାକବଚ। ଉକ୍ତ ଯୋଜନା ଅନ୍ତର୍ଗତ ଦେଶବ୍ୟାପୀ ପ୍ରାକୃତିକ ବିପର୍ଯ୍ୟୟ ଦ୍ୱାରା ପ୍ରଭାବିତ ହୋଇଥିବା ଫସଲ ପାଇଁ ଚାଷୀଙ୍କୁ ୧ ଲକ୍ଷ ୨୪ ହଜାର କୋଟିରୁ ଅଧିକ ଟଙ୍କା ବୀମାରାଶି ବ୍ୟାଙ୍କ୍‌ ଖାତାରେ ଜମା କରାଯାଇଛି। ଉକ୍ତ ଯୋଜନାରେ ବୀମା କମ୍ପାନୀ ଚୟନ ରାଜ୍ୟ ସରକାରମାନେ କରନ୍ତି। ଓଡ଼ିଶାର ଯେବେ ବି ସମସ୍ୟା ଉତ୍ପନ୍ନ ହୋଇଛି କେନ୍ଦ୍ର ସରକାର ହସ୍ତକ୍ଷେପ କରି ତୁରନ୍ତ ସମସ୍ୟାର ସମାଧାନ କରିବା ପାଇଁ ଚେଷ୍ଟା କରିଛନ୍ତି। ରାଜ୍ୟ ସରକାର ବୀମା କମ୍ପାନୀଠାରୁ ହିତାଧିକାରୀଙ୍କ ପଇସା ପ୍ରଦାନ କରନ୍ତୁ । ଚାଷୀଙ୍କ ବିଷୟ ତଥା ପିଏମ୍‌ ଫସଲ ବୀମା ଯୋଜନାର ରାଜନୀତୀକରଣ କରିବା ଉଚିତ ନୁହେଁ ବୋଲି ତୋମାର କହିଛନ୍ତି।
ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ୍‌ ପାତ୍ର ଏହି ପ୍ରସଙ୍ଗରେ ପ୍ରତିକ୍ରିୟା ରଖି କହିଛନ୍ତି, ଓଡ଼ିଶାର ଲୋକମାନେ ଭାଜପାର ଚାଷୀ ବିରୋଧୀ ମନୋଭାବ ଦେଖୁଛନ୍ତି। ମୁଖ୍ୟମନ୍ତ୍ରୀ ଏବଂ ସମବାୟ ମନ୍ତ୍ରୀଙ୍କ ନିୟମିତ ଯୋଗାଯୋଗ ସତ୍ତ୍ୱେ ଚାଷୀଙ୍କ ଫସଲ ବୀମା କେନ୍ଦ୍ର ଅଟକାଇଥିଲା। ଧର୍ମେନ୍ଦ୍ରଙ୍କ ଚିଠି ଉପରେ ଜବାବ ରଖି ତୋମାର କହିଛନ୍ତି, ଚାଷୀଙ୍କ ଚାପ ଏବଂ ମୁଖ୍ୟମନ୍ତ୍ରୀଙ୍କ ନିରନ୍ତର ଯୋଗାଯୋଗ ପରେ ଫସଲ ବୀମା ଅର୍ଥ ମଞ୍ଜୁର କରାଯାଇଛି। ଓଡ଼ିଶାର ଫସଲବୀମାକୁ ଅଟକାଇବା ନେଇ ଭାଜପା ପ୍ରତି କୃଷକଙ୍କ କ୍ରୋଧ ଦେଖିବାକୁ ମିଳିଛି। ରାଜନୀତି କରିବାକୁ ଆହୁରି ଅନେକ ପ୍ରସଙ୍ଗ ରହିଛି। ଅପରପକ୍ଷେ ଚିଠିର କୌଣସି ସତ୍ୟତା ନ ଥିବା ଧର୍ମେନ୍ଦ୍ର ପ୍ରଧାନ ଭଲରେ ଜାଣିଛନ୍ତି ବୋଲି ସସ୍ମିତ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri