ମିଳିନି ଫସଲବୀମା କ୍ଷତିପୂରଣ, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବରଗଡ଼ ଅଫିସ,୧୦ା୮: ବରଗଡ଼ ଜିଲାରେ ବର୍ତ୍ତମାନ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ମାତ୍ର ଏପର୍ଯ୍ୟନ୍ତ ଜିଲାର ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ସୋହେଲା, ଗାଇସିଲେଟ୍‌ ଏବଂ ଝାରବନ୍ଧ ବ୍ଲକର ଚାଷୀମାନେ ୨୦୧୯ ଖରିଫ ଫସଲକ୍ଷତିର ବୀମା କ୍ଷତିପୂରଣ ପାଇ ପାରି ନାହାନ୍ତି । ଏ ନେଇ ବରଗଡ଼ ଜିଲା ଚାଷୀ ସଂଗଠନ ସମନ୍ବୟ ସମିତି ବାରମ୍ବାର ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛି । କିନ୍ତୁ କୌଣସି ସୁଫଳ ମିଳି ନାହିଁ । ଫଳରେ ସୋମବାର ସକାଳୁ ବରଗଡ଼ ଜିଲା ଚାଷୀ ସଂଗଠନ ସମନ୍ବୟ ସମିତି ନେତୃତ୍ୱରେ କ୍ଷତିଗ୍ରସ୍ତ ଚାଷୀମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସାମାଜିକ ଦୂରତ୍ୱ ଅବଳମ୍ବନ ସହିତ ମାସ୍କ ପିନ୍ଧି ଧାରଣାରେ ବସି ବୀମା କ୍ଷତିପୂରଣ ଦାବି କରିଛନ୍ତି। ଧାରଣାସ୍ଥଳକୁ ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋଙ୍କ ସମେତ ବୀମା କମ୍ପାନୀର ପ୍ରତିନିଧିମାନେ ପହଞ୍ଚି ଆଲୋଚନା କରିଥିଲେ। ମାତ୍ର ଆଲୋଚନା ଫଳପ୍ରଦ ହୋଇନାହିଁ । ଫଳରେ ଚାଷୀମାନେ ଧାରଣାରେ ଅଟଳ ରହିଛନ୍ତି । ଏପରିକି ବୀମା କ୍ଷତିପୂରଣ ପ୍ରଦାନ ନେଇ ଠୋସ୍‌ ପ୍ରତିଶ୍ରୁତି ନ ମିଳିଲେ ସେମାନେ ବୀମା କମ୍ପାନୀ ଅଫିସରେ ତାଲା ପକାଇବେ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି। ବରଗଡ଼ ଜିଲା ଚାଷୀ ସଂଗଠନ ସମନ୍ବୟ ସମିତିର ସମ୍ପାଦକ କିଶୋର ଦେବତା, ପଞ୍ଚାନନ ଦଳପତି, ହେମଚନ୍ଦ୍ର ପ୍ରଧାନ, ଚୈତନ୍ୟ ସାହୁ ପ୍ରମୁଖ ଏହାର ନେତୃତ୍ୱ ନେଉଛନ୍ତି। ଅନ୍ୟପଟେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ଅଫିସ ପରିିସରରେ ବ୍ୟାପକ ପୋଲିସ ମୁତୟନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଭାଇର ପ୍ରେମ ପାଇଁ ସାନ ଭାଇକୁ ଗୁଳି: ପାଣ୍ଡରାସିଙ୍ଗାରେ ରାସ୍ତାରୋକ, ହତ୍ୟାକାଣ୍ଡକୁ ନେଇ ତୀବ୍ର ଉତ୍ତେଜନା

ଗଣିଆ,୧୫।୬: ନୟାଗଡ଼ ଜିଲାର ଗଣିଆ ଅଞ୍ଚଳରେ ଗ୍ୟାରେଜ ମାଲିକ ରବୀନ୍ଦ୍ରଙ୍କ ହତ୍ୟା ଘଟଣାକୁ ନେଇ ସୋମବାର ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। କଣ୍ଟିଲୋ–ଗଣିଆ ମୁଖ୍ୟ ରାସ୍ତାର ପାଣ୍ଡରାସିଙ୍ଗା…

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

୧୮ରେ ଖୋଲିବ ସ୍କୁଲ; ଖରା ବଢ଼ିଲେ ପୁନର୍ବିଚାର…

ଭୁବନେଶ୍ୱର,୧୫।୬: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସ୍କୁଲ ଖୋଲିବା ନ ଖୋଲିବା ଚର୍ଚ୍ଚା ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ମସ୍ପଷ୍ଟ କରିଛନ୍ତି।…

କେନାଲ ଗଛରେ ଝୁଲୁଛି ମେଡିକାଲ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଉଦେପୁର-ଗୋପିନାଥପୁର କେନାଲ ନିକଟସ୍ଥ ଏକ ଗଛରୁ ସୋମବାର ଜଣେ ମେଡିକାଲ କର୍ମଚାରୀଙ୍କ ଝୁଲନ୍ତା ମୃତ…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri