ମିଳିନି ଫସଲବୀମା କ୍ଷତିପୂରଣ, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବରଗଡ଼ ଅଫିସ,୧୦ା୮: ବରଗଡ଼ ଜିଲାରେ ବର୍ତ୍ତମାନ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ମାତ୍ର ଏପର୍ଯ୍ୟନ୍ତ ଜିଲାର ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ସୋହେଲା, ଗାଇସିଲେଟ୍‌ ଏବଂ ଝାରବନ୍ଧ ବ୍ଲକର ଚାଷୀମାନେ ୨୦୧୯ ଖରିଫ ଫସଲକ୍ଷତିର ବୀମା କ୍ଷତିପୂରଣ ପାଇ ପାରି ନାହାନ୍ତି । ଏ ନେଇ ବରଗଡ଼ ଜିଲା ଚାଷୀ ସଂଗଠନ ସମନ୍ବୟ ସମିତି ବାରମ୍ବାର ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛି । କିନ୍ତୁ କୌଣସି ସୁଫଳ ମିଳି ନାହିଁ । ଫଳରେ ସୋମବାର ସକାଳୁ ବରଗଡ଼ ଜିଲା ଚାଷୀ ସଂଗଠନ ସମନ୍ବୟ ସମିତି ନେତୃତ୍ୱରେ କ୍ଷତିଗ୍ରସ୍ତ ଚାଷୀମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସାମାଜିକ ଦୂରତ୍ୱ ଅବଳମ୍ବନ ସହିତ ମାସ୍କ ପିନ୍ଧି ଧାରଣାରେ ବସି ବୀମା କ୍ଷତିପୂରଣ ଦାବି କରିଛନ୍ତି। ଧାରଣାସ୍ଥଳକୁ ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋଙ୍କ ସମେତ ବୀମା କମ୍ପାନୀର ପ୍ରତିନିଧିମାନେ ପହଞ୍ଚି ଆଲୋଚନା କରିଥିଲେ। ମାତ୍ର ଆଲୋଚନା ଫଳପ୍ରଦ ହୋଇନାହିଁ । ଫଳରେ ଚାଷୀମାନେ ଧାରଣାରେ ଅଟଳ ରହିଛନ୍ତି । ଏପରିକି ବୀମା କ୍ଷତିପୂରଣ ପ୍ରଦାନ ନେଇ ଠୋସ୍‌ ପ୍ରତିଶ୍ରୁତି ନ ମିଳିଲେ ସେମାନେ ବୀମା କମ୍ପାନୀ ଅଫିସରେ ତାଲା ପକାଇବେ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି। ବରଗଡ଼ ଜିଲା ଚାଷୀ ସଂଗଠନ ସମନ୍ବୟ ସମିତିର ସମ୍ପାଦକ କିଶୋର ଦେବତା, ପଞ୍ଚାନନ ଦଳପତି, ହେମଚନ୍ଦ୍ର ପ୍ରଧାନ, ଚୈତନ୍ୟ ସାହୁ ପ୍ରମୁଖ ଏହାର ନେତୃତ୍ୱ ନେଉଛନ୍ତି। ଅନ୍ୟପଟେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ଅଫିସ ପରିିସରରେ ବ୍ୟାପକ ପୋଲିସ ମୁତୟନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପ୍ରଶସ୍ତିକରଣକୁ ନେଇ ଉତ୍ତେଜନା: କାର୍ଯ୍ୟବନ୍ଦ କଲେ ଗ୍ରାମବାସୀ

ମୋରଡ଼ା,୨୮ା୩(ସ୍ମାରକ ମାଜୀ): ରାସ୍ତା ପ୍ରଶସ୍ତିକରଣକୁ ନେଇ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡ଼ିଆ ଗ୍ରାମରେ ଉତ୍ତେଜନା ଦେଖିବାକୁ ମିଳିଛି। ଏନେଇ ଗ୍ରାମବାସୀ  ନିର୍ମାଣ କାର୍ଯ୍ୟ...

ଟ୍ରକ୍‌ରେ ପିଟିହେଲା ହାଇଓ୍ବା, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଦ୍ରକ,୨୮ା୩(ସନାତନ ରାଉତ): ଭଦ୍ରକ ୧୬ନଂ ଜାତୀୟ ରାଜପଥର ଦମକଳ କେନ୍ଦ୍ର ସମ୍ମୁଖରେ ଗୁରୁବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି।...

ଟିକେଟ୍‌ ମିଳିବା ପରେ ମହାପ୍ରଭୁଙ୍କ ଦର୍ଶନ କଲେ ବବି ଦାସ

ପୁରୀ,୨୮।୩: ବିଜୁ ଜନତା ଦଳ ପକ୍ଷରୁ ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ଭାବେ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାମ ଘୋଷଣା କରାଯାଇଛି। ବବିଙ୍କୁ...

‘ଆଉ ତତେ ଗ୍ରହଣ କରିବି ନାହିଁ’

ଲାଞ୍ଜିଗଡ଼,୨୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ କରି ପ୍ରତାରଣା କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ...

ଆତ୍ମସମର୍ପଣ କଲେ ୟୁଟ୍ୟୁବର ମୋନାଲିସା

ଯାଜପୁର,୨୮ା୩: ୟୁଟ୍ୟୁବର ମୋନାଲିସା ଭଦ୍ର ଯାଜପୁରରୋଡ୍‌ସ୍ଥିତ ବନ ବିଭାଗ କାର୍ଯ୍ୟାଳୟରେ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ମୋନାଲିସା ବନ୍ୟଜନ୍ତୁଙ୍କୁ ଘରେ ରଖି ଭିଡିଓ ପ୍ରସ୍ତୁତ କରି ସୋସିଆଲ...

ଅଗ୍ନି ଭୈରବୀଙ୍କ ଝାମୁଯାତ୍ରା ସମ୍ପନ୍ନ

ଲାଞ୍ଜିଗଡ଼,୨୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଲି ପଞ୍ଚାୟତ ଅଧୀନ ଥୁଆଙ୍ଗପଦର ଗ୍ରାମରେ ଅଗ୍ନି ଭୈରବୀଙ୍କ ଝାମୁଯାତ୍ରା ମଙ୍ଗଳବାର ସମ୍ପନ୍ନ ହୋଇଯାଇଛି। ପରମ୍ପରା...

କଳାହାଣ୍ଡିରେ ବିଜେଡି ଖେଳିଲା ମହିଳା କାର୍ଡ

ଭବାନୀପାଟଣା,୨୮।୩(ଉତ୍ତମ କୁମାର ଦାଶ): ଆଗାମୀ ସାଧାରଣ ନିର୍ବାଚନ ବିଧାନ ସଭା କ୍ଷେତ୍ର ପାଇଁ ବିଜେଡି ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ବିଧାୟକ ପ୍ରାର୍ଥିନୀ/ପ୍ରାର୍ଥିଙ୍କ ନାମ ଘୋଷଣା...

ଟିଟିଲାଗଡ଼: ବଢ଼ିଲା ସୁରେନ୍ଦ୍ରଙ୍କ ବିଜେଡିରେ ଯୋଗଦାନ ଚର୍ଚ୍ଚା

ସଇଁତଲା,୨୮ା୩(ରାଖାଲ ପ୍ରସାଦ ଶତପଥୀ): ନିର୍ବାଚନ ଯେତିକି ପାଖେଇ ଆସୁଛି, ଦଳଗୁଡ଼ିକ ଭିତରେ ଆଶାୟୀଙ୍କ ପ୍ରାର୍ଥୀ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଭାଜପା ଲୋକ ସଭା ସଦସ୍ୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri