ଅର୍ଥକରୀ ଫସଲ ଆଖୁଚାଷ ତଳମୁହାଁ

କେନ୍ଦ୍ରାପଡ଼ା ଅଫିସ,୧୪ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାର ୭୦ ପ୍ରତିଶତ ଅର୍ଥନୀତି କୃଷି ଉପରେ ନିର୍ଭରଶୀଳ। ତେବେ ଅର୍ଥକରୀ ଫସଲ ଉତ୍ପାଦନ ପାଇଁ ବିଭିନ୍ନ ସମସ୍ୟାର ସମାଧାନ ଦୀର୍ଘଦିନ ଧରି ହେଉନାହିଁ। ପ୍ରାୟ ୧୫ ହଜାର ହେକ୍ଟର ଅଞ୍ଚଳରେ ହେଉଥିବା ଆଖୁଚାଷ ଚଳିତବର୍ଷ ୧ ହଜାର ହେକ୍ଟରକୁ ଛୁଇଁପାରିନାହିଁ। ସେହିପରି ଝୋଟ ପାଇଁ ପ୍ରସିଦ୍ଧି ଲାଭ କରିଥିବା ଗବେଷଣା କେନ୍ଦ୍ର ଏବେ ଅକାମୀ ହୋଇପଡ଼ିଛି। ହରଡ଼, ସୂର୍ଯ୍ୟମୁଖୀଠାରୁ ଆରମ୍ଭକରି ବହୁ ଅର୍ଥକରୀ ଫସଲ ଉତ୍ପାଦନ, ବିକ୍ରି ପାଇଁ ଜଳ ପରିଚାଳନା ଓ ମଣ୍ଡିର ଅଭାବ ଦେଖାଦେଇଛି। ଉନ୍ନତ ଜ୍ଞାନକୌଶଳ ପ୍ରଦାନ ସହ ଉପାନ୍ତ ଅଞ୍ଚଳରେ ଥିବା ନଦୀଗୁଡ଼ିକ ସଂଯୋଗୀକରଣ ପାଇଁ ଏକ ବୃହତ୍‌ କେନାଲର ଆବଶ୍ୟକତା ଥିବା ବହୁ ବୁଦ୍ଧିଜୀବୀ ମତ ଦେଇଛନ୍ତି।
ପଟ୍ଟାମୁଣ୍ଡାଇର ଆଖୁଚାଷୀ ଅକ୍ଷୟ ବେହେରା କହିଛନ୍ତି, ଜିଲାର ଗରଦପୁର, ମାର୍ଶାଘାଇ, ଡେରାବିଶ, ପଟ୍ଟାମୁଣ୍ଡାଇ, ଆଳି, ରାଜକନିକା ବ୍ଲକ ଅଞ୍ଚଳର ଚାଷୀ ୧୦ ବର୍ଷ ପୂର୍ବେ ଆଖୁଚାଷକୁ ପ୍ରାଧାନ୍ୟ ଦେଉଥିଲେ। ତତ୍କାଳୀନ ସମୟରେ ୧୫ ହଜାରରୁ ଊର୍ଦ୍ଧ୍ୱ ହେକ୍ଟର ଅଞ୍ଚଳରେ ଆଖୁଚାଷ ହେଉଥିଲା। ନିକଟସ୍ଥ କୃଷ୍ଣଦାସପୁରରେ ଏକ ଆଖୁ ମିଲ୍‌ ହୋଇଥିଲା। ଏହି ମିଲ୍‌ ବନ୍ଦ ହେବା ସହିତ କ୍ଷେତକୁ ଜଳ ପରିଚାଳନା ଆଖୁ ଚାଷକୁ ନଷ୍ଟ କରିଛି। ବୃହତ୍‌ ବଜାର ଅଭାବରୁ ପର୍ବପର୍ବାଣି ପାଇଁ ମାତ୍ର ହଜାର ହେକ୍ଟର ଅଞ୍ଚଳରେ ଏବେ ଚାଷ ହେଉଛି। କେନ୍ଦ୍ରାପଡ଼ା ବ୍ଲକ କଂସାର ଗ୍ରାମର ଚାଷୀ ନିରଞ୍ଜନ ପରିଡ଼ା କହିଛନ୍ତି, ଜିଲାରେ ଚାଷକରି ସାମ୍ପ୍ରତିକ ସମୟରେ ପରିବାର ପ୍ରତିପୋଷଣ କରିବା ବଡ଼ କଷ୍ଟକର। ୧୫ ଏକର ଜମିରେ ହରଡ଼ ଓ ସୂର୍ଯ୍ୟମୁଖୀ ଚାଷ ହେଉଥିବା ବେଳେ ଚଳିତବର୍ଷ ମଜୁରି ମୂଲ୍ୟ, ଜଳଯୋଗାଣ ଆଦି ଅସୁବିଧା ସୃଷ୍ଟି ହେବାରୁ କ୍ଷେତ ପଡ଼ିଆ ରହିବ। ବଜାରରେ ଉପଯୁକ୍ତ ମୂଲ୍ୟ ନ ମିଳିବାରୁ ବାଧ୍ୟହୋଇ ୨ ପୁଅ କର୍ମନିଯୁକ୍ତି ପାଇଁ ସୁରଟକୁ ଯାଇଛନ୍ତି। କୃଷକ ନେତା ଗୟାଧର ଧଳ କହିଛନ୍ତି, କେନ୍ଦ୍ର ସରକାରଙ୍କ ଆତ୍ମନିର୍ଭର ଭାରତ ସ୍ଲୋଗାନ ଓ ରାଜ୍ୟ ସରକାରଙ୍କ କେନ୍ଦ୍ରାପଡ଼ା ଜିଲାର କୃଷି ପ୍ରତି ବିଶେଷ ଧ୍ୟାନଦେବା ପ୍ରତିଶ୍ରୁତି ଏଠାରେ କାର୍ଯ୍ୟକାରୀ ହେଉନାହିଁ। ଦୀର୍ଘ ୨୮ ବର୍ଷ ଧରି ଜଳସେଚନ ପାଇଁ କେନାଲ ଖନନ ହୋଇ ନ ଥିବା ବେଳେ ଖରିଫ ଧାନ ଚାଷ ସମୟରେ ଜଳ ନିଷ୍କାସନ ଏକ ସମସ୍ୟା ହୋଇଛି। ରାଜ୍ୟରେ ପ୍ରତିବର୍ଷ ୨.୨୧ ଲକ୍ଷ ମେଟ୍ରିକ ଟନ ଚିନିର ଆବଶ୍ୟକତା ଅଛି। ଏଥିପାଇଁ ଆଖୁଚାଷକୁ ପ୍ରୋତ୍ସାହନ ମିଳିବା କଥା। କେନ୍ଦ୍ରାପଡ଼ା ଜିଲାରେ ଏହି ଚାଷ ଏବେ ତଳମୁହଁା ହୋଇଥିବା ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଚିନିକଳକୁ ବନ୍ଦ କରାଯାଉଛି। ଉପଯୁକ୍ତ ବଜାର ମଣ୍ଡି ନ ହେଲେ ଚାଷୀ କ୍ଷତି ସହିବେ। ବୁଦ୍ଧିଜୀବୀ ମୀର ଅବୁ ଓବେଦା କହିଛନ୍ତି, କେନ୍ଦ୍ରାପଡ଼ା ଜିଲା ପାଇଁ ଜଳ ପରିଚାଳନା ଏକ ବଡ଼ ସମସ୍ୟା। ଏହାର ସମାଧାନ ପାଇଁ ଉପାନ୍ତ ଅଞ୍ଚଳରେ ଥିବା ନଦୀର ସଂଯୋଗୀକରଣ କେନାଲ ଆବଶ୍ୟକ। ବନ୍ୟା ସମୟରେ ଏହାକୁ ସୁପରିଚାଳନା କରିହେବ। ସେହିପରି ବିଭିନ୍ନ ବ୍ଲକେଜ ମାଧ୍ୟମରେ କ୍ଷେତକୁ ଜଳସେଚନ ହୋଇପାରିବ। ଏ ସମ୍ପର୍କରେ ଜଜାଙ୍ଗସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ସୂର୍ଯ୍ୟନାରାୟଣ ମିଶ୍ରଙ୍କୁ ପଚାରିବାରେ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟ ଜୋନ୍‌ରେ ଅଛି। ଜିଲାରେ ଚାଷ ପାଇଁ ଉପଯୁକ୍ତ ପରିମାଣରେ ବର୍ଷା ହେଉଥିଲେ ମଧ୍ୟ ୪ ପ୍ରକାର ମାଟି ଅଛି। ଏହାକୁ ଭିତ୍ତିକରି ସମନ୍ବିତ ଚାଷକୁ ଗୁରୁତ୍ୱ ଦିଆଯାଇଛି। ପୋଖରୀ, ପନିପରିବା, ଫଳ ଗଛ ଲଗାଇବାକୁ ପରାମର୍ଶ ଦିଆଯାଉଛି। ସେହିପରି ଛେଳି, କୁକୁଡ଼ା ଫାର୍ମ, ଛତୁ, ହଳଦୀ ଓ ଔଷଧୀୟ ବୃକ୍ଷ ଜିଲାର ଅର୍ଥନୀତି କ୍ଷେତ୍ରରେ ପରିବର୍ତ୍ତନ ଆଣିପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri