ବର୍ଷା ଉଜାଡ଼ିଲା ମୁଗ ଫସଲ

ଧରାକୋଟ,୨୨ା୧୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୁଇଦିନର ଲଘୁଚାପ ଜନିତ ଲଗାଣ ବର୍ଷା ଧରାକୋଟ ଅଞ୍ଚଳର ବିଭିନ୍ନ ପଞ୍ଚାୟତର ଏକର ଏକର ଜମିରେ ପାଣି ଜମି ରହିଛି। ଏହାକୁ ନେଇ ଚାଷୀର ମେରୁଦଣ୍ଡ ଦୋହଲି ଯାଇଛି। ଚଳିତ ବର୍ଷ ଅଭାବୀ ବର୍ଷା ଯୋଗୁ ଖରିଫ ଋତୁର ଧାନ ଫସଲ ବିଳମ୍ବରେ ଆରମ୍ଭ ହୋଇଥିଲା। ବନ୍ଧ ଗାଡ଼ିଆ ଶୁଖିଲା ପଡ଼ିଥିବାରୁ ଯେନତେନ ପ୍ରକାରେ ନିଜସ୍ବ ଉଦ୍ୟମରେ ଖର୍ଚ୍ଚାନ୍ତ ହୋଇ ଚାଷୀ ଖରିଫ ଋତୁର ଧାନ ଫସଲ କରିଥିଲେ। ହେଲେ ଲଘୁଚାପ ଜନିତ ବର୍ଷାର ପ୍ରଭାବ ଧାନ ଫସଲ ଉପରେ ପଡ଼ିଥିଲା।

ବର୍ଷା ଯୋଗୁ ମୁଗ ବିଲରେ ପାଣି ଜମି ରହିଥିବାରୁ ମୁଗ ଫସଲ ନଷ୍ଟ ହେବାର ସମ୍ଭାବନା ଦେଖାଦେଇଛି। ଏଣୁ ଚାଷୀମାନେ ମୁଗ ବିଲରୁ ପାଣି ନିଷ୍କାସନ ପାଇଁ ଲାଗି ପଡ଼ିଛନ୍ତି। ଗୋଟିଏ ପଟେ ବିଲରେ ଧାନ ଗଜା ହେବାକୁ ବସିଥିବା ବେଳେ ଅନ୍ୟପକ୍ଷେ ମୁଗ ଜମିରେ ପାଣି ଭାସୁଛି। ଏଣୁ ଚଳିତ ବର୍ଷ ଚାଷୀକୁଳ କ୍ଷତି ସହିବାକୁ ଯାଉଛନ୍ତି। ସରକାର ତୁରନ୍ତ ରାଜସ୍ବ ବିଭାଗ କର୍ମଚାରୀ ଓ ସର୍ଭେ କରି ଚାଷୀଙ୍କ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼ କରିବା ସହ ମାଗଣା ବିହନ ଓ ଆର୍ଥିକ ସହାୟତା ପ୍ରଦାନ ପାଇଁ ଧରାକୋଟ ବ୍ଲକ ଅଞ୍ଚଳର ଚାଷୀମାନେ ଦାବି କରିଛନ୍ତି।

ସମ୍ପ୍ରତି ଯୋଗାଣ ବିଭାଗ ପକ୍ଷରୁ ଏଫ୍‌ଏକ୍ୟୁ ମାନର ଧାନ ମଣ୍ଡିରେ ଦେବାପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିବା ବେଳେ ଲଗାଣ ବର୍ଷା ଯୋଗୁ ସେଥିରେ ବାଧା ସୃଷ୍ଟି ହେବାର ଯଥେଷ୍ଟ ସମ୍ଭାବନା ଦେଖାଦେଇଛି। ଗୋଟିଏ ପଟେ ଉଜୁଡ଼ିବା ଫସଲ ସାଉଁଟିବାରେ ଚାଷୀ ବ୍ୟସ୍ତ ଥିବା ବେଳେ ଏଫ୍‌ଏକ୍ୟୁ ମାନର ଧାନ ମଣ୍ଡିରେ ନ ଦେଲେ ସରକାରଙ୍କ ପକ୍ଷରୁ ଘୋଷିତ ୩୧୦୦ ଟଙ୍କା କୁଇଣ୍ଟାଲ ପିଛା ମିଳିବ ନାହିଁ। ଅନ୍ୟପକ୍ଷେ ସଫା ଓ ମାନଯୁକ୍ତ ଧାନ ନ ଦେଲେ ତାକୁ ମଣ୍ଡିରେ ଗ୍ରହଣ କରା ନ ଯିବାକୁ ସ୍ଥିର ହୋଇଥିବାରୁ ଚାଷୀର ଚିନ୍ତା ଦୁଇଗୁଣ ବଢ଼ି ଯାଇଛି। ଏଣୁ ସରକାର ନିଜ ନିଷ୍ପତ୍ତିରେ ପରିବର୍ତ୍ତନ ସହ ଏଫ୍‌ଏକ୍ୟୁ ମାନରେ କୋହଳ କରିବା ପାଇଁ ଚାଷୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri