ନଷ୍ଟ ହୋଇଛି ୧୦୫.୯୦ ଏକର ଜମିର ଫସଲ

ଉମରକୋଟ,୨୬।୮(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଧୀନ ବୁର୍ଜା ପଞ୍ଚାୟତ କପସାଭଟା ଗ୍ରାମରେ ସଂରକ୍ଷିତ ଜଙ୍ଗଲ ଜମି ଅଧିଗ୍ରହଣକୁ ନେଇ ମକା ଫସଲ ନଷ୍ଟ ଓ ଘର ପୋଡି ଘଟଣାରେ ଉଚ୍ଚସ୍ତରୀୟ ଅନୁସନ୍ଧାନ ପାଇଁ ବିଭିନ୍ନ ବିଭାଗର ସରକାରୀ ଅଧିକାରୀ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛନ୍ତି। ମୋଟ ୧୦୫.୯୦ ଏକର ମକା ଫସଲ ନଷ୍ଟ ହୋଇଥିବା ଉମରକୋଟ ତହସିଲଦାର ଏନ୍‌. ଜଗତ ଜୀବନ ଚୌଧୁରୀ ସୂଚନା ଦେଇଛନ୍ତି। ତେବେ କ୍ଷତି ହୋଇଥିବା ଜମିର ପଟ୍ଟା କାହା ନାମରେ ନ ଥିବା ତହସିଲଦାର ସ୍ପଷ୍ଟ କରିଛନ୍ତି। ଅପରପକ୍ଷେ କପସାଭଟା, ସାରିଆଭଟା, ଲକଟିପକନା ଆଦି ଗ୍ରାମକୁ ରାସ୍ତା, ବିଦ୍ୟାଳୟ, ନଳକୂପ, ପେନସନ, ରାସନ କାର୍ଡ ଅଛିକି ନାହିଁ ତାହା ତଦାରଖ କରିବା ସହ ସେମାନଙ୍କୁ ସମସ୍ତ ସରକାରୀ ସୁବିଧା ମିଳୁଛି କି ନାହିଁ ସେ ନେଇ ଅନୁଧ୍ୟାନ କରିଛନ୍ତି। ବିଦ୍ୟାଳୟରେ ପାଠପଢା କିପରି ଚାଲିଛି, ଶିକ୍ଷକମାନେ ନିୟମିତ ଭାବରେ ସ୍କୁଲ କୁ ଆସୁଛନ୍ତି କି ନାହିଁ ଏହି ସବୁ ଦିଗ କୁ ନେଇ ତଦାରଖ କରିଥିଲା ଟିମ୍‌ ଯୁଗ୍ମ ଟିମ। ତଦନ୍ତ ରିପୋର୍ଟ ଉପରିସ୍ଥ ଅଧିକାରୀଙ୍କୁ ଦିଆଯିବ, ସେମାନେ ଯାହା ନିଷ୍ପତି ନେବେ ବୋଲି ଅରସିଥିବା ଅଧିକରୀମାନେ କହିଛନ୍ତି। ଜିଲାପାଳଙ୍କ ନିର୍ଦ୍ଧେଶକ୍ରମେ ଉମରକୋଟ ତହସିଲଦାର ଏନ୍‌. ଜଗତ ଜୀବନ ଚୌଧୁରୀ, ରେଞ୍ଜର ପୂର୍ଣ୍ଣଚନ୍ଦ୍ର ନାୟକ, ଉମରକୋଟ ଥାନା ସବ୍‌ଇନ୍ସିପେକ୍ଟର ଖଗେଶ୍ବର ଖୋସଲା, ଉମରକୋଟ ବିଡିଓଙ୍କ ପ୍ରତିନିଧି ଭାବେ ବ୍ଲକ ପଞ୍ଚାୟତ ନିର୍ବାହୀ ଅଧିକାରୀ ପୁନିତ୍‌ ରାମ ଗଣ୍ଡ, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ରିକିରାମ ଚନ୍ଦ୍ରକାର, ଜିଲା କୃଷି ଅଧିକାରୀ ବିଜୟ କୁମାର ପଟ୍ଟନାୟକ, ବ୍ଲକ କୃଷି ଅଧିକାରୀ ବିଧୂଭୂଷଣ ମହାକୁଳ, ରାଜସ୍ବ ପରିଦର୍ଶକ ଅନିଲ ଦାସ ପ୍ରମୁଖ ପରିଦର୍ଶନରେ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri