କୋଟିପତି ବୌଦ୍ଧ ଆରଟିଓ ବସନ୍ତ ମହାପାତ୍ରଙ୍କୁ ଗିରଫ କଲା ଭିଜିଲାନ୍ସ

ବୌଦ୍ଧ,୧୬।୨: ବୌଦ୍ଧ ଜିଲାର ଆଞ୍ଚଳିକ ପରିବହନ ଅଧିକାରୀ ବସନ୍ତ କୁମାର ମହାପାତ୍ରଙ୍କୁ ଶୁକ୍ରବାର ଓଡିଶା ଭିଜିଲାନ୍ସ ବିଭାଗ ଗିରଫ କରିଛି। ଆୟାବହିର୍ଭୁତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ବସନ୍ତଙ୍କ ସମ୍ପତ୍ତି ଉପରେ କରାଯାଇଥିବା ତଦନ୍ତକୁ ଭିତ୍ତି କରି ଭୁବନେଶ୍ୱରରେ 2ଟି ଉଚ୍ଚ ମୂଲ୍ୟର ଫ୍ଲାଟ ଏବଂ ଦୁଇଟି କମର୍ସିଆଲ ସପିଂ ଆଉଟଲେଟ୍ ସହିତ ଅପାରଗ ସମ୍ପତ୍ତି ଭିଜିଲାନ୍ସ ଠାବ କରିଛି।

ରିପୋର୍ଟ ଅନୁଯାୟୀ, ଭୁବନେଶ୍ୱର ପାହାଳସ୍ଥିତ ଉତ୍କଳ ସିଗ୍ନେଚରର ତୃତୀୟ ମହଲାରେ ୩ ହଜାର ବର୍ଗଫୁଟ ବିଶିଷ୍ଟ ପ୍ରାୟ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଏକ ଫ୍ଲାଟ୍‌ (ନଂ.୩୦୭), ଭୁବନେଶ୍ୱର କଳ୍ପନା ଛକସ୍ଥିତ ଉତ୍କଳ କନିକା ଗାଲେରିଆରେ ଏଗ୍ରିମେଣ୍ଟ୍‌ ଅନୁଯାୟୀ ୨ କୋଟି ଟଙ୍କାର ଦୁଇଟି କମର୍ସିଆଲ୍‌ ଶପିଂ କମ୍ପ୍ଲେକ୍ସ (ନଂ.୪,୫), କଳ୍ପନାଛକ ଉତ୍କଳ ରୟାଲ ରେସିଡେନ୍ସିର ୮ମ ମହଲାରେ ଏକ ୩ ବିଏଚ୍‌କେ ଫ୍ଲାଟ୍‌ (ନଂ,ବି/୮୩) ଠାବ ହୋଇଛି।

ସେହିପରି ବସନ୍ତ ଭୁବନେଶ୍ୱର କଳାରାହାଙ୍ଗସ୍ଥିତ ଜେଡ୍‌-୧ ଇଷ୍ଟେଟ୍‌ ଆଇକନିକ୍‌ ଟାୱାରର ବ୍ଲକ୍‌-୪ରେ ଥିବା ୫ ବିଏଚ୍‌କେ ଫ୍ଲାଟ୍‌ (ନଂ.୨୫୦୪) କିଣିବାକୁ ଅଗ୍ରିମ ୧.୩୫ କୋଟି ଏବଂ ବେଙ୍ଗାଲୁରୁ ସିଟିସ୍ଥିତ ଓଜୋନ୍‌ ଏଲିଗାଣ୍ଟ୍‌ ଆପାର୍ଟମେଣ୍ଟରେ ଫ୍ଲାଟ୍‌ (ନଂ.ଏଫ୍‌-୧୦୦୨) କିଣିବାକୁ ୮୮ ଲକ୍ଷ ଟଙ୍କା ଦେଇଥିବା ଭିଜିଲାନ୍ସ ଟିମ୍‌ ପ୍ରମାଣ ପାଇଛି।

ତେବେ ଏସବୁର ପ୍ରକୃତ ମୂଲ୍ୟ ଜାଣିବାକୁ ଭିଜିଲାନ୍ସର ଟେକ୍ନିକାଲ୍‌ ଓ୍ବିଙ୍ଗ୍‌ ଅଧିକ ଯାଞ୍ଚ କରୁଛି। ୩ କୋଟି ୯୦ ଲକ୍ଷ ୫୯ ହଜାର ଟଙ୍କାର ବ୍ୟାଙ୍କ, ଜୀବନବୀମା ଜମା, ବଣ୍ଡ୍‌ ଦ୍ୱାରା ନିବେଶ ଓ ମ୍ୟୁଚୁଆଲ୍‌ ଫଣ୍ଡ୍‌ ଠାବ ହୋଇଛି। ଏଥିସହ ବସନ୍ତଙ୍କ ଘରୁ ନଗଦ ୧ ଲକ୍ଷ ୧୬ ହଜାର ୭୦୦ ଟଙ୍କା, ୫୯୦ ଗ୍ରାମ ସୁନା ଅଳଙ୍କାର ଓ ୩୧୮ ଗ୍ରାମ୍‌ ରୁପା ଅଳଙ୍କାର, ୯ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ୨ ବାଇକ ଏବଂ ଘରୋଇ ଆସବାବପତ୍ର ମିଳିଛି। ତେବେ ଠାବ ହୋଇଥିବା ବସନ୍ତଙ୍କ ସମ୍ପତ୍ତିର ପରିମାଣ ୧୯ କୋଟିରୁ ଊର୍ଦ୍ଧ୍ୱ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri