ମହିଳାଙ୍କଠାରୁ ଠକିନେଲେ କୋଟିଏ ଟଙ୍କା

ଯାଜପୁର ଟାଉନ,୨ା୭ (ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି) :ଜଣେ ଯୁବକ ପ୍ରଲୋଭନ ଦେଖାଇ ଶତାଧିକ ମହିଳାଙ୍କଠାରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ୍‌ କରିନେଇଥିବା ଅଭିଯୋଗ ହୋଇଥିଲା ା ସମ୍ପୃକ୍ତ ମହିଳାମାନେ ଜିଲା ପ୍ରଶାସନ ଓ ପୋଲିସର ଦ୍ୱାରସ୍ଥ ହୋଇଥିଲେ। ଯାଜପୁର ଟାଉନ୍‌ ଥାନା ଅଧିକାରୀ ବିଲ୍ବମଙ୍ଗଳ ସେଠୀ ଏହି ଠକେଇ ଘଟଣାର ମୁଖ୍ୟ କୁହାଯାଉଥିବା ତାଉଁତରା ଅଞ୍ଚଳର ଶୁଭକାନ୍ତ ମିଶ୍ରଙ୍କୁ ଥାନାରେ ଅଟକ ରଖି ତଦନ୍ତ ଜାରି ରଖିଛି ା ଏହି ଖବର ଜଣାପଡିବା ପରେ ମହିଳାମାନେ ସୋମବାର ଥାନା ଘେରାଉ କରିବା ସହ ସେମାନଙ୍କ ଟଙ୍କା କିପରି ଫେରି ପାଇବେ ତା’ର ବ୍ୟବସ୍ଥା କରିବାକୁ ପୋଲିସକୁ ଅନୁରୋଧ କରିଥିଲେ ା ପରିସ୍ଥିତିକୁ ଦେଖି ଏସ୍‌ଡିପିଓ ସତ୍ୟବ୍ରତ ଲେଙ୍କା ମହିଳାମାନଙ୍କୁ ବୁଝାଶୁଝା କରିବା ସହ ଘଟଣାର ତଦନ୍ତ ଚାଲିଛି, ସମସ୍ତଙ୍କୁ ନ୍ୟାୟ ମିଳିବ ବୋଲି କହିଥିଲେ।

ସୂଚନାଯୋଗ୍ୟ, ଯାଜପୁର ଟାଉନ ଥାନା ଅଞ୍ଚଳର ଶତାଧିକ ମହିଳା ଋଣ କରି ଶୁଭକାନ୍ତଙ୍କୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଦେଇଥିଲେ। ସେ ମହିଳାଙ୍କ କିସ୍ତି ବାବଦ ଅର୍ଥ ଶୁଝିବା ଓ ମାସକୁ ୬୫୦ଟଙ୍କା ଦେବା ସହ ୫ଖଣ୍ଡ ଶାଢ଼ି ଦିଆଯିବ ବୋଲି କହିଥିଲେ। ଏପରି କି ଯଦି ଜଣେ ମହିଳା ୧ଲକ୍ଷ ଟଙ୍କା ଦେବେ ତାଙ୍କୁ ୧୦ହଜାର ଟଙ୍କା ପୁରସ୍କାର ଦିଆଯିବ ବୋଲି କହିଥିଲେ। ଏମିତି କିଛିମାସ ଚାଲିବା ପରେ ଶୁଭକାନ୍ତ ନିଜ ହାତରୁ କିସ୍ତି ଶୁଝିବା ପାଇଁ ମହିଳାମାନଙ୍କୁ କହିବା ସହ ଫେରାର ହୋଇଯାଇଥିଲେ ା ପୋଲିସ ଶୁଭକାନ୍ତଙ୍କୁ ଥାନାକୁ ଆଣି ଏହି ଘଟଣାର ତଦନ୍ତ କରୁଛି ା


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଦାମ ବଢିବା ପରେ ସରକାରଙ୍କୁ ଟାର୍ଗେଟ କଲେ ସଞ୍ଜୟ ରାଉତ କହିଲେ…

ନୂଆଦିଲ୍ଲୀ,୨।୫: ଶିବସେନା (UBT) ଏମପି ସଞ୍ଜୟ ରାଉତ ଦେଶରେ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତି ଏବଂ ସାମ୍ପ୍ରତିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସମ୍ପର୍କରେ ଏକ ବିବୃତ୍ତି ଜାରି…

ଶିକାର କରିବାକୁ ଘରୁ ଡାକିନେଲେ, ଜଙ୍ଗଲରେ ମୋ’ ସ୍ବାମୀଙ୍କୁ ଗୁଳିକରି ମାରିଥିବା ଅଭିଯୋଗ ଆଣି ସ୍ତ୍ରୀ କହିଲେ…

ତୁମୁଡ଼ିବନ୍ଧ,୨ା୫(ଦୀପକ କୁମାର ପରାସେଠ୍‌): ଶିକାର କରିବାକୁ ଯାଇ ଶବ ପଲଟିଲେ। ସାଥୀ ଶିକାରୀଙ୍କ ଗୁଳିରେ ଚାଲିଗଲା ଜୀବନ। ଘରୁ ଡାକି ନେଇ ଗୁଳିକରି ହତ୍ୟା କରିଛନ୍ତି ବୋଲି…

ଜିତୁ ମୁଣ୍ଡା ଘଟଣା: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ନବୀନ, ନିବେଦନ କରି କହିଲେ…

ଭୁବନେଶ୍ୱର,୨ା୫: କେନ୍ଦୁଝରର ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ନବୀନରେ ଚିଠିରେ…

ତରଭୁଜ ଖାଇ ୪ ଜଣଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଅପଡେଟ, ଫଳରେ ନ ଥିଲା ବିଷ ପୀଡ଼ିତଙ୍କ ଶରୀରରୁ ମିଳିଲା ଅସାଧାରଣ ପଦାର୍ଥ

ମୁମ୍ବାଇ,୨।୫: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ତରଭୁଜ ଖାଇବା ପରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ଘଟିଥିବା ମାମଲା ସମ୍ପର୍କରେ ଏକ ବଡ଼ ଅପଡେଟ ଆସିଛି। ସୂତ୍ର ଅନୁଯାୟୀ,…

ହିଲ୍ସ ପିନ୍ଧି ନାଚୁଥିଲେ ଅକ୍ଷୟ କୁମାର: ଆଉ ତା’ପରେ ଘଟିଲା

ବଲିଉଡ ଅଭିନେତା ଅକ୍ଷୟ କୁମାର ବର୍ତ୍ତମାନ ତାଙ୍କ ଫିଲ୍ମ ‘ଭୂତ ବଙ୍ଗଳା’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହି ହରର କମେଡି ଫିଲ୍ମଟି ବକ୍ସ ଅଫିସରେ ଭଲ ପ୍ରଦର୍ଶନ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ୩ ଦିନ ଧରି…

ଫୁଲବାଣୀ,୨ା୫(ରାକେଶ କୁମାର ରାଉତ): ଫୁଲବାଣୀରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଭଡ଼ାଘରୁ ସ୍ବୟଂ ଶାସିତ ମହାବିଦ୍ୟାଳୟର ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଦେଖି ଲୋକଙ୍କ…

ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ: ଆଉ ତା’ପରେ…

ସୋର,୨।୫(ଜନ୍ମେଜୟ ମିଶ୍ର): ସୋର ତହସିଲର ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଇଛି ବାଲି ବୋଝେଇ ଟ୍ରକ। ଅଳ୍ପକେ ବର୍ତ୍ତିଲେ ସୋର ଅତିରିକ୍ତ ତହସିଲଦାର କୃଷ୍ଣମୋହନ ସିଂ l…

ଚତୁର୍ଥୀ ପୂର୍ବରୁ ଶାଶୁ ଘରୁ କନ୍ୟାକୁ ଉଠାଇ ନେଲା ପୋଲିସ, ବର ମାରିଲା ଛୁ

ନୟାଗଡ଼, ୨।୫(ଲୋକନାଥ ମିଶ୍ର): ନୟାଗଡ଼ ଚାଇଲ୍ଡ ହେଲ୍ପ ଲାଇନ ଦ୍ୱାରା ଇଟାମାଟି ଥାନା ଅଧୀନସ୍ଥ ଡେଂଗେରାଗୋଡି ଅଞ୍ଚଳରେ ଚତୁର୍ଥୀ ପୂର୍ବରୁ ଶାଶୁଘରୁ କନ୍ୟାକୁ ଉଠାଇ ନେଲା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri