କୋଟିକୋଟି ଟଙ୍କାର ଘୋଟଲା: EOWରେ ହାଜରହେଲେ ବିଜେଡି ନେତା

କେନ୍ଦୁଝର,୩।୩(ନରେଶ ପଟ୍ଟନାୟକ): କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା EOWରେ ବିଜେଡି ନେତା। କେନ୍ଦୁଝର ବିଜେଡି ନେତା ସୌମ୍ୟ ଶଙ୍କର ଚକ୍ର ଅର୍ଥାତ୍‌ ରାଜା ସୋମବାର EOWରେ ହାଜର ହୋଇଛନ୍ତି। ୪୦ ରୁ ୫୦ କୋଟି ଟଙ୍କାର ଅର୍ଥ ହେରଫେର ଅଭିଯୋଗରେ ଚକ୍ରଙ୍କୁ ମାରାଥନ ଜେରା ଚାଲିଛି । ସୌମ୍ୟଙ୍କ ବିରୋଧରେ କୋଟି କୋଟି ଟଙ୍କାର ଘୋଟଲା ଅଭିଯୋଗ ହୋଇଥିଲା। ଟ୍ରକରେ ମାଲ ପରିବହନ ସମ୍ପର୍କିତ ଘୋଟଲା ଅଭିଯୋଗରେ ଗତ ୩ ତାରିଖରେ ସୌମ୍ୟଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା।

ସୂଚନାଯୋଗ୍ୟ, କେନ୍ଦୁଝର ଗନ୍ଧମାର୍ଦ୍ଦନ ଓଏମସି ଖଣିରେ ଲୋଡିଂ ଦାୟିତ୍ୱ ନେଇଥିବା ବେଳେ କୋଟି ଟଙ୍କା ହେରଫେର ଅଭିଯୋଗ ହୋଇଥିଲା। କିଛି ଦିନ ପୂର୍ବରୁ ଶୁଆକାଟି ସ୍ଥିତ ଲୋଡିିଙ୍ଗ ଏଜେନ୍ସି କାର୍ୟ୍ୟାଳୟରେ EOW ପକ୍ଷରୁ ଚଢାଉ ହୋଇଥିଲା । ସେ ସମୟରେ ଏଜେନ୍ସି ସଭାପତି ଏବଂ ସମ୍ପାଦକଙ୍କୁ EOW ଅଧିକାରୀ ଉଠାଇ ନେଇ ପଳାଇଥିଲେ । ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମଧ୍ୟ ଜବତ ହୋଇଥିଲା । ପରେ ଖୋଲତାଡ଼ କରିବାରୁ ଏଥିରେ ପ୍ରାୟ ୫୦୦ କୋଟି ଟଙ୍କା ହେରଫେର ହୋଇଥିବା EOW ଜାଣିବାକୁ ପାଇଛି। ଏହି ସଂସ୍ଥା ସହ ଜଡ଼ିତ ୯ ଜଣଙ୍କୁ EOWରେ ହାଜର ହେବାକୁ ନୋଟିସ କରିଥିଲା ସେ ମଧ୍ୟରେ ରାଜ୍ୟ ଯୁବ ବିଜେଡି ଉପସଭାପତି ରାଜା ଚକ୍ରଙ୍କ ନାଁ ଥିଲା । ରାଜା ଚକ୍ର ଭୁବନେଶ୍ୱର ଅଫିସରେ ହାଜର ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri