Posted inଜାତୀୟ

ଆକ୍ରମଣ ଯୋଗୁ ଭାଙ୍ଗିଲା ସୀମାପାର ବିବାହ: ପାକିସ୍ତାନ ଯାଉଥିବା ବରଙ୍କୁ ଅଟ୍ଟାରିରୁ ଫେରାଇଦିଆଗଲା

ବାର୍‌ମେର,୨୬।୪:ଜମ୍ମୁ-କଶ୍ମୀରର ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣ ପରେ ପଡ଼ୋଶୀ ଦେଶ ସହ ତିକ୍ତତା ବଢ଼ିଛି। ଆକ୍ରମଣ ପାଇଁ ପାକିସ୍ତାନକୁ ଦାୟୀ କରି କେନ୍ଦ୍ର ସରକାର ଅଟ୍ଟାରି ସୀମାକୁ ସିଲ୍‌ କରିବା ସହ ବିଭିନ୍ନ କୂଟନୈତିକ କଟକଣା ଲଗାଇଛନ୍ତି। ଫଳରେ ଏକ ବହୁପ୍ରତୀକ୍ଷିତ ସୀମାପାର ବିବାହ ଅଟକିବା ସହ ରାଜସ୍ଥାନ ବାରମେର ଜିଲାର ପୁଅଘର ପରିବାରର ଆଶା ମଉଳିଯାଇଛି। ବାରମେରର ଜଣେ ଯୁବକ ଆସନ୍ତା ୩୦ରେ ପାକିସ୍ତାନର ଜଣେ ଯୁବତୀଙ୍କୁ ବିବାହ କରିବାକୁ ସ୍ଥିର ହୋଇଥିଲା। ଏଥିପାଇଁ ବର ଜଣଙ୍କ ଗୁରୁବାର ବାରାତ ନେଇ ଓ୍ବାଘା-ଅଟାରି ସୀମାରେ ପହଞ୍ଚତ୍ଥିଲେ। ତେବେ ସେମାନଙ୍କୁ ପାକିସ୍ତାନରେ ପ୍ରବେଶ ପାଇଁ ଅନୁମତି ନ ମିଳିବାରୁ ସେମାନେ ଫେରିଆସିବାକୁ ବାଧ୍ୟ ହୋଇଛନ୍ତି।
ବାରମେରର ୨୫ ବର୍ଷୀୟ ଶାଇନ୍ତନ ସିଂଙ୍କର ୪ ବର୍ଷ ପୂର୍ବେ ପାକିସ୍ତାନ ସିନ୍ଧ୍‌ ପ୍ରଦେଶ ଅନ୍ତର୍ଗତ ଅମରକୋଟ ଜିଲାର କେସାର କନଓ୍ବାରଙ୍କ ସହ ନିର୍ବନ୍ଧ ହୋଇଥିଲା। ଏହା ପରେ ବର ପରିବାର ଦୀର୍ଘଦିନର ଉଦ୍ୟମ କ୍ରମେ ପାକିସ୍ତାନ ଯିବା ପାଇଁ ଗତ ଫେବୃଆରୀରେ ଭିଜା ପାଇଥିଲେ। ଭିଜା ସମୟ ସୀମା ମେ’ ୧୨ ପର୍ଯ୍ୟନ୍ତ ଥିବାରୁ ବିବାହ ତାରିଖ ଏପ୍ରିଲ ୩୦କୁ ଚୂଡ଼ାନ୍ତ ହୋଇଥିଲା। ତେବେ ବାରାତ୍‌ ଅଟାରି ସୀମା ଅତିକ୍ରମ କରିବା ପୂର୍ବରୁ ଆତଙ୍କବାଦୀ ଆକ୍ରମଣକୁ ନେଇ କୂଟନୈତିକ କଟକଣା ଜାରି ସ୍ବରୂପ ସୀମା ସିଲ୍‌ କରିଦିଆଯାଇଥିଲା। ଫଳରେ ବରଙ୍କୁ ନିରାଶ ହୋଇ ଫେରିବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?