କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧ ଜଣ ବିଧାୟକ ଦଳୀୟ ନିଷ୍ପତ୍ତି ବିରୋଧରେ ଯାଇ ଭୋଟ ଦେବା ଫଳରେ ସ୍ବାଧୀନ ପ୍ରାର୍ଥୀ ସହଜରେ ବିଜୟୀ ହୋଇଛନ୍ତି। ଏହି ‘ଦଳ ବିରୋଧୀ’ କାର୍ଯ୍ୟ ପାଇଁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଟକ-ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋଷ, ସାନଖେମୁଣ୍ଡି ବିଧାୟକ ରମେଶ ଜେନା ଏବଂ ମୋହନା ବିଧାୟକ ଦାଶରଥି ଗମାଙ୍ଗଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଏହି ଘଟଣାକୁ ନେଇ ଗଞ୍ଜାମ ଜିଲା ଭଞ୍ଜନଗର କଂଗ୍ରେସ ଶିବିରରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ପୂର୍ବତନ ବ୍ଲକ ଅଧ୍ୟକ୍ଷ ବି. ଦଣ୍ଡପାଣି ପାତ୍ର ଏବଂ ଭଞ୍ଜନଗର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ କୁମାର ବିଷୋୟୀ ଏକ ଖବରଦାତା ସମ୍ମିଳନୀ ଜରିଆରେ କ୍ରସ ଭୋଟିଂ କରିଥିବା ବିଧାୟକମାନଙ୍କୁ କଡ଼ା ସମାଲୋଚନା କରିଛନ୍ତି।

ନେତାଦ୍ୱୟ କହିଛନ୍ତି ଯେ, ଏହି ବିଧାୟକମାନେ ନିଜର ବ୍ୟକ୍ତିଗତ ସ୍ବାର୍ଥ ହାସଲ ପାଇଁ ହଜାର ହଜାର କଂଗ୍ରେସ କର୍ମୀଙ୍କ ବିଶ୍ୱାସରେ ବିଷ ଦେଇଛନ୍ତି। ଦଳୀୟ ଟିକେଟ୍‌ରେ ଜିତି ଅନ୍ୟ ପ୍ରାର୍ଥୀଙ୍କୁ ସମର୍ଥନ କରିବା ଅତ୍ୟନ୍ତ ନିନ୍ଦନୀୟ। ବହିଷ୍କୃତ ବିଧାୟକଙ୍କ ବିରୋଧରେ ଆଇନଗତ ଓ ଦୃଢ଼ ଦଳୀୟ କାର୍ଯ୍ୟାନୁଷ୍ଠାନ ପାଇଁ ସେମାନେ ଦାବି କରିଛନ୍ତି। କ୍ରସ ଭୋଟିଂକୁ ବିରୋଧ କରି ଆସନ୍ତାକାଲି ଗାଲେରୀଠାରେ ଉକ୍ତ ନେତାମାନଙ୍କର କୁଶପୁତ୍ତଳିକା ଦାହ କରାଯିବ ବୋଲି ସୂଚନା ମିଳିଛି। ଆଗାମୀ ଦିନରେ ଜିଲାର ସମସ୍ତ ନିର୍ବାଚନ ମଣ୍ଡଳୀରେ ଏହି ଆନ୍ଦୋଳନକୁ ବ୍ୟାପକ କରାଯିବ ବୋଲି ଦଣ୍ଡପାଣି ଚେତାବନୀ ଦେଇଛନ୍ତି।

ଏହି କ୍ରସ ଭୋଟିଂ ଫଳରେ ବିଜେଡି ଓ କଂଗ୍ରେସ ଶିବିରରେ ନିରୁତ୍ସାହ ଦେଖାଦେଇଥିବା ବେଳେ ଭାଜପା ଶିବିର ଉତ୍ସାହିତ ହୋଇପଡ଼ିଛି। ନିଜ ଅଞ୍ଚଳକୁ ଫେରିବା ସମୟରେ ଏହି ବିଧାୟକମାନେ ନିଜ କର୍ମୀ ଓ ସାଧାରଣ ଜନତାଙ୍କ ଅନେକ ଅପ୍ରୀତିକର ପ୍ରଶ୍ନର ସମ୍ମୁଖୀନ ହେବାର ସମ୍ଭାବନା ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri