ଦିନକରେ ୭ ହଜାର ଟପିଲା

ଭୁବନେଶ୍ୱର, ୧୧।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ୭ ହଜାର ଟପିଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୯,୦୧୮ ନମୂନା ପରୀକ୍ଷା କରାଯାଇଥିବା ବେଳେ ୭,୦୭୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏପରି କି ସଂକ୍ରମଣ ହାର ୧୦.୨୫ ପ୍ରତିଶତକୁ ବୃଦ୍ଧି ପାଇଛି।

ସୁନ୍ଦରଗଡ଼ରେ ସର୍ବାଧିକ ସଂକ୍ରମଣ ହାର ୨୨.୮ ପ୍ରତିଶତ ଥିବା ବେଳେ ଖୋର୍ଦ୍ଧାରେ ୧୭.୧, ସମ୍ବଲପୁର ୧୫.୮, କୋରାପୁଟ ୧୨.୪, କଟକରେ ୧୧.୧ ପ୍ରତିଶତ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୪,୧୨୮ କ୍ୱାରାଣ୍ଟାଇନ୍‌ ସେଣ୍ଟରର ଥିବା ବେଳେ ୨,୯୪୩ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି।

ଅନ୍ୟପକ୍ଷେ ସୁନ୍ଦରଗଡ଼ ଜିଲାରେ ଦୈନିକ ସଂକ୍ରମିତ ସଂଖ୍ୟା ୧ ହଜାର ଟପିଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨,୨୨୬, ସୁନ୍ଦରଗଡ଼ରୁ ୧,୧୪୭, ସମ୍ବଲପୁର ୬୦୯, କଟକ ୫୦୫, ମୟୂରଭଞ୍ଜ ୨୦୧, ବଲାଙ୍ଗୀର ୧୯୦, ବାଲେଶ୍ୱର ୧୯୮, ପୁରୀ ୧୫୬, ଝାରସୁଗୁଡ଼ା ୧୪୩, ଯାଜପୁର ୧୩୦, ଗଞ୍ଜାମ ୧୧୧, କୋରାପୁଟ ୧୦୭ ଜଣ ରହିଛନ୍ତି। ବାକି ସବୁ ଜିଲାରେ ସଂକ୍ରମିତଙ୍କ ଶହେ ତଳକୁ ରହିଥିବା ରାଜ୍ୟରେ ଏବେ ମୋଟ କରୋନା ସଂକ୍ରମିତ ସଂଖ୍ୟା ୧୦,୮୨,୭୬୯କୁ ବୃଦ୍ଧି ପାଇଛି। ରାଜ୍ୟରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ପରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୪୬୯ରେ ପହଞ୍ଚତ୍ଛି। ୨୬,୪୬୪ ସକ୍ରିୟ ରୋଗୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri