କ୍ରସର କର୍ମଚାରୀଙ୍କ ମୃତ୍ୟୁ ଘଟଣା: ଭୁବନେଶ୍ୱରରୁ ଗିରଫ ହେଲେ ଦୁଇ ଅଭିଯୁକ୍ତ

ଧର୍ମଶାଳା,୧୮ା୫(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ରାହାଡପୁରସ୍ଥିତ ପଦ୍ମାବତୀ କ୍ରସର କର୍ମଚାରୀ ଇଞ୍ଜିନିୟର ଛାତ୍ର ହତ୍ୟା ଘଟଣାକୁ ୧୭ଦିନ ବିତିବା ପରେ ଶନିବାର ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସୌମ୍ୟ ରଞ୍ଜନ ବିଶାଳ ଓ ହେମନ୍ତ କୁମାର ଦେଓ। ଏହି ଘଟଣାରେ ୪ଜଣ ଅଭିଯୁକ୍ତ ସଂପୃକ୍ତ ଥିବାନେଇ ଥାନାରେ ଅଭିଯୋଗ ହୋଇଥିଲା। ପୂର୍ବର ଏହି ହତ୍ୟା ଘଟଣାର ପ୍ରଥମ ଦିନରୁ ଅଟକ ଥିବା ସତ୍ୟନାରାୟଣ ବଳ (ରନୀ)କୁ ପୋଲିସ ଗିରଫ କରି ଚାଲାଣ କରିଥିଲା। ଅନ୍ୟ ଅଭିଯୁକ୍ତମାନଙ୍କୁ ପୋଲିସ କେବେ ଗିରଫ କରିବ ସେନେଇ ପ୍ରଶ୍ନ ଉଠିଥିଲା। ଏହି ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଜ୍ଞାନ ରଞ୍ଜନ ମହାପାତ୍ର (ସିଲୁ) କେବେ ଗିରଫ ହେବେ ତାହା ଦେଖିବାକୁ ବାକି ରହିଲା।

ପ୍ରକାଶ ଥାଉ କି, ଗତ ମେ’୧ ତାରିଖରେ ଧର୍ମଶାଳା ବ୍ଲକ ଜାରକା ସ୍ଥିତ ଜାମୁବଣିଆ ଗ୍ରାମର ଅଜୟ ଜେନାଙ୍କ ପୁଅ ଅରଜିତ୍‌ ଜେନାଙ୍କୁ କ୍ରସର ଟଙ୍କା ହଡ଼ପ ଅଭିଯୋଗ ଆଣି କ୍ରସର ମାଲିକ ଭଣଜା ରନୀ ଓ କ୍ରସର କ୍ୟାସିଅର ମିଶି ନିସ୍ତୁକ ମାଡ଼ ମାରିଥିଲେ। ମାଡ଼ ମାରିବା ସହ ଗରମ ଚେଙ୍କ ଦେବା ଭଳି ବର୍ବରତାର ସବୁ ସୀମା ଟପି ଯାଇଥିଲେ। ମାଡ଼ରେ ଗୁରୁତର ହେଇଥିବା ଅରଜିତଙ୍କ କଟକରେ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ଅନ୍ୟ ୩ଜଣ ଅଭିଯୁକ୍ତଙ୍କୁ ପୋଲିସ କେବେ ଧରିବ ସେ ନେଇ ବିଭିନ୍ନ ମହଲରେ ଆଲୋଚନା ଜୋର ଧରିଥିଲା। ଏହାକୁ ଗୁରୁତ୍ୱର ସହ ବିଚାରକୁ ନେଇ ଧର୍ମଶାଳା ପୋଲିସ ଶନିବାର ରାତିରେ ଭୁବନେଶ୍ୱରରୁ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri