ରାଜଧାନୀ ଭିଡ଼ ବଢ଼ାଇଲା ସଂକ୍ରମଣ

ଭୁବନେଶ୍ୱର, ୧୪।୧୦(ବ୍ୟୁରୋ): ରାଜ୍ୟରେ କରୋନା ଭୂତାଣୁ ଏବେ ପୁଣି ସକ୍ରିୟ ହୋଇଉଠିଛି। ଲୋକେ ନିୟମ ମାନୁ ନ ଥିବାରୁ ସଂକ୍ରମଣ ଉପରମୁହାଁ ହେଉଛି। ବିଶେଷକରି ରାଜଧାନୀ ଭୁବନେଶ୍ୱରର ହାଟବଜାର, ରାସ୍ତାଘାଟରେ ହେଉଥିବା ଭିଡ଼ ପାଇଁ ସହରରେ ସଂକ୍ରମଣ ବଢ଼ିବା ସହ ଜିଲା ଓ ରାଜ୍ୟର ସ୍ଥିତିକୁ ମଧ୍ୟ ବିଗାଡ଼ିବାରେ ଲାଗିଛି। ଗତ କିଛିଦିନ ହେବ ରାଜ୍ୟରେ ଦୈନିକ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ରାଜଧାନୀରୁ ୪୦ ପ୍ରତିଶତ ରହୁଛନ୍ତି। ଆଗକୁ ଏଠାରେ ପଜିଟିଭ୍‌ ସଂଖ୍ୟା ବଢ଼ିଲେ, ଏହା ଭୟଙ୍କର ପରିସ୍ଥିତି ସୃଷ୍ଟି କରିବ ବୋଲି ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର କହିଛନ୍ତି।
ଦୈନିକ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ରହୁଛନ୍ତି। ପୁଣି ଜିଲାର ମୋଟ ସଂକ୍ରମିତଙ୍କ ମଧ୍ୟରୁ ପ୍ରାୟ ୬୦ପ୍ରତିଶତ ହେଉଛନ୍ତି ଭୁବନେଶ୍ୱରର। ଗତ ୧୦ ତାରିଖରେ ଖୋର୍ଦ୍ଧାରୁ ୩୩୧ ଚିହ୍ନଟ ହୋଇଥିବାବେଳେ ଭୁବନେଶ୍ୱରରୁ ୧୫୯ଜଣ ଥିଲେ। ସେହିଭଳି ୧୧ ତାରିଖରେ ଖୋର୍ଦ୍ଧାରେ ୨୦୮ ଥିବାବେଳେ ଭୁବନେଶ୍ୱରରୁ ୧୫୯, ୧୨ରେ ୨୭୪ଜଣଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୨୩୪, ୧୩ ତାରିଖରେ ଖୋର୍ଦ୍ଧାରେ ଚିହ୍ନଟ ହୋଇଥିବା ମୋଟ ୩୨୩ ସଂକ୍ରମିତଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୧୮୪ଜଣ ରହିଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୨,୬୭୫ ନମୁନା ପରୀକ୍ଷା କରାଯାଇଥିବାବେଳେ ୬୧୫ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସଂକ୍ରମଣ ହାର ୦.୯୮%କୁ ବୃଦ୍ଧି ପାଇଥିଲା। ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୩୨୩ଜଣ ଥିଲେ। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଯିବାରୁ ବୁଧବାର ଏହି ଜିଲା ରେଡ୍‌ ଜୋନ୍‌କୁ ଆସିଥିଲା। ତେବେ ସନ୍ଧ୍ୟାରେ ୧୬୪ଜଣ ସୁସ୍ଥ ହେବାପରେ ପୁଣି ୟେଲୋ ଜୋନ୍‌କୁ ଖସି ଆସିଥିଲା ଖୋର୍ଦ୍ଧା। ତେବେ ଗତ ଦୁଇଦିନ ହେବ ଏହି ଜିଲାରେ ସଂକ୍ରମଣ ହାର ୩% ଉପରେ ରହୁଥିବାରୁ ଓ ଭୁବନେଶ୍ୱରର ସ୍ଥିତି ଜଟିଳ ହେଉଥିବାରୁ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଚିନ୍ତା ବଢ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

CJPକୁ ନେଇ ବଡ଼ ବୟାନ ଦେଲେ ଚିରାଗ ପାସୱାନ, କହିଲେ କେହି ଅଟକାଇ ପାରିବେ ନାହିଁ…

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଶୁକ୍ରବାର କହିଛନ୍ତି ଯେ ଟ୍ରେନ ବାତିଲ କରି ଭାରତର ଯୁବପିଢ଼ିଙ୍କୁ ଅଟକାଯାଇ ପାରିବ ନାହିଁ। ସେ ନିର୍ୱାଚନ ଆୟୋଗ ବିରୋଧରେ ବିକ୍ଷୋଭ…

ନିଜ ପତ୍ନୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ ତେଜ ପ୍ରତାପ ଯାଦବ, କହିଲେ, ‘ପୂର୍ବତନ ପ୍ରେମିକଙ୍କୁ ଦେଉଥିଲେ…’

ପାଟନା,୧୦।୧୦: ବିହାରର ପୂର୍ବତନ ମନ୍ତ୍ରୀ ତଥା ‘ଜନ ଶକ୍ତି ଜନତା ଦଳ’ (JJD)ର ଜାତୀୟ ସଭାପତି ତେଜ ପ୍ରତାପ ଯାଦବ ନିଜ ପତ୍ନୀ ଐଶ୍ୱର୍ଯ୍ୟା ରାୟଙ୍କ ବିରୁଦ୍ଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?