ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି। ‘ହର ହର ମହାଦେବ‘ ଓ ଓଁ ନମଃ ଶିବାୟ ଧ୍ୱନିରେ ସାରା ଅଞ୍ଚଳ ପ୍ରକମ୍ପିତ ହେଉଛି। କେବଳ ଗଞ୍ଜାମ ସହର ନୁହେଁ, ବରଂ ଆଖପାଖ ଗ୍ରାମାଞ୍ଚଳରୁ ହଜାର ହଜାର ଭକ୍ତ ମନ୍ଦିରକୁ ଆସି ଜଳାଭିଷେକ କରିବା ସହ ପ୍ରଦୀପ ପ୍ରଜ୍ୱଳନ କରି ନିଜର ଓ ପରିବାରର ମଙ୍ଗଳ କାମନା କରୁଛନ୍ତି। ଖଣ୍ଡେଶ୍ୱର ମନ୍ଦିର ବ୍ୟତୀତ ଅଞ୍ଚଳର ଅନ୍ୟ ସମସ୍ତ ଶିବ ମନ୍ଦିରରେ ମଧ୍ୟ ଭକ୍ତଙ୍କ ପ୍ରବଳ ସମାଗମ ପରିଲକ୍ଷିତ ହୋଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମନ୍ଦିର ପରିଚାଳନା କମିଟି ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ମନ୍ଦିର ପରିଚାଳନା କମିଟିର ସଦସ୍ୟ ରବୀନ୍ଦ୍ର କୁମାର ପଣ୍ଡାଙ୍କ ସୂଚନା ଅନୁଯାୟୀ, ଚଳିତ ବର୍ଷ ନୀତିକାନ୍ତି ଅନୁସାରେ ରାତି ୧୦ଟାରେ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବାର ଯୋଜନା ରହିଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ସ୍ଥାନୀୟ ପୋଲିସ ଓ ସ୍ବେଚ୍ଛାସେବୀମାନେ ନିୟୋଜିତ ଅଛନ୍ତି। ମନ୍ଦିର ପରିସରରେ ଭଜନ-କୀର୍ତ୍ତନ ଓ ଧୂପ-ଦୀପର ସୁଗନ୍ଧରେ ପରିବେଶ ପବିତ୍ର ହୋଇଉଠିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri