ଶ୍ରୀ ରାଧାକୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି,୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପାଇକ ସାହି ନିକଟ ଶ୍ରୀକୃଷ୍ଣ ଚୈତନ୍ୟ ଆଶ୍ରମ ପରିସରରେ ଥିବା ଶ୍ରୀ ରାଧା ବିନୋଦ ବିହାରୀଜୀଉ(ରାଧାକୃଷ୍ଣ) ମନ୍ଦିରରେ ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶୁକ୍ରବାର ଶ୍ରୀ କୃଷ୍ଣ ଜନ୍ମାଷ୍ଟମୀ ମହୋତ୍ସବ ଆଡମ୍ବର ସହକାରେ ଅନୁଷ୍ଠିତ ହୋଇଛି। ଦିଗପହଣ୍ଡି ସହର ସମେତ ଆଖାପଖ ଗ୍ରାମାଞ୍ଚଳରୁ ଆସିଥିବା ବହୁ ସଂଖ୍ୟକ ଶ୍ରଦ୍ଧାଳୁଙ୍କ ଉପସ୍ଥିତିରେ ସକାଳେ ମଙ୍ଗଳ ଆଳତୀ, ତୁଳସୀ ପରିକ୍ରମା, ମହାଜନ ପଦ୍ୟାବଳୀ ସଙ୍କୀର୍ତ୍ତନ, ସ୍ତୋତ୍ରପାଠ ପରେ ଶ୍ରଦ୍ଧାଳୁ ବୃନ୍ଦ ଠାକୁରଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ। ଗତ ସୋମବାର ଏକାଦଶୀ ତିଥିଠାରୁ ଶୁକ୍ରବାର ପୂର୍ଣ୍ଣମୀ ପର୍ଯ୍ୟନ୍ତ ଶ୍ରୀ ରାଧାକୃଷ୍ଣଙ୍କ ଝୁଲଣ ଯାତ୍ରା ଅନୁଷ୍ଠିତ ହୋଇଥିଲା। ସେହିପରି ଗତ ଶନିବାରଠାରୁ ଗତକାଲି ଗୁରୁବାର ପର୍ଯ୍ୟନ୍ତ ମନ୍ଦିର ପରିସରରେ ଶ୍ରୀମଦ ଭାଗବତ କଥାମୃତ ପାରାୟଣ ଅନୁଷ୍ଠିତ ହୋଇଥିଲା। ତ୍ରିଦଣ୍ଡି ସ୍ବାମୀ ଭକ୍ତି ବିଚାର ବିଷ୍ଣୁ ଗୋସ୍ବାମୀ ମହାରାଜ ଏବଂ ଶ୍ରୀପାଦ କୃଷ୍ଣ ଦାସ ପ୍ରଭୁ ପ୍ରବକ୍ତା ଭାବେ ଯୋଗଦେଇଥିଲେ। ଭକ୍ତି ସାଧକ ଯୋଗୀ ମହାରାଜ ଏବଂ ଶ୍ୟାମାନନ୍ଦ ପ୍ରଭୁ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହାୟତା କରିଥିଲେ। ସେହିପରି ପନ୍ଦରାସାହିସ୍ଥିତ ଶ୍ରୀ ରାଧାଶ୍ୟାମ ମନ୍ଦିର, ସହରର ଶ୍ରୀ ରାଧା ଦାମୋଦର ମନ୍ଦିର, ଶ୍ରୀ ରାଧା ମୋହନ ମନ୍ଦିର ସମେତ ସାନବ୍ରାହ୍ମଣ ସାହିସ୍ଥିତ ଶ୍ରୀ ଗୋପୀନାଥ ମନ୍ଦିର ପରିସରରେ ମହାପ୍ରଭୁ ଶ୍ରୀ କୃଷ୍ଣଙ୍କ ଜନ୍ମାଷ୍ଟମୀ ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ମନ୍ଦିର ପରିଚାଳନା କମିଟି ଓ ମେକାପ ପରିବାର ସଦସ୍ୟଙ୍କ ମିଳିତ ପ୍ରଚେଷ୍ଟାରେ ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀ ଉତ୍ସବ ପାଳନ କରାଯାଇଥିଲା। ଏପରିକି ମୁଖ୍ୟ ପଣ୍ଡିତଙ୍କ ପୌରୋହିତ୍ୟରେ ମନ୍ଦିର ପ୍ରାଙ୍ଗଣରେ ପ୍ରଭୁ ଶ୍ରୀ ଜଗନ୍ନାଥ ଓ ଶ୍ରୀ ରାଧାକୃଷ୍ଣଙ୍କୁ ପୂଜାର୍ଚ୍ଚନା କରାଯାଇଥିଲା। ଶ୍ରୀ ଗୋପୀନାଥ ମହାପ୍ରଭୁଙ୍କ ମଙ୍ଗଳ ଆରତି ପରେ ସଂକୀର୍ତ୍ତନ, ହୋମ ଓ ଶ୍ରୀକୃଷ୍ଣଙ୍କ ଜନ୍ମଲୀଳା ଆଦି ପୂଜାପାଠ କରି ମହାପ୍ରଭୁଙ୍କ ମଙ୍ଗଳ ଆରତି ପରେ ସଂକୀର୍ତ୍ତନ, ହୋମ ଓ ଶ୍ରୀକୃଷ୍ଣଙ୍କ ଜନ୍ମଲୀଳା ଆଦି ପୂଜାପାଠ କରାଯାଇଥିଲା। ସହରର ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ରହି ପ୍ରଭୁ ଶ୍ରୀକୃଷ୍ଣଙ୍କ ଅପାର କରୁଣା ଲାଭ କରିଥିଲେ। ଏଥିରେ ଗ୍ରାମବାସୀ ଏବଂ ସାହି ବାସିନ୍ଦା ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା ଅନ୍ତର୍ଜାତୀୟ ବିମାନ ବନ୍ଦର! ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ,୪।୯: ଶୁକ୍ରବାର, ସେପ୍ଟେମ୍ବର ୪ ଅପରାହ୍ନରେ ଆରମ୍ଭ ହୋଇଥିବା ବର୍ଷା ପରେ ଜାତୀୟ ରାଜଧାନୀ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର ବାହାରେ ପାଣି ଜମି ରହିବା…

ଜନ୍ମାଷ୍ଟମୀରେ ମହାସଂଯୋଗ କରିବ ମନି ମେକର୍‌, ୯ଟି ରାଶି ହେବ ଧନବାନ!

ଚଳିତ ବର୍ଷ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ କେବଳ ଧାର୍ମିକ ଦୃଷ୍ଟିକୋଣରୁ ନୁହେଁ, ବରଂ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ମଧ୍ୟ ଅତ୍ୟନ୍ତ ବିରଳ ଏବଂ ଶୁଭଙ୍କର। ୪ ସେପ୍ଟେମ୍ୱର…

କାହିଁକି ସ୍ବୟଂବର କରିଥିଲେ ରାଖୀ ସାୱନ୍ତ? ଖୋଲିଦେଲେ ଅସଲ କାରଣ, କହିଲେ-ବିବାହ ପାଇଁ ନୁହେଁ ବରଂ…

ମୁମ୍ବାଇ: ବଲିଉଡର ‘ଡ୍ରାମା କ୍ୱିନ’ ଭାବେ ପରିଚିତ ରାଖୀ ସାୱନ୍ତ ପୁଣିଥରେ ଚର୍ଚ୍ଚାରେ। ୨୦୦୯ରେ ତାଙ୍କ ସ୍ବୟଂବର ରିଆଲିଟି ଶୋ’ ଟେଲିଭିଜନରେ ଖୁବ ଚର୍ଚ୍ଚିତ ହୋଇଥିଲା। ସେତେବେଳେ…

କୋରାପୁଟ ଜିଲାର ୮୮,୨୮୯ ଚାଷୀଙ୍କୁ ୧୭.୮୮ କୋଟିର ସିଏମ୍‌-କିଷାନ ସହାୟତା

କୋରାପୁଟ, ୪।୯ (ଅମିତାଭ ବେହେରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍‌-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ ଓୟୁଏଟିର…

ବଡ଼ ଘୋଷଣା କଲା BCCI, ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁକ୍ରବାର ବଡ଼ ଘୋଷଣା କରିଛି। ଏସିଆନ ଗେମ୍ସରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତୀୟ ପୁରୁଷ କ୍ରିକେଟ…

ନବପଞ୍ଚମ ଯୋଗରେ ମାଲାମାଲ ହେବେ ସିଂହ ସମେତ ଏସବୁ ରାଶି: ଖୋଲିବ ଆୟର ଦ୍ୱାର, ଶନିବାରଠୁ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୫ ସେପ୍ଟେମ୍ବର ସକାଳେ ଶୁକ୍ର ଓ ଚନ୍ଦ୍ରଙ୍କ ମଧ୍ୟରେ ଏକ ଶୁଭ ନବପଞ୍ଚମ ଯୋଗ ଗଠନ ହେବ। ଚନ୍ଦ୍ରମା ୫ ସେପ୍ଟେମ୍ବର…

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ, ଶ୍ରୀକୃଷ୍ଣ ମେଳା

ଛତ୍ରପୁର, ୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ଓ ଶ୍ରୀକୃଷ୍ଣ ମେଳା ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ…

ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କହିଲେ ମିଥୁନ ଚକ୍ରବର୍ତ୍ତୀ, ସଭିଏଁ ଆଶ୍ଚର୍ଯ୍ୟ

କୋଲକାତା,୪।୯: ବରିଷ୍ଠ ଅଭିନେତା, ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ଏବଂ ପୂର୍ବତନ ଭାଜପା ରାଜ୍ୟ ସଭା ସାଂସଦ ମିଥୁନ ଚକ୍ରବର୍ତ୍ତୀ ଶୁକ୍ରବାର ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri