ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ ହେଉଛି । ଶୈବପୀଠ ମଧ୍ୟରୁ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ବଟେଶ୍ୱର, କାଇଁଚପୁର ପଞ୍ଚାୟତ ମାଳି ଜଗନାଥ ପୁର ନିକଟରେ ଅବସ୍ଥିତ ବାବା ଵାଲୀ ଲୋକନାଥ, ହୁମା ପଞ୍ଚାୟତ ବୋରିଗାଁ ବାବା ଝାଡ଼େଶ୍ୱର ମନ୍ଦିରରେ ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖାଯାଇଛି ।

ସେହିପରି ଖଣ୍ଡେଶ୍ୱର, ବାବା କାଶୀନାଥ, ପୁଡ଼ୁଗେଶ୍ୱର, ମକରେଶ୍ୱର, ସ୍ଵପ୍ନେଶ୍ଵର, ସିକେରେଶ୍ୱର ଆଦି ଶୈବ ପୀଠ ଗୁଡିକରେ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି । ବଟେଶ୍ୱର ମନ୍ଦିରରେ ଆସୁଥିବା ଭକ୍ତଙ୍କ ପାଇଁ ମାଗଣା ପାଳୁଅ ଉଖୁଡା ଭୋଗ ଏବଂ ଵାଲୀ ଲୋକନାଥ ଠାରେ ମାଗଣା ଖେଚୁଡ଼ି ଭୋଗ ଭକ୍ତଙ୍କୁ ବଣ୍ଟନ କରାଯାଉଛି । ଏହି ଉପଲକ୍ଷେ ଛଅ ଖଣ୍ଡ ଗ୍ରାମବାସୀଙ୍କ ଦ୍ୱାରା ପରିଚାଳିତ ବଟେଶ୍ୱର ମନ୍ଦିର ପରିଚାଳନା କମିଟି ପକ୍ଷରୁ ପ୍ରଥମ ଥର ପାଇଁ ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଇ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହେବ ବୋଲି କାର୍ଯ୍ୟକାରୀ ସଭାପତି ଶିବ ପ୍ରସାଦ ସ୍ୱାଇଁ ସୂଚନା ଦେଇଛନ୍ତି । ସେହିପରି ବାଲିଲୋକନାଥ, ନୀଳକଣ୍ଠେଶ୍ଵର ପୀଠରେ ଚଳିତ ବର୍ଷ ଭକ୍ତମାନଙ୍କ ପାଇଁ ସାମାଜିକ ଅପେରା ମଞ୍ଚସ୍ତ ହେବ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri