ପୁରୀରେ ଜମୁଛି ପ୍ରବାସୀ ଭାରତୀୟଙ୍କ ଭିଡ଼: ମହାପ୍ରଭୁଙ୍କୁ ଦର୍ଶନ କଲେ, ବେଳାଭୂମି ବୁଲିଲେ ପ୍ରବାସୀ ଭାରତୀୟ

ପୁରୀ,୭ା୧(ଅଜିତ୍‌ କୁମାର ମହାନ୍ତି):ଚଳିତ ମାସ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ମହାପ୍ରଭୁଙ୍କ ଦର୍ଶନ ସହ ଓ ପୁରୀ ଜିଲାର ଅପରୂପ ପର୍ଯ୍ୟଟନସ୍ଥଳର ସୌନ୍ଦର୍ଯ୍ୟ ଉପଭୋଗ କରିବାକୁ ପ୍ରବାସୀ ଭାରତୀୟଙ୍କ ଉତ୍ସାହ ଦେଖିବାକୁ ମିଳୁଛି। ପୁରୀ ସଜେଇ ହୋଇଥିବାବେଳେ ପ୍ରଶାସନ ପକ୍ଷରୁ ବିଚ୍‌ ଫେଷ୍ଟିଭାଲ ସହ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ସମ୍ମିଳନୀ ପାଇଁ ପ୍ରବାସୀ ଭାରତୀୟମାନେ ଓଡ଼ିଶାରେ ପହଞ୍ଚତ୍ବାକୁ ଲାଗିଛନ୍ତି। ସୋମବାର ପ୍ରଥମ ପ୍ରବାସୀ ଭାରତୀୟ ଭାବେ ନ୍ୟୁଜିଲାଣ୍ଡରେ ରହୁଥିବା ବନୀଷା ଧୀରୁ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସେ ୟୁନେସ୍କୋରେ ନ୍ୟୁଜିଲାଣ୍ଡର ଜାତୀୟ କମିଶନର, ଲାଇବ୍ରେରି ଓ ଇନ୍‌ଫର୍ମେଶନ୍‌ ଆଡ୍‌ଭାଇଜରି କମିଶନର, ଆଡ୍‌ଭୋକେଟ ଫର୍‌ ଏଥେନିକ ଆଣ୍ଡ ଜେଣ୍ଡର ରାଇଟ୍ସ ଇସ୍ୟୁ, ବୋର୍ଡ ମେମ୍ବର ଅଫ ଗ୍ଲୋବାଲ ଓମାନ ନ୍ୟୁଜିଲାଣ୍ଡ, ଜଷ୍ଟିସ ଅଫ୍‌ ଦି ପିସ୍‌ ଅଫ୍‌ ନ୍ୟୁଜିଲାଣ୍ଡର ସଦସ୍ୟ ରହିଛନ୍ତି। ପ୍ରବାସୀ ଭାରତୀୟ ଭାବେ ସେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗଦେବାକୁ ଓଡ଼ିଶା ଆସିଛନ୍ତି। ପୁରୀ ଅତିରିକ୍ତ ଜିଲାପାଳ (ପ୍ରୋଟୋକଲ) ନୀଳମାଧବ ଭୋଇ, ଅତିରିକ୍ତ ଉପ ଜିଲାପାଳ ନୀଳମାଧବ ମାଝୀ, ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଜିତେନ୍ଦ୍ର କୁମାର ମହାନ୍ତି ପ୍ରମୁଖ ଧୀରୁଙ୍କୁ ସ୍ବାଗତ କରିବା ସହ ମନ୍ଦିର ଦର୍ଶନ ଓ ପରିକ୍ରମା ପ୍ରକଳ୍ପ ପରିଦର୍ଶନ କରାଇଥିଲେ। ମହାପ୍ରଭୁଙ୍କ ଦର୍ଶନ କରି ଓ ପୁରୀ ଆସି ସେ ଅନେକ ଆନନ୍ଦିତ ବୋଲି ଧୀରୁ କହିବା ସହ ରାଜ୍ୟ ସରକାର ଓ ଜିଲା ପ୍ରଶାସନଙ୍କୁ ଧନ୍ୟବାଦ ଜଣାଇଥିଲେ। ସେହିପରି ସନ୍ଧ୍ୟାରେ ଇଂଲଣ୍ଡରେ ରହୁଥିବା କେତେଜଣ ପ୍ରବାସୀ ଭାରତୀୟ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ସୁକାନ୍ତ ସାହୁ, ଚିନୁ କିଶୋର, ରଶ୍ମି ମିଶ୍ର, ଡ. ସେହ୍ନା ସୋନି, ନିଲେସ୍‌ ଜୋଶି, ଫିୟନା ଜୋଶି ଏବଂ ନିରପେନ୍‌ ବାର୍‌କାଟିକ୍‌ ପ୍ରମୁଖ ପ୍ରବାସୀ ଭାରତୀୟ ପୁରୀ ଆସିଥିବା ଜଣାପଡ଼ିଛି। ଏହି ଅତିଥିମାନେ କହିଛନ୍ତି, ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବାକୁ ଓଡ଼ିଶା ଆସିଛୁ। ତେବେ ସୋମବାର ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରି ବେଶ୍‌ ଭାବବିହ୍ବଳ ହୋଇପଡ଼ିଛୁ। ପୁରୀ ବେଳାଭୂମି ବହୁତ ସୁନ୍ଦର, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ। ରାଜ୍ୟ ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ଭଲ ବ୍ୟବସ୍ଥା କରାଯାଇଛି। ଏଭଳି କାର୍ଯ୍ୟକ୍ରମ ଆୟୋଜନ ପାଇଁ ଭାରତ ସରକାର ଏବଂ ଓଡ଼ିଶା ସରକାରଙ୍କୁ ଧନ୍ୟବାଦ ଜଣାଉଛୁ।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?