ଓଡ଼ିଶାରେ ଜମିଲାଣି ଏନ୍‌ଆର୍‌ଆଇଙ୍କ ଭିଡ଼: ପ୍ରାକୃତିକ ସୌନ୍ଦର୍ଯ୍ୟର ନେଉଛନ୍ତି ମଜା

ଭୁବନେଶ୍ୱର,୭।୧: କାଲିଠୁ ଭୁବନେଶ୍ବରରେ ଆରମ୍ଭ ହେବ ପ୍ରବାସୀ ଭାରତୀୟ ସମ୍ମିଳନୀ। ଏନେଇ ଓଡ଼ିଶାରେ ଜମିଲାଣି ଏନ୍‌ଆର୍‌ଆଇଙ୍କ ଭିଡ଼ । ସାମିଲ ହେବେ ୭୦ ରାଷ୍ଟ୍ରରୁ ଆସିଥିବା ୪ ହଜାରରୁ ଅଧିକ ପ୍ରବାସୀ। ଏନେଇ ଚଳଚଞ୍ଚଳ ହୋଇପଡିଛି ରାଜଧାନୀ। ଏପରିକି ବିଦେଶରୁ ଆସିଥିବା ପ୍ରବାସୀ ଭାରତୀୟମାନେ ଭୁବନେଶ୍ୱରରେ ପହଞ୍ଚିବା ପରେ ପୁରୀ, କୋଣାର୍କ, ଚିଲିକାରେ ବୁଲିବା ଆରମ୍ଭ କରିଛନ୍ତି। ଅନ୍ୟପକ୍ଷେ କିଛି ପ୍ରବାସୀ ଭାରତୀୟ ଚିଲିକା ମଙ୍ଗଳାଯୋଡ଼ିରେ ପହଞ୍ଚି ଥିବା ଦେଖିବାକୁ ମିଳିଛି। ପ୍ରବାସୀ ଭାରତୀୟମାନେ ପ୍ରାୟ ୩୦ଟି ଡଙ୍ଗାରେ ମଙ୍ଗଳାଯୋଡ଼ିରେ ବୁଲିବା ସହ ପ୍ରକୃତିର ମଜା ନେଉଛନ୍ତି।

ଅନ୍ୟପକ୍ଷେ ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସୋମବାର ସନ୍ଧ୍ୟାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ସେ ସିଧାସଳଖ କୋଣାର୍କ ଯାଇଥିଲେ। କୋଣାର୍କ ଇକୋରିଟ୍ରିଟରେ ସେ ରାତ୍ରିଯାପନ କରିଥିଲେ। ମଙ୍ଗଳବାର ସକାଳେ ସେ କୋଣାର୍କ ପରିସର ବ୍ୟାଖାନ କେନ୍ଦ୍ର ବୁଲି ଦେଖୁଛନ୍ତି। ଏପରିକି କୋଣାର୍କ ସୂର୍ଯ୍ୟ ମନ୍ଦିର ସହ ପୁରୀ ଜଗନ୍ନାଥ ମନ୍ଦିର ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଭୁବନେଶ୍ୱର ଆସି ଧଉଳି ଶାନ୍ତିସ୍ତୂପ ପରିଦର୍ଶନ କରିବେ ବୋଲି ସୂଚନା ମିଳିଛି। ଏପରିକି ପ୍ରବାସୀ ଭାରତୀୟ ସମ୍ମିଳନୀ ନେଇ ଜୟଶଙ୍କର ଓଡ଼ିଶାରେ ଭବ୍ୟ ଭାବେ ‘ପ୍ରବାସୀ ଭାରତୀୟ ଦିବସ’ କାର୍ଯ୍ୟକ୍ରମ ଆୟୋଜିତ ହେଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?