ଦଦରାଘାଟିରେ ପର୍ଯ୍ୟଟକଙ୍କ ଭିଡ଼

ପରଜଙ୍ଗ,୬।୧(ଡି.ଏନ.ଏ.): ପର୍ଯ୍ୟଟକଙ୍କ ଗହଳଚହଳରେ ମୁଖରିତ ହୋଇଉଠିଛି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଦଦରାଘାଟି ଡ୍ୟାମ୍‌। ସହରର କୋଳାହଳଠାରୁ ଦୂର ଶାନ୍ତ ସବୁଜିମା କୋଳରେ କିଛି ସମୟ ବିତାଇବା ଲାଗି ଏଠାକୁ ଛୁଟି ଆସୁଛନ୍ତି ରାଜ୍ୟ ତଥା ରାଜ୍ୟ ବାହାରର ପର୍ଯ୍ୟଟକ।
ଅଞ୍ଚଳର ଚାଷଜମିକୁ ଜଳସେଚନ ଉଦ୍ଦେଶ୍ୟରେ ନିର୍ମିତ ଦଦରାଘାଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ପାଲଟିଛି ଜିଲା ପର୍ଯ୍ୟଟନର ପ୍ରମୁଖ ସ୍ଥାନ। ଡ୍ୟାମ୍‌ର ବିସ୍ତୀର୍ଣ୍ଣ ଜଳରାଶି, ଜଳଭଣ୍ଡାରକୁ ଲାଗି ରହିଥିବା ଘଞ୍ଚ ଜଙ୍ଗଲର ଶାନ୍ତ ବାତାବରଣରେ ବଣଭୋଜିର ମଜା ନେବାକୁ ଏଠାରେ ବର୍ଷତମାମ ସ୍ଥାନୀୟ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। ଦଦରାଘାଟି ଡ୍ୟାମ ପରିଦର୍ଶନ କରିବାକୁ ଆସୁଥିବା ଯାତ୍ରୀମାନେ କୁଆଳୋର ପ୍ରସିଦ୍ଧ ଶୈବପୀଠ ଅଷ୍ଟଶମ୍ଭୁ ମନ୍ଦିର, ସରାଙ୍ଗ ଅନନ୍ତ ଶୟନ ବିଷ୍ଣୁଙ୍କ ଦର୍ଶନ କରିବା ସୁଯୋଗ ହାତଛଡ଼ା କରୁନାହାନ୍ତି।
ତେବେ ଡ୍ୟାମ୍‌ରେ ପର୍ଯ୍ୟଟକ ଅନୁକୂଳ ବାତାବରଣ ନ ଥିବାରୁ ସମସ୍ୟା ହେଉଛି। ପିଇବା ପାଣି ପାଇଁ ନଳକୂପ ନ ଥିବାରୁ ପର୍ଯ୍ୟଟକମାନେ ଡ୍ୟାମ ପାଣି ବ୍ୟବହାର କରିବାକୁ ବାଧ୍ୟ ହେଉଛନ୍ତି। ମହିଳାଙ୍କ ଲାଗି ଶୌଚାଳୟ ନାହିଁ। ମୋବାଇଲ ନେଟଓ୍ବର୍କ ମଧ୍ୟ ଠିକ୍‌ରେ ଆସୁନାହିଁ। ଏଭଳି ଅବ୍ୟବସ୍ଥା ଲାଗି ପର୍ଯ୍ୟଟକମାନେ ପ୍ରଶାସନକୁ ଦାୟୀ କରିଛନ୍ତି। ଏ ସଂକ୍ରାନ୍ତରେ ପରଜଙ୍ଗର ଲିମାଶ୍ରୀ ପରିଡ଼ା କୁହନ୍ତି, ବଣଭୋଜି କରିବା ଲାଗି ଦଦରାଘାଟିର ପରିବେଶ ବେଶ୍‌ ଭଲ। ତେବେ ପିଇବା ପାଣି ପାଇଁ ନଳକୂପ କି ଶୌଚାଳୟ ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ଏଥିପ୍ରତି ଜିଲାପାଳ ଦୃଷ୍ଟି ଦେବାକୁ ସେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri