ମାଙ୍କେ ଆନ୍ନା କମେଡି ଦେଖିବାକୁ ଅସମ୍ଭାଳ ଭିଡ: ସୁରକ୍ଷା ବ୍ୟବସ୍ଥା…

ଭଞ୍ଜନଗର,୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଶୁକ୍ରବାର ୧୩ ଦିନରେ ପହଞ୍ଚିଛି। ଆସନ୍ତା ୨୦ ତାରିଖରେ ବାହୁଡ଼ା ଯାତ୍ରା ପରେ ଯାତ୍ରା ଉଦଯାପିତ ହେବ। ତେଣୁ ଯାତ୍ରାରେ ଦୈନନ୍ଦିନ ସନ୍ଧ୍ୟାରେ ଦେବୀଙ୍କ ଦର୍ଶନ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଉପଭୋଗ କରିବା ପାଇଁ ଲୋକଙ୍କ ଅସମ୍ଭାଳ ଭିଡ ହେଉଛି।

ଶୁକ୍ରବାର ଦେବୀ ଅସ୍ଥାୟୀ ମଣ୍ଡପରୁ ପୂର୍ବ ମୁଖା ବାହାରିବା ପରେ ତହସିଲ ଅଫିସ ଛକ ପର୍ଯ୍ୟନ୍ତ ଯିବେ। ସେଠାରୁ ଉତ୍ତର ମୁଖ ହୋଇ ଜଳସମ୍ପଦ ବିଭାଗ କାର୍ଯ୍ୟାଳୟ ଛକ ପର୍ଯ୍ୟନ୍ତ ଆସିବେ। ସେଠାରୁ ମରାଠୀ ସାହି ହୋଇ ରେଡକ୍ରସ ରୋଡକୁ ବାହାରି ପାଳ କଲୋନୀ, ପାତ୍ର କଲୋନୀ ହୋଇ ମ୍ୟୁନିସିପାଲଟି କାର୍ଯ୍ୟାଳୟ ଛକକୁ ବାହାରିବେ। ସେଠାରୁ ପୂର୍ବ ମୁଖା ହୋଇ ଦେବୀ ଅସ୍ଥାୟୀ ମଣ୍ଡପରେ ପହଞ୍ଚି ବିଶ୍ରାମ ନେବାର କାର୍ଯ୍ୟକ୍ରମ ରହିଛି।

ଏହିଭଳି ପରିସ୍ଥିତିରେ ଗୁରୁବାର ରାତିରେ କବି ସମ୍ରାଟ ରଙ୍ଗମଞ୍ଚରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ବ୍ରହ୍ମପୁରର ମାଙ୍କେ ଆନ୍ନା କମେଡି, ଭୁବନେଶ୍ବର ଆରଡିଏକ୍ସ ନୃତ୍ୟ ଗ୍ରୁପ ଓ ଦିଗପହଣ୍ଡି ବିଚିତ୍ର ବର୍ଣାଳୀ କାର୍ଯ୍ୟକ୍ରମ ଦେଖିବା ପାଇଁ ହଜାର ହଜାର ଲୋକଙ୍କ ଭିଡ ହୋଇଥିଲା। ସାଂସ୍କୃତିକ ସନ୍ଧ୍ୟା କାର୍ଯ୍ୟକ୍ରମକୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧକ୍ଷ ନୀଳମାଧବ ପାତ୍ର,ଉପ ଜିଲ୍ଲାପାଳ ଉମା ଶଙ୍କର ବେହେରା, ମ୍ୟୁନିସିପାଲଟି ଅଧକ୍ଷ ଗୋପବନ୍ଧୁ ମହାପାତ୍ର, ଯାତ୍ରା କମିଟି ସଭାପତି ରାଜେନ୍ଦ୍ର କୁମାର ବିଷୋୟୀ, କାର୍ଯ୍ୟକାରୀ ସଭାପତି ବିଷ୍ଠୁ ପ୍ରସାଦ ପ୍ରଧାନ, ଉପ ସଭାପତି ବିନୟ କୁମାର ରଥ, ବୁଲୁ ଦାସ,
ମୁରଲୀ ପଣ୍ଡା,ସଂପାଦକ ସୁଶାନ୍ତ ମହାପାତ୍ର,ସୁଧୀର ରଞ୍ଜନ ବେହେରା, ଏମପି ପ୍ରତିନିଧି ସନ୍ତୋଷ ତିଆଡି, ଅବସରପ୍ରାପ୍ତ ତହସିଲଦାର ପ୍ରମୋଦ ଦଳବେହେରା, ଇଶ୍ୱର ଆଚାରୀ, ଲୋକନାଥ କର, ଜଗଦୀଶ ପାଣିଗ୍ରାହୀ, ରାମ ପ୍ରସାଦ ପଣ୍ଡା, ଟୁକୁନା ପଟ୍ଟନାୟକ, ମହେଶ୍ୱର ପାତ୍ର, ବୁବୁନି ମହାନ୍ତି, ସୁବାସ ବରାଡ ପ୍ରମୁଖ ଅତିଥି ଭାବେ ମଞ୍ଚାସୀନ ଥିଲେ।
ଅପରପକ୍ଷେ ଯାତ୍ରାରେ ଭିଡକୁ ଦେଖି କିଛି ଅଘଟଣ ଘଟିବା ଆଶଙ୍କାରେ ଟାଟା ପାୱାର ଅଧିକାରୀ, ଯାତ୍ରା କମିଟି କର୍ମକର୍ତ୍ତା ଏବଂ ମୀନାବଜାର, ଅପେରା ଆଣିଥିବା କମିଟି ମିଳିତ ଭାବେ ବିଦ୍ୟୁତ୍ ସୁରକ୍ଷା ବ୍ୟବସ୍ଥା ଉପରେ ଯାଞ୍ଚ କରିଥିଲେ।
ସୂଚନାଯୋଗ୍ୟ ଯେ, ତିନିଦିନ ପୂର୍ବେ ହଠାତ୍‌ ମୀନାବଜାରରେ ମିଟର ନିକଟରେ ସଟ ସର୍କିଟ ହେବାରୁ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। କିନ୍ତୁ ସଟ ସର୍କିଟ ଦ୍ୱାରା କୌଣସି କ୍ଷୟକ୍ଷତି ହୋଇ ନ ଥିଲା । ଏହା ଏକ ସାମାନ୍ୟ ଘଟଣା ଥିଲା ବୋଲି ଥାନା ଅଧିକାରୀ ଜୀବନାନନ୍ଦ ଜେନା ପକ୍ଷରୁ ସୂଚନା ଦିଆଯାଇଥିଲା। ଏହାପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ

ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି…

କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡନରୁ ସୁରକ୍ଷା, ପ୍ରତିକାର ଆଇନ

ଦିଗପହଣ୍ଡି, ୮|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri