ଯୋଗ ଦିବସ କାର୍ଯ୍ୟକ୍ରମରେ ଭିଡ଼ ହିଂସା…

ମାଲେ, ୨୧।୬ : ଯୋଗ ଦିବସ ପାଳନ ଅବସରରେ ମାଳଦ୍ୱୀପରେ ଭିଡ଼ ହିଂସା ଘଟିଛି। ଭାରତୀୟ ସାଂସ୍କୃତିକ କେନ୍ଦ୍ର ସହଯୋଗରେ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମ ଲୋକଙ୍କ ଉପରେ ଆକ୍ରମଣ ହୋଇଛି। ରାଜଧାନୀ ମାଲେର ଫୁଟବଲ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ହେଉଥିବା ଯୋଗ କାର୍ଯ୍ୟକ୍ରମରେ କେତେକ ଅଜଣା ଲୋକ ପହଞ୍ଚି ହିଂସାକାଣ୍ଡ ଘଟାଇଛନ୍ତି। ଭିଡ଼ ହିଂସାକୁ କାବୁ କରିବା ଲାଗି ପୋଲିସଙ୍କୁ ଲୁହବୁହା ଗ୍ୟାସ ପ୍ରୟୋଗ କରିବାକୁ ପଡ଼ିଥିଲା।

ଘଟଣାସ୍ଥଳରେ ଅବସ୍ଥାପିତ ପୋଲିସ କର୍ମଚାରୀମାନେ ହାତରେ ପତାକା ଧରିଥିବା ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ପ୍ରଥମେ ଲୁହବୁହା ଗ୍ୟାସ ସେଲ ଫିଙ୍ଗିଥିଲେ, କିନ୍ତୁ ପରିସ୍ଥିତି ନିୟନ୍ତ୍ରଣ ନ ହେବାରୁ ପୋଲିସକୁ ବଳ ପ୍ରୟୋଗ କରିବାକୁ ପଡ଼ିଥିଲା। ଏହି ଘଟଣା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ଏହି ଘଟଣାରେ ଉଦ୍‌ବେଗ ପ୍ରକାଶ କରି ମାଲଦ୍ୱୀପ ରାଷ୍ଟ୍ରପତି ଇବ୍ରାହିମ ମହମ୍ମଦ ସୋଲିହ କହିଛନ୍ତି ଯେ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ସେ ଟୁଇଟ କରି କହିଛନ୍ତି ଯେ ଏହି ଘଟଣାକୁ ନେଇ ସରକାର ବହୁତ ଚିନ୍ତିତ। ସେ କହିଛନ୍ତି ଯେ ମଙ୍ଗଳବାର ସକାଳେ ଗାଲୋଲୁ ଷ୍ଟାଡିୟମରେ ଘଟିଥିବା ଘଟଣାର ପୋଲିସ ତଦନ୍ତ ଆରମ୍ଭ ହୋଇଛି। ଯେଉଁମାନେ ଦାୟୀ ସେମାନଙ୍କ ବିରୋଧ ଶୀଘ୍ର ଦୃଢ଼ ଆଇନଗତ ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri