ଟିକେଟ୍‌ ପାଇଁ ନବୀନ ନିବାସ ସାମ୍ନାରେ ଗହଳି, ବାୟୋଡାଟା ଧରି ହାଜର ହେଲେ ୩ ଆଶାୟୀ

ଭୁବନେଶ୍ୱର,୫ା୩: ସାଧାରଣ ନିର୍ବାଚନ ପାଖେଇ ଆସୁଥିବାବେଳେ ମେଣ୍ଟକୁ ନେଇ ଚର୍ଚ୍ଚା ଥମୁନି। ଏନେଇ ଦିନକୁ ଦିନ ରାଜଧାନୀ ରାଜନୀତି ବାତାବରଣ ଉଷ୍ମ ହେବାରେ ଲାଗିଛି। ଦଳରେ ଆଶାୟୀ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ଟିକେଟ୍‌ ପାଇବା ପାଇଁ ନବୀନ ନିବାସ ଆଗରେ ଗହଳି ଲାଗିଛି।

ପ୍ରତିଦିନ ପରି ମଙ୍ଗଳବାର ବି ନବୀନ ନିବାସରେ ଲାଗିଥିଲା ଗହଳି। ବାୟୋଡାଟା ଧରି ନବୀନ ନିବାସରେ ପହଞ୍ଚିଥିଲେ ଆଶାୟୀ। ବିଶେଷ କରି ଭୁବନେଶ୍ୱର ନେତାଙ୍କୁ ଆଜି ଦେଖିବାକୁ ମିଳିଥିଲା ନବୀନ ନିବାସରେ। ଗୋଟିଏ ପଟେ ବିଧାୟକମାନେ ନିଜ ଆସନ ବଞ୍ଚାଇବାକୁ କସରତ କରୁଥିବା ବେଳେ ଅନ୍ୟପକ୍ଷରେ ସମାନ୍ତରାଳ ଭାବେ ଯୁବ ପ୍ରାର୍ଥୀମାନେ ଖୋଲାଖୋଲି ଭାବେ ସାମ୍ନାକୁ ଆସୁଥିବା ଦେଖିବାକୁ ମିଳିଛି। ଆସନ୍ତା ବିଧାନସଭା ନିର୍ବାଚନରେ ପ୍ରାର୍ଥୀ ହେବାକୁ ଯୁବ ବିଜେଡି ନେତାଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି । ଭୁବନେଶ୍ୱରର ୩ଟି ନିର୍ବାଚନମଣ୍ଡଳୀରେ ବିଜେଡିର ଯୁବ ଆଶାୟୀ ପ୍ରାର୍ଥୀମାନେ ଏଥିପାଇଁ ଆବେଦନ ମଧ୍ୟ କରିବା ଆରମ୍ଭ କରିଦେଲେଣି। ଭୁବନେଶ୍ୱର ମହାନଗର ନିଗମର ୪୫ ନମ୍ବର କର୍ପୋରେଟର ତଥା ବିଜେଡିର ବୌଦ୍ଧ ପର୍ଯ୍ୟବେକ୍ଷକ ଅମରେଶ ଜେନା ଭୁବନେଶ୍ୱର ମଧ୍ୟମ ନିର୍ବାଚନମଣ୍ଡଳୀ ପାଇଁ ଏବଂ ଏକାମ୍ର ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ପ୍ରାର୍ଥୀଭାବେ ବିଏମ୍‌ସିର ୫୯ ନମ୍ବର ଓ୍ବାର୍ଡ କର୍ପୋରେଟର ବିରଞ୍ଚି ନାରାୟଣ ମହାସୂପକାର ନିଜର ବାୟୋଡାଟା ନବୀନ ନିବାସ ଯାଇ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି । ଦୁହେଁ ବିଧାୟକ ପ୍ରାର୍ଥୀ ପାଇଁ ଆଶା ବାନ୍ଧି ବସିଛନ୍ତି। ଅନ୍ୟପଟେ ଭୁବନେଶ୍ବର MP ଟିକେଟ ପାଇଁ ମନ ବଳାଇଛନ୍ତି ପୂର୍ବତନ ମେୟର ମିହିର ମହାନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri