ଆଖଣ୍ଡଳମଣି ପୀଠରେ ଅସମ୍ଭାଳ ଭିଡ଼, ନିୟନ୍ତ୍ରଣ କରିପାରିଲାନି ପୋଲିସ

ଆରଡ଼ି,୮।୧୧(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିର ଆଖଣ୍ଡଳମଣି ପୀଠରେ କାର୍ତ୍ତିକ ମାସର ୪ର୍ଥ ସୋମବାର ଅସମ୍ଭାଳ ଭିଡ଼ ପରିଲକ୍ଷିତ ହୋଇଛି। ଭୋର ୫ଟାରେ ମଙ୍ଗଳ ଆଳତି କରାଯାଇଥିଲା। ପରେ ଯଥା ସମୟରେ ଦୈନିକ ନୀତିକାନ୍ତି ଶେଷ ହୋଇଥିଲା। କୋଭିଡ୍‌ ନିୟମ ଅନୁଯାୟୀ ସକାଳ ୬ଟାରେ ଭକ୍ତମାନେ ଧାଡ଼ିରେ ଆସି ଦର୍ଶନ କରିଥିଲେ। ହେଲେ ପରବର୍ତ୍ତୀ ସମୟରେ ଭକ୍ତଙ୍କ ସମାଗମ ହୋଇ ଅସମ୍ଭାଳ ଭିଡ ହୋଇଥିଲା। ଅଳ୍ପ ସଂଖ୍ୟକ ପୋଲସ ଫୋର୍ସ ଥିବାରୁ ନିୟନ୍ତ୍ରଣ କରିବା ତାଙ୍କ ପକ୍ଷେ ସମ୍ଭବ ହୋଇଥିଲା। ଏପରିକି ପୀଠ ସମ୍ମୁଖରେ ଠେଲାପେଲା ଭଳି ପରିସ୍ଥିତି ଉପୁଜିଥିଲା। ଫଳରେ କିଛି ଭକ୍ତ ଅସନ୍ତୋଷ ପ୍ରକାଶ କରିଥିଲେ।

ପରବର୍ତ୍ତୀ ସୋମବାରଠାରୁ ଅଧିକ ପୋଲିସ ମୁତୟନ କରାଯାଇ ଭିଡ଼ ନିୟନ୍ତ୍ରଣ, ପାନ୍ଥଶାଳା ନିକଟରେ ଛୋଟ ଛୋଟ ଗାଡ଼ି ଅଟକାଇବା ପାଇଁ ଅସ୍ଥାୟୀ ଷ୍ଟାଣ୍ଡ, ମନ୍ଦିର ପ୍ରଶାସନ ପକ୍ଷରୁ ମାସ୍କ ଚେକିଂ ସହ କୋଭିଡ୍‌ କଟକଣା ବଳବତ୍ତର କରିବା, ମନ୍ଦିରଠାରୁ କିଛି ଦୂରରେ ଅସ୍ଥାୟୀ ଶୌଚାଳୟ ନିର୍ମାଣ ଲାଗି ସାଧାରଣରେ ଦାବି କରାଯାଇଛି। ଏହି ସମ୍ପର୍କରେ ମନ୍ଦିର ପରିଚାଳକ ବିଦ୍ୟାଧର ପଲାଇଙ୍କୁ ପଚାରିବାରୁ ପୋଲିସ ଫୋର୍ସଙ୍କ ସଂଖ୍ୟା କମ୍‌ ଥିବାରୁ ମାସ୍କ ଚେକିଂ ଉପରେ ଗୁରୁତ୍ୱ ଦେବା କଷ୍ଟସାଧ୍ୟ। ତେବେ ପରବର୍ତ୍ତୀ ସମୟରେ ମାସ୍କ ଚେକିଂ କଡ଼ାକଡ଼ି କରାଯିବା ସହ କୋଭିଡ୍‌ କଟକଣା ଉପରେ ଗୁରୁତ୍ୱ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri