ମନ୍ଦିରରେ ଗହଳି ନିୟନ୍ତ୍ରଣ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୧୬।୧୧- ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ହଲଠାରେ ସୋମବାର ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଜିଲା କୋଭିଡ୍‌ ପରିଚାଳନା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ବଡ଼ଓଷା ଓ କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଜିଲାର ସମସ୍ତ ମନ୍ଦିରରେ ଗହଳି ନିୟନ୍ତ୍ରଣ, ବିଶୋଧନ, ସାମାଜିକ ଦୂରତ୍ୱ ଓ ମାସ୍କ ପରିଧାନକୁ ନିଶ୍ଚିତ କରିବାକୁ ବୈଠକରେ ଜିଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଡିସେମ୍ବର ସୁଦ୍ଧା ଜିଲାରେ ଯେପରି ସମସ୍ତଙ୍କ ଟିକାକରଣ ହୋଇପାରିବ ସେଥିନିମନ୍ତେ ମାଇକ୍ରୋ ପ୍ଲାନ କରି ଘରକୁ ଘର ଯାଇ ଟିକାକରଣରୁ ବାଦ ପଡିଥିବା ଲୋକଙ୍କୁ ଚିହ୍ନଟ କରିବା ସହିତ ଶଯ୍ୟାଶାୟୀ ରୋଗୀଙ୍କୁ ଟିକାଦାନର ବ୍ୟବସ୍ଥା କରିବା ପାଇଁ ପରାମର୍ଶ ଦିଆଯାଇଥିଲା। ଗତ ୧୩ ତାରିଖ ସୁଦ୍ଧା ଜିଲାରେ ୪୫ ବର୍ଷରୁ ଊର୍ଦ୍ଧ୍ୱ ୩ଲକ୍ଷ ୩୭ହଜାର ୨୪୬ଜଣ ପ୍ରଥମ ଡୋଜ୍‌ ଟିକା ଏବଂ ୧ଲକ୍ଷ ୬୪ହଜାର ୭୫୧ଜଣ ଦ୍ୱିତୀୟ ଡୋଜ୍‌ ଟିକା ନେଇଥିବା ବେଳେ ୧୮ରୁ ୪୪ବର୍ଷ ମଧ୍ୟରେ ୩ଲକ୍ଷ ୯୯ ହଜାର ୮୭୪ଜଣ ପ୍ରଥମ ଡୋଜ୍‌ ଏବଂ ୧ଲକ୍ଷ ୭ହଜାର ୮୭୬ଜଣ ଦ୍ୱିତୀୟ ଡୋଜ୍‌ ଟିକା ନେଇଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଜାତାରାଣୀ ମିଶ୍ର, ଅତିରିକ୍ତ ଜିଲା ଚିକିତ୍ସାଧିକାରୀ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର ସୂଚନା ଦେଇଥିଲେ। ସେହିପରି ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମିଳିଥିବା କାର୍ଡ ବଣ୍ଟନ ବ୍ୟବସ୍ଥିତ କରିବାକୁ ଆଲୋଚନା ହୋଇଥିଲା। ୫-ଟି ବିଭାଗ ଅନ୍ତର୍ଗତ ମୋ ସ୍କୁଲ ଯୋଜନାରେ ବିଦ୍ୟାଳୟ ଗୁଡିକର ରୂପାନ୍ତରଣ କାର୍ଯ୍ୟକୁ ସମୀକ୍ଷା କରି ସମସ୍ତ କାର୍ଯ୍ୟ ଯଥାଶୀଘ୍ର ଶେଷ କରିବାକୁ ଜିଲାପାଳ କହିଥିଲେ। ଏହି ବୈଠକରେ ଅତିରିକ୍ତ ଜିଲାପାଳ ଶଶାଙ୍କ ଶେଖର ଦାସ, ପିଡି ଡିଆରଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନ, ଢେଙ୍କାନାଳ ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଆପାତକାଳୀନ ଅଧିକାରୀ ସ୍ନିଗ୍ଧାଛାୟା ମହାପାତ୍ର, ଜିଲା ଶିକ୍ଷା ଅଧିକାରୀ ନିବେଦିତା ପାଣି, ପୌର ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ, ଜିଲା ସମାଜ ମଙ୍ଗଳ ଅଧିକାରୀ ଜ୍ୟୋତ୍ସ୍ନା ରାୟ, ଓସଡମା ଡିପିଓ ନିମାଇଁ ଚରଣ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?