ମନ୍ଦିରରେ ଗହଳି ନିୟନ୍ତ୍ରଣ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୧୬।୧୧- ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ହଲଠାରେ ସୋମବାର ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଜିଲା କୋଭିଡ୍‌ ପରିଚାଳନା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ବଡ଼ଓଷା ଓ କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଜିଲାର ସମସ୍ତ ମନ୍ଦିରରେ ଗହଳି ନିୟନ୍ତ୍ରଣ, ବିଶୋଧନ, ସାମାଜିକ ଦୂରତ୍ୱ ଓ ମାସ୍କ ପରିଧାନକୁ ନିଶ୍ଚିତ କରିବାକୁ ବୈଠକରେ ଜିଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଡିସେମ୍ବର ସୁଦ୍ଧା ଜିଲାରେ ଯେପରି ସମସ୍ତଙ୍କ ଟିକାକରଣ ହୋଇପାରିବ ସେଥିନିମନ୍ତେ ମାଇକ୍ରୋ ପ୍ଲାନ କରି ଘରକୁ ଘର ଯାଇ ଟିକାକରଣରୁ ବାଦ ପଡିଥିବା ଲୋକଙ୍କୁ ଚିହ୍ନଟ କରିବା ସହିତ ଶଯ୍ୟାଶାୟୀ ରୋଗୀଙ୍କୁ ଟିକାଦାନର ବ୍ୟବସ୍ଥା କରିବା ପାଇଁ ପରାମର୍ଶ ଦିଆଯାଇଥିଲା। ଗତ ୧୩ ତାରିଖ ସୁଦ୍ଧା ଜିଲାରେ ୪୫ ବର୍ଷରୁ ଊର୍ଦ୍ଧ୍ୱ ୩ଲକ୍ଷ ୩୭ହଜାର ୨୪୬ଜଣ ପ୍ରଥମ ଡୋଜ୍‌ ଟିକା ଏବଂ ୧ଲକ୍ଷ ୬୪ହଜାର ୭୫୧ଜଣ ଦ୍ୱିତୀୟ ଡୋଜ୍‌ ଟିକା ନେଇଥିବା ବେଳେ ୧୮ରୁ ୪୪ବର୍ଷ ମଧ୍ୟରେ ୩ଲକ୍ଷ ୯୯ ହଜାର ୮୭୪ଜଣ ପ୍ରଥମ ଡୋଜ୍‌ ଏବଂ ୧ଲକ୍ଷ ୭ହଜାର ୮୭୬ଜଣ ଦ୍ୱିତୀୟ ଡୋଜ୍‌ ଟିକା ନେଇଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଜାତାରାଣୀ ମିଶ୍ର, ଅତିରିକ୍ତ ଜିଲା ଚିକିତ୍ସାଧିକାରୀ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର ସୂଚନା ଦେଇଥିଲେ। ସେହିପରି ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମିଳିଥିବା କାର୍ଡ ବଣ୍ଟନ ବ୍ୟବସ୍ଥିତ କରିବାକୁ ଆଲୋଚନା ହୋଇଥିଲା। ୫-ଟି ବିଭାଗ ଅନ୍ତର୍ଗତ ମୋ ସ୍କୁଲ ଯୋଜନାରେ ବିଦ୍ୟାଳୟ ଗୁଡିକର ରୂପାନ୍ତରଣ କାର୍ଯ୍ୟକୁ ସମୀକ୍ଷା କରି ସମସ୍ତ କାର୍ଯ୍ୟ ଯଥାଶୀଘ୍ର ଶେଷ କରିବାକୁ ଜିଲାପାଳ କହିଥିଲେ। ଏହି ବୈଠକରେ ଅତିରିକ୍ତ ଜିଲାପାଳ ଶଶାଙ୍କ ଶେଖର ଦାସ, ପିଡି ଡିଆରଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନ, ଢେଙ୍କାନାଳ ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଆପାତକାଳୀନ ଅଧିକାରୀ ସ୍ନିଗ୍ଧାଛାୟା ମହାପାତ୍ର, ଜିଲା ଶିକ୍ଷା ଅଧିକାରୀ ନିବେଦିତା ପାଣି, ପୌର ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ, ଜିଲା ସମାଜ ମଙ୍ଗଳ ଅଧିକାରୀ ଜ୍ୟୋତ୍ସ୍ନା ରାୟ, ଓସଡମା ଡିପିଓ ନିମାଇଁ ଚରଣ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri