ଅମାନିଆଙ୍କୁ ସାବାଡ଼ କରୁଛି ପୋଲିସ: ଜରିମାନା ଭୟରେ ଭିଡ଼ ଉଭାନ

ଭୁବନେଶ୍ୱର,୨୦।୯ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଓ ଡିଜିପିଙ୍କ ନିର୍ଦ୍ଦେଶ ପରେ କରୋନା ସଂକ୍ରମଣ ନିୟନ୍ତ୍ରଣ ପାଇଁ ବେଶ୍‌ ତତ୍ପରତା ଦେଖାଇଛି କମିଶନରେଟ ପୋଲିସ। କଟକ, ଭୁବନେଶ୍ୱର ଦ୍ୱୈତନଗରୀରେ ଯାଞ୍ଚ ଓ ଚଢ଼ାଉକୁ ଜୋର୍‌ଦାର କରାଯାଇଥିବାବେଳେ ଉଲ୍ଲଂଘନକାରୀଙ୍କ ଉପରେ କଡ଼ା ପଦକ୍ଷେପ ଗ୍ରହଣ କରାଯାଉଛି। ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଉଠିବା ସହ କଟକଣା କୋହଳ ହେବା ପରେ ଭୁବନେଶ୍ୱରବାସୀ ଆଉ କାହାକୁ ମାନି ନ ଥିଲେ। ସରକାରଙ୍କ ଗାଇଡ୍‌ଲାଇନ୍‌କୁ ଭୁଲି ହାଟ, ବଜାରଠୁ ଆରମ୍ଭ କରି ଛକରେ ଭିଡ଼ ଜମାଇଥିଲେ। ଫଳରେ ସହରରେ ସଂକ୍ରମଣ ହୁହୁ ହୋଇ ବଢ଼ିଥିଲା। ଏବେ ପୋଲିସର କଠୋର ଆଭିମୁଖ୍ୟ ଦେଖି ଏବେ ସେସବୁ ସ୍ଥାନରେ ସତେଯେମିତି ଭିଡ଼ ହଠାତ୍‌ ଉଭାନ ହୋଇଯାଇଛି। ଗୁରୁବାର ଓ ଶୁକ୍ରବାର ପୋଲିସ ଚଢ଼ାଉ ହେବା ପରେ ଶନିବାର ହାଟ ଓ ବଜାରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ମିଳିଥିବା ସୂଚନାନୁସାରେ, କଟକ ଭଳି ଭୁବନେଶ୍ୱରରେ ମଧ୍ୟ ଗୁରୁବାର ପୋଲିସ ଟିମ୍‌ ବିଭିନ୍ନ ଭାଗରେ ବିଭକ୍ତ ହୋଇ ବହୁ ସ୍ଥାନରେ ଚଢ଼ାଉ କରିଥିଲେ। ବିଶେଷକରି ହାଟ ଓ ମଲ୍‌ ନିକଟ ଓ ଛକରେ ଯାଞ୍ଚକୁ ତ୍ୱରାନ୍ବିତ କରାଯାଇଥିଲା। କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ କରିଥିବା ମୋଟ ୨୭୨୯ ଅମାନିଆଙ୍କଠାରୁ ଜରିମାନା ଆଦାୟ କରାଯାଇଥିବାବେଳେ ୨୨ ଦୋକାନକୁ ସିଲ୍‌ କରାଯାଇଥିଲା। ଖଣ୍ଡଗିରି ଥାନା ଅନ୍ତର୍ଗତ ବରମୁଣ୍ଡାସ୍ଥିତ ଏକ ଇଲେକ୍ଟ୍ରୋନିକ୍ସ ଶୋ’ରୁମ୍‌ ପରିସରରେ ସାମାଜିକ ଦୂରତା ସହ କୋଭିଡ୍‌ ଗାଇଡ୍‌ଲାଇନ ଉଲ୍ଲଂଘନ ହୋଇଥିବା ଦେଖିବା ପରେ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ସିଲ୍‌ କରିଦେଇଛି। ସେହିଭଳି ରସୁଲଗଡ଼ ହାଟ ଓ ଅନ୍ୟ କେତେକ ସ୍ଥାନରେ ମଧ୍ୟ ଚଢ଼ାଉ ହୋଇଛି।
ସନ୍ଧ୍ୟାରେ ଖାରବେଳନଗର ଥାନା ଅନ୍ତର୍ଗତ ବିଗବଜାର ଛକ ଅଞ୍ଚଳରେ ତଦାରଖ କରୁଥିବା ଡିସିପି (ସିକ୍ୟୁରିଟି) ନିର୍ମଳ ଶତପଥୀ କହିଛନ୍ତି, ପଦକ୍ଷେପ ଯୋଗୁ ବିଗତ ୩ ଦିନ ଭିତରେ ଜନସାଧାରଣଙ୍କ ମଧ୍ୟରେ ଅନେକ ସଚେତନା ସୃଷ୍ଟି ହୋଇଛି। ପ୍ରଥମଦିନ ତୁଳନାରେ ଧୀରେ ଧୀରେ ଅମାନିଆଙ୍କ ସଂଖ୍ୟା କମିବା ସହ ଭିଡ଼ ମଧ୍ୟ ହେଉନି। ପରିବାର ତଥା ସମାଜର ହିତ ପାଇଁ ଲୋକେ ଆହୁରି ସଚେତନ ହେବାର ଆବଶ୍ୟକ ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri