ଦିନରୁ ରାତିଯାଏ ଅସମ୍ଭାଳ ଭିଡ଼

କଟକ,୪ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ): ଐତିହାସିକ କଟକ ବାଲିଯାତ୍ରାର ସପ୍ତମ ଦିନ ରବିବାର ସମ୍ପୂର୍ଣ୍ଣ ଭିନ୍ନ ଥିଲା, ଯାହାକୁ ନ ଦେଖିଲେ କଥାରେ କହି ବୁଝାଇ ହେବ ନାହିଁ। ଯୁଆଡ଼େ ଚାହିଁଲେ ଜନସମୁଦ୍ର। ରବିବାର ଛୁଟିଦିନ ଥିବାରୁ ଦିନରୁ ରାତି ପର୍ଯ୍ୟନ୍ତ ଅସମ୍ଭାଳ ଭିଡ଼ ପରିଲକ୍ଷିତ ହୋଇଥିଲା। ବାଲିଯାତ୍ରାକୁ ସଂଯୋଗ କରୁଥିବା ସବୁ ରାସ୍ତାରେ ପ୍ରାୟ ୫ କିଲୋମିଟର ପର୍ଯ୍ୟନ୍ତ ଯାନବାହନ ଧାଡି ଲାଗିଥିଲା। ବାଲିଯାତ୍ରା ପଡିଆ ତ ଦୂରର କଥା, ପାର୍କିଂ ଷ୍ଟାଣ୍ଡରେ ଗାଡ଼ି ପହଞ୍ଚିଲାବେଳକୁ ଘଣ୍ଟା ଘଣ୍ଟା ସମୟ ବିତିଯାଉଥିଲା। ଭିଡ଼ ଏମିତି ଥିଲା ଯେ, ଚାଲିକରି ଯିବା ମୁସ୍କିଲ। ୧୫ଟି ପାର୍କିଂଷ୍ଟାଣ୍ଡ କରାଯାଇଥିଲେ ମଧ୍ୟ ସା ପୂର୍ବରୁ ସେଗୁଡିକ ପୂର୍ଣ୍ଣ ହୋଇଯାଇଥିଲା। ଏପରି ପରିସ୍ଥିତି ହୋଇଥିଲା ଯେ, ସନ୍ଧ୍ୟା ୬ଟା ପରଠାରୁ ଗାଡି ରଖିବାକୁ ଜାଗା ମିଳି ନ ଥିଲା। ପ୍ରାୟ ୧୧ ଲକ୍ଷ ଲୋକ ବାଲିଯାତ୍ରା ବୁଲିଥିବା ପ୍ରଶାସନ ପକ୍ଷରୁ ଆକଳନ କରାଯାଇଛି। ମଧ୍ୟାହ୍ନ ପ୍ରାୟ ୧୨ଟା ପରଠାରୁ ଯାତ୍ରା ପଡ଼ିଆକୁ ଲୋକଙ୍କ ସୁଅ ଛୁଟିଥିଲା। ଓର୍‌ମାସ୍‌, ଦିବ୍ୟାଙ୍ଗ ଓ କିନ୍ନର ଷ୍ଟଲ ସମେତ ଉଭୟ ଉପର ଓ ତଳ ପଡିଆରେ ବେପାର ଜମିଥିଲା। କେବଳ ଓର୍‌ମାସ୍‌ ଷ୍ଟଲରେ ୯କୋଟି ଟଙ୍କାରୁ ଅଧିକ ବେପାର ହୋଇଥିବା ଅନୁମାନ କରାଯାଉଛି। ବଡ ଷ୍ଟଲ କରିଥିବା ବ୍ୟବସାୟୀଙ୍କଠାରୁ ଉଠା ଦୋକାନୀ ପର୍ଯ୍ୟନ୍ତ ସମସ୍ତେ ଭଲ ବ୍ୟବସାୟ କରିଛନ୍ତି। ବିଶେଷକରି ରବିବାର ଆମିଷ ଷ୍ଟଲରେ ଭିଡ଼ ଅଧିକ ଦେଖିବାକୁ ମିଳିଥିଲା। ରାତି ପ୍ରାୟ ୧ଟା ପର୍ଯ୍ୟନ୍ତ ବାଲିଯାତ୍ରା ପଡ଼ିଆରେ ଜନଗହଳି ହୋଇଥିଲା। ଅନ୍ୟପକ୍ଷରେ ଅସମ୍ଭାଳ ଭିଡ଼ ସମୟରେ ଟ୍ରାଫିକ୍‌ ନିୟନ୍ତ୍ରଣ ଫେଲ୍‌ ମାରିଥିଲା। ଭିଡ଼ ନିୟନ୍ତ୍ରଣ କରିବାକୁ ଯାଇ ବିଭିନ୍ନ ଆଡୁ ଆସୁଥିବା ଲୋକଙ୍କୁ ରାସ୍ତାରେ ପୋଲିସ ଅଟକାଇ ରଖିଥିଲା। ଅପରପକ୍ଷେ ବାଲିଯାତ୍ରାରେ ପ୍ରବଳ ଭିଡ କାରଣରୁ ଅନେକ ପଡିଆ ଭିତରକୁ ପ୍ରବେଶ କରି ନ ପାରି ଫେରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?