ଭିଡ଼ ବଢ଼ାଇଲା ସଂକ୍ରମଣ ଆଶଙ୍କା

କାମାକ୍ଷାନଗର, ୭।୮(ଡି.ଏନ.ଏ.) – ଶଟ୍‌ଡାଉନ ଉଠିବା ପରେ ଢେଙ୍କାନାଳ ଜିଲା କାମାକ୍ଷାନଗର ସହରରେ ଗୁରୁବାର ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଥିଲା। ଅମାନିଆଙ୍କ ପ୍ରତି କୋହଳ ମନୋଭାବ ଯୋଗୁ ଏପରି ପରିସ୍ଥିତି ସୃଷ୍ଟି ହୋଇଥିବା ବୁଦ୍ଧିଜୀବୀ ଅଭିଯୋଗ କରିଛନ୍ତି। ଅନ୍ୟପଟେ ଆଳତୁମା ହାଇସ୍କୁଲରେ ୧୬୭ କରୋନା ସନ୍ଦିଗ୍ଧଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଥିଲା। ସ୍ବାବ୍‌ ଦେବା ପରେ ସେମାନଙ୍କ ମଧ୍ୟରୁ କେତେଜଣ ବଜାରକୁ ଆସି ଅତ୍ୟାବଶ୍ୟକ ସାମଗ୍ରୀ କିଣୁଥିବା ଦେଖିବାକୁ ମିଳିଥିଲା। ଏସବୁ ଘଟଣା ସହରରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ପାଇଁ ବାଟ ଫିଟାଉଥିବା ଚର୍ଚ୍ଚା ଜୋର୍‌ ଧରିଛି। ଅନ୍ୟପଟେ ଆକ୍ରାନ୍ତ ଚିହ୍ନଟ ହେଉଥିବା ଅଞ୍ଚଳରେ ବିଶୋଧନ ଏବଂ କଣ୍ଟାକ୍ଟ ଟ୍ରେସିଂ ପ୍ରତି ଗୁରୁତ୍ୱ ଦିଆଯାଉ ନ ଥିବାରୁ ଅସନ୍ତୋଷ ବଢ଼ିବାରେ ଲାଗିଛି।
ସପ୍ତାହକ ଭିତରେ କାମାକ୍ଷାନଗର ଏନ୍‌ଏସିରୁ ୧୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି କାରଣରୁ ସୋମବାର, ମଙ୍ଗଳବାର ଏବଂ ବୁଧବାର ସହରକୁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ୫ଦିନ ସହର ବନ୍ଦ ଯୋଗୁ ଜୀବନଯାତ୍ରା ପ୍ରଭାବିତ ହୋଇଥିବାବେଳେ ଗୁରୁବାର ଭିଡ଼ ହେବା ସମ୍ଭାବନା ଥିଲା। ଏହା ସତ୍ତ୍ୱେ ଗହଳି ନିୟନ୍ତ୍ରଣ କରିବାକୁ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳି ନ ଥିଲା। ଫଳରେ ପରିବା, ଗ୍ରସେରି ସମେତ ଅତ୍ୟାବଶ୍ୟକ ସାମଗ୍ରୀ ସଂଗ୍ରହ କରିବାକୁ ଦୈନିକ ପରିବା ବଜାର, ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକରେ ଅସମ୍ଭାଳ ଭିଡ଼ ହୋଇଥିଲା।

ଅମାନିଆଙ୍କୁ ସାବାଡ଼ କରିବାକୁ ନିର୍ଦ୍ଦେଶ ଦିଆଯାଇଛି
କାମାକ୍ଷାନଗର ଉପଖଣ୍ଡରେ କରୋନା କଟକଣାକୁ ଉଲ୍ଲଂଘନ କରୁଥିବା ଅମାନିଆଙ୍କୁ ସାବାଡ୍‌ କରିବାକୁ ଉପଖଣ୍ଡର ପ୍ରତି ଥାନାକୁ ନିର୍ଦ୍ଦେଶ ଦିଆଯାଇଛି। ଆଗାମୀ ଦିନରେ ନିୟମ ଭାଙ୍ଗୁଥିବା ବ୍ୟକ୍ତିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
-ସୁପ୍ରସନ୍ନ ମଲ୍ଲିକ, ଏସ୍‌ଡିପିଓ
ସହରବାସୀଙ୍କ ସହଯୋଗ ଲୋଡ଼ା
କରୋନା ମୁକାବିଲା କରିବା ଖାଲି ପ୍ରଶାସନର ଦାୟିତ୍ୱ ନୁହେଁ। ସମସ୍ତେ ନିଜ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହୋଇ ସହଯୋଗ କରିବା ଜରୁରୀ। ୫ଦିନିଆ ଶଟ୍‌ଡାଉନ ଥିବାରୁ ଏପରି ସମସ୍ୟା ସୃଷ୍ଟି ହୋଇଥିଲା। ଶୁକ୍ରବାରଠାରୁ ଯାଞ୍ଚବ୍ୟବସ୍ଥା କଡ଼ାକଡ଼ି କରାଯିବ।
-ଇଂ. ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, ଉପଜିଲାପାଳ


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri