ଭିଡ଼ ବଢ଼ାଇଲା ସଂକ୍ରମଣ ଆଶଙ୍କା

କାମାକ୍ଷାନଗର, ୭।୮(ଡି.ଏନ.ଏ.) – ଶଟ୍‌ଡାଉନ ଉଠିବା ପରେ ଢେଙ୍କାନାଳ ଜିଲା କାମାକ୍ଷାନଗର ସହରରେ ଗୁରୁବାର ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଥିଲା। ଅମାନିଆଙ୍କ ପ୍ରତି କୋହଳ ମନୋଭାବ ଯୋଗୁ ଏପରି ପରିସ୍ଥିତି ସୃଷ୍ଟି ହୋଇଥିବା ବୁଦ୍ଧିଜୀବୀ ଅଭିଯୋଗ କରିଛନ୍ତି। ଅନ୍ୟପଟେ ଆଳତୁମା ହାଇସ୍କୁଲରେ ୧୬୭ କରୋନା ସନ୍ଦିଗ୍ଧଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଥିଲା। ସ୍ବାବ୍‌ ଦେବା ପରେ ସେମାନଙ୍କ ମଧ୍ୟରୁ କେତେଜଣ ବଜାରକୁ ଆସି ଅତ୍ୟାବଶ୍ୟକ ସାମଗ୍ରୀ କିଣୁଥିବା ଦେଖିବାକୁ ମିଳିଥିଲା। ଏସବୁ ଘଟଣା ସହରରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ପାଇଁ ବାଟ ଫିଟାଉଥିବା ଚର୍ଚ୍ଚା ଜୋର୍‌ ଧରିଛି। ଅନ୍ୟପଟେ ଆକ୍ରାନ୍ତ ଚିହ୍ନଟ ହେଉଥିବା ଅଞ୍ଚଳରେ ବିଶୋଧନ ଏବଂ କଣ୍ଟାକ୍ଟ ଟ୍ରେସିଂ ପ୍ରତି ଗୁରୁତ୍ୱ ଦିଆଯାଉ ନ ଥିବାରୁ ଅସନ୍ତୋଷ ବଢ଼ିବାରେ ଲାଗିଛି।
ସପ୍ତାହକ ଭିତରେ କାମାକ୍ଷାନଗର ଏନ୍‌ଏସିରୁ ୧୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି କାରଣରୁ ସୋମବାର, ମଙ୍ଗଳବାର ଏବଂ ବୁଧବାର ସହରକୁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ୫ଦିନ ସହର ବନ୍ଦ ଯୋଗୁ ଜୀବନଯାତ୍ରା ପ୍ରଭାବିତ ହୋଇଥିବାବେଳେ ଗୁରୁବାର ଭିଡ଼ ହେବା ସମ୍ଭାବନା ଥିଲା। ଏହା ସତ୍ତ୍ୱେ ଗହଳି ନିୟନ୍ତ୍ରଣ କରିବାକୁ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳି ନ ଥିଲା। ଫଳରେ ପରିବା, ଗ୍ରସେରି ସମେତ ଅତ୍ୟାବଶ୍ୟକ ସାମଗ୍ରୀ ସଂଗ୍ରହ କରିବାକୁ ଦୈନିକ ପରିବା ବଜାର, ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକରେ ଅସମ୍ଭାଳ ଭିଡ଼ ହୋଇଥିଲା।

ଅମାନିଆଙ୍କୁ ସାବାଡ଼ କରିବାକୁ ନିର୍ଦ୍ଦେଶ ଦିଆଯାଇଛି
କାମାକ୍ଷାନଗର ଉପଖଣ୍ଡରେ କରୋନା କଟକଣାକୁ ଉଲ୍ଲଂଘନ କରୁଥିବା ଅମାନିଆଙ୍କୁ ସାବାଡ୍‌ କରିବାକୁ ଉପଖଣ୍ଡର ପ୍ରତି ଥାନାକୁ ନିର୍ଦ୍ଦେଶ ଦିଆଯାଇଛି। ଆଗାମୀ ଦିନରେ ନିୟମ ଭାଙ୍ଗୁଥିବା ବ୍ୟକ୍ତିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
-ସୁପ୍ରସନ୍ନ ମଲ୍ଲିକ, ଏସ୍‌ଡିପିଓ
ସହରବାସୀଙ୍କ ସହଯୋଗ ଲୋଡ଼ା
କରୋନା ମୁକାବିଲା କରିବା ଖାଲି ପ୍ରଶାସନର ଦାୟିତ୍ୱ ନୁହେଁ। ସମସ୍ତେ ନିଜ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହୋଇ ସହଯୋଗ କରିବା ଜରୁରୀ। ୫ଦିନିଆ ଶଟ୍‌ଡାଉନ ଥିବାରୁ ଏପରି ସମସ୍ୟା ସୃଷ୍ଟି ହୋଇଥିଲା। ଶୁକ୍ରବାରଠାରୁ ଯାଞ୍ଚବ୍ୟବସ୍ଥା କଡ଼ାକଡ଼ି କରାଯିବ।
-ଇଂ. ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, ଉପଜିଲାପାଳ


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri