ଭିତରକନିକାରେ ପ୍ରକୃତିପ୍ରେମୀଙ୍କ ଭିଡ଼

ରାଜନଗର,୨୦ା୧୨(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଆରମ୍ଭ ହୋଇଛି ପିକ୍‌ନିକ୍‌ ଋତୁ। ଚଳିତବର୍ଷ ଅକ୍ଟୋବରରୁ ଦେଶ ବିଦେଶ ପର୍ଯ୍ୟଟକଙ୍କ ଆରମ୍ଭ ହୋଇଛି ଭିତରକନିକା ଯାତ୍ରା। ପ୍ରତିଦିନ ଶତାଧିକ ପର୍ଯ୍ୟଟକ ଭିତରକନିକାକୁ ଆସି ମଜା ଉଠାଉଛନ୍ତି। ପର୍ଯ୍ୟଟକମାନେ ଜଳପଥରେ ଭିତରକନିକାର ଶୋଭା ଉପଭୋଗ କରିବାକୁ ଅଧିକ ପସନ୍ଦ କରୁଛନ୍ତି । ରବିବାର ଗୋଟିଏ ଦିନରେ ଭିତରକନିକାକୁ ୧୪୫୫ଜଣ ପର୍ଯ୍ୟଟକ ଆସିଥିବା ସୂଚନା ମିଳିଛି । ଗୁପ୍ତିଏଣ୍ଟ୍ରି ପଏଣ୍ଟ ଦେଇ ୨୧ଟି ବୋଟରେ ୨୯୫ଜଣ ପର୍ଯ୍ୟଟକ ଭିତରକନିକା ଆସିଥିବା ବେଳେ ଖୋଳା ଏଣ୍ଟ୍ରି ପଏଣ୍ଟ ଦେଇ ୬୬ଟି ବୋଟରେ ୬୩୪ ଜଣ ପର୍ଯ୍ୟଟକ, ଜୟନଗର ଏଣ୍ଟ୍ରି ପଏଣ୍ଟ ଦେଇ ୧୨ଟି ବୋଟରେ ୧୩୧ଜଣ ପର୍ଯ୍ୟଟକ ଭିତରକନିକାର ପ୍ରାକୃତିକ ଶୋଭା ଉପଭୋଗ କରିଛନ୍ତି । ଡାଙ୍ଗମାଳ ଏଣ୍ଟ୍ରି ପଏଣ୍ଟ ଦେଇ ସ୍ଥଳପଥରେ ୩୯୫ଜଣ ପର୍ଯ୍ୟଟକ ଭିତରକନିକା ବୁଲିଛନ୍ତି । ସେଥିମଧ୍ୟରୁ ୨ଶହ ପର୍ଯ୍ୟଟକ ଡାଙ୍ଗମାଳରୁ ୧୨ଟି ବୋଟରେ ଭିତରକନିକାର ଶୋଭା ଉପଭୋଗ କରିଛନ୍ତି ।
ଜାତୀୟ ଉଦ୍ୟାନରେ ଭିଡ଼ ଜମାଇଥିବା ଅଷ୍ଟ୍ରେଲିଆ, ଆଫ୍‌ଗାନିସ୍ତାନ, ଆମେରିକା, ପାକିସ୍ଥାନ, ଜାପାନ, ଶ୍ରୀଲଙ୍କା, ବାଂଲାଦେଶ ଆଦି ବିଦେଶୀ ପକ୍ଷୀମାନଙ୍କ ସହିତ ଦେଶୀୟ ପକ୍ଷୀଙ୍କ କାକଳିରେ ବିମୋହିତ ହୋଇପଡୁଛନ୍ତି ପର୍ଯ୍ୟଟକ। ବିରଳ ବଉଳାକୁମ୍ଭୀର, ଡଲଫିନ୍‌, ଅଲିଭ୍‌ ରିଡ୍‌ଲେ କଇଁଛ, ହରିଣ, ବାର୍‌ହା, ସମ୍ବର, ଫିସିଂକ୍ୟାଟ୍‌, ହାଏନା, ଝିଙ୍କ ସହିତ ପାଣିଗୋଧି, ଅଜଗର, ଅହିରାଜ ଆଦି ସରୀସୃପ ଭଳି ବିରଳ ପ୍ରାଣୀମାନେ ବି ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ଏଥିସହିତ ଅଭୟାରଣ୍ୟରେ ଅନ୍ୟତ୍ର ଲୁପ୍ତପ୍ରାୟ ହେନ୍ତାଳବଣ ଓ ୬୩ ପ୍ରକାର ଲୁଣା ଜଙ୍ଗଲ ରହିଛି। ହେନ୍ତାଳ, ସୁନ୍ଦରୀ, ଶିଶୁମାର, କେରୁଆଁ, ରାଇ, ବଣି, ଗରଣି, ଖରସି, ବନ୍ଦରୀ, ପାଣିଆମ୍ବ, ସିଙ୍ଗଡା, ପିତାମ୍ବରୀ, ପିତକୋରୁଆ ଭଳି ବିରଳ ଉଦ୍ଭିଦ ସହିତ ମନୋରମ ପ୍ରକୃତି ଓ ପରିବେଶ ପର୍ଯ୍ୟଟକଙ୍କ ମନ କିଣି ନେଇଛି। ଭିତରକନିକାକୁ ଯାତ୍ରା ସମୟରେ ନୌକାଭ୍ରମଣରେ ପ୍ରକୃତିକୁ ନିକଟରେ ଦେଖିବାର ସୁଯୋଗ ଓ ନଦୀ ପଠାରେ ବିରଳ ବଉଳା କୁମ୍ଭୀରଙ୍କ ଖରାପୋଇଁବା ଓ ମିଳନ ଦୃଶ୍ୟ ପର୍ଯ୍ୟଟକଙ୍କୁ ଟାଣି ଆଣୁଛି। ଏଥିସହିତ ସାରାବିଶ୍ୱରେ ଚର୍ଚ୍ଚିତ ଶଙ୍ଖ ମଲମଲ ପରିକୁମ୍ଭୀର ‘ଗୌରୀ’ ପରି ଧଳାକୁମ୍ଭୀର ଶଙ୍ଖୁଆ ଓ ହାଇଦ୍ରାବାଦୀକୁ ଦେଖିବାକୁ ପର୍ଯ୍ୟଟକମାନେ ଭିଡ଼ ଜମାଉଛନ୍ତି। ଏବେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି ଡାଙ୍ଗମାଳକୁମ୍ଭୀର ପ୍ରଜନନ କେନ୍ଦ୍ରରେ ଥିବା ୨ଫୁଟର ଆଉ ଏକ ଧଳାକୁମ୍ଭୀର । ଏହାବାଦ୍‌ ମିୟୁଜିୟମ୍‌ରେ ୧୯ ଫୁଟ୍‌ ଓ ୧୭ ଫୁଟ୍‌ ଲମ୍ବର ବିରାଟକାୟ ୨ ବଉଳା କୁମ୍ଭୀରଙ୍କ କଙ୍କାଳ ସହିତ ଭିତରକନିକାରେ ଥିବା ପ୍ରାୟ ସମସ୍ତ ସ୍ତନ୍ୟପାୟୀ ଓ ସରୀସୃପ ପ୍ରାଣୀଙ୍କ କଙ୍କାଳ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri