କଟକଣା ସତ୍ତ୍ୱେ ପର୍ଯ୍ୟଟକଙ୍କ ଭିଡ଼

କେନ୍ଦୁଝର, ୨୭।୧୨ (ସ୍ବ.ପ୍ର.) କଟକଣା ସତ୍ତ୍ୱେ କେନ୍ଦୁଝର ଜିଲାର ବିଭିନ୍ନ ପର୍ଯ୍ୟଟନ କେନ୍ଦ୍ରରେ ଭିଡ ଦେଖିବାକୁ ମିଳିଛି ା ପୁରୁଣା ବର୍ଷକୁ ବିଦାୟ ଦେବା ପାଇଁ ଭୋଜିଭାତ ସାଙ୍ଗକୁ ନାଚଗୀତର ଆୟୋଜନ ଦେଖିବାକୁ ମିଳିଛି। ବିଶେଷ କରି କାନଝରୀ, ଖଣ୍ଡାଧାର, ଭୀମକୁଣ୍ଡ, ଗୁଣ୍ଡିଚାଘାଗୀ, ହାଣ୍ଡିଭଙ୍ଗା, ମୁର୍ଗା, ହଦଗଡ ଆଦି ପର୍ଯ୍ୟଟନ କେନ୍ଦ୍ରରେ ଲୋକଙ୍କ ଭିଡ ଦେଖିବାକୁ ମିଳିଛି। ସାନଘାଗରା, ଘଟଗାଁ ମା’ ତାରିଣୀ ପୀଠ ଛାଡିଦେଲେ ଅନ୍ୟ ପ୍ରାୟ ସବୁଠି ଭିଡ଼ ଦେଖିବାକୁ ମିଳିଛି। କାନଝରୀ ଜଳଭଣ୍ଡାରରେ ପର୍ଯ୍ୟଟକ ମାନେ ଗାଧୋଇବା ଓ ବୋଟିଂ ର ମଜା ଉଠାଇଛନ୍ତି। ଅନେକ ଜନଗହଳିପୂର୍ଣ୍ଣ ପର୍ଯ୍ୟଟନ କେନ୍ଦ୍ରରେ ପର୍ଯ୍ୟଟକଙ୍କ ସୁରକ୍ଷା ବ୍ୟବସ୍ଥା କିମ୍ବା ପୋଲିସ ମୁତୟନ କରାଯାଇ ନ ଥିଲେ ହେଁ ସେଭଳି କାୈଣସି ଅଘଟଣର ସୂଚନା ନାହିଁ ା କୋଭିଡ ପାଇଁ ଦୁଇ ବର୍ଷ ହେଲା ପର୍ଯ୍ୟଟନ କେନ୍ଦ୍ର ଗୁଡିକ ବନ୍ଦ ରହିଥିବା ବେଳେ ସେସବୁ ଖୋଲା ଯିବା ପରେ ପର୍ଯ୍ୟଟକଙ୍କ କ୍ରମାଗତ ଭିଡ଼ ଜମୁଥିଲା। ପୁଣି ବଡ଼ଦିନ ଠାରୁ ଅଧିକ ଭିଡ଼ ଆଶଙ୍କା କରି ସରକାର କଟକଣା ଲଗାଇଥିଲେ ହେଁ ଅନେକ ସ୍ଥାନରେ କୋଭିଡ ଗାଇଡଲାଇନର ଖୋଲାଖୋଲି ଉଲ୍ଲଂଘନ କରାଯାଇଥିଲେ ହେଁ ପ୍ରଶାସନ ପକ୍ଷରୁ ସେଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି ା
କାଗଜପତ୍ରରେ କଟକଣା ସୀମିତ ହୋଇଥିବା ବେଳେ ଅନେକ ସ୍ଥାନରେ କଟକଣା ସତ୍ତ୍ୱେ ଭୋଜିଭାତ, ସଭାସମିତି ଉତ୍ସବ ମଧ୍ୟ ଆୟୋଜନ ହୋଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri