କଟକଣା ସତ୍ତ୍ୱେ ପର୍ଯ୍ୟଟକଙ୍କ ଭିଡ଼

କେନ୍ଦୁଝର, ୨୭।୧୨ (ସ୍ବ.ପ୍ର.) କଟକଣା ସତ୍ତ୍ୱେ କେନ୍ଦୁଝର ଜିଲାର ବିଭିନ୍ନ ପର୍ଯ୍ୟଟନ କେନ୍ଦ୍ରରେ ଭିଡ ଦେଖିବାକୁ ମିଳିଛି ା ପୁରୁଣା ବର୍ଷକୁ ବିଦାୟ ଦେବା ପାଇଁ ଭୋଜିଭାତ ସାଙ୍ଗକୁ ନାଚଗୀତର ଆୟୋଜନ ଦେଖିବାକୁ ମିଳିଛି। ବିଶେଷ କରି କାନଝରୀ, ଖଣ୍ଡାଧାର, ଭୀମକୁଣ୍ଡ, ଗୁଣ୍ଡିଚାଘାଗୀ, ହାଣ୍ଡିଭଙ୍ଗା, ମୁର୍ଗା, ହଦଗଡ ଆଦି ପର୍ଯ୍ୟଟନ କେନ୍ଦ୍ରରେ ଲୋକଙ୍କ ଭିଡ ଦେଖିବାକୁ ମିଳିଛି। ସାନଘାଗରା, ଘଟଗାଁ ମା’ ତାରିଣୀ ପୀଠ ଛାଡିଦେଲେ ଅନ୍ୟ ପ୍ରାୟ ସବୁଠି ଭିଡ଼ ଦେଖିବାକୁ ମିଳିଛି। କାନଝରୀ ଜଳଭଣ୍ଡାରରେ ପର୍ଯ୍ୟଟକ ମାନେ ଗାଧୋଇବା ଓ ବୋଟିଂ ର ମଜା ଉଠାଇଛନ୍ତି। ଅନେକ ଜନଗହଳିପୂର୍ଣ୍ଣ ପର୍ଯ୍ୟଟନ କେନ୍ଦ୍ରରେ ପର୍ଯ୍ୟଟକଙ୍କ ସୁରକ୍ଷା ବ୍ୟବସ୍ଥା କିମ୍ବା ପୋଲିସ ମୁତୟନ କରାଯାଇ ନ ଥିଲେ ହେଁ ସେଭଳି କାୈଣସି ଅଘଟଣର ସୂଚନା ନାହିଁ ା କୋଭିଡ ପାଇଁ ଦୁଇ ବର୍ଷ ହେଲା ପର୍ଯ୍ୟଟନ କେନ୍ଦ୍ର ଗୁଡିକ ବନ୍ଦ ରହିଥିବା ବେଳେ ସେସବୁ ଖୋଲା ଯିବା ପରେ ପର୍ଯ୍ୟଟକଙ୍କ କ୍ରମାଗତ ଭିଡ଼ ଜମୁଥିଲା। ପୁଣି ବଡ଼ଦିନ ଠାରୁ ଅଧିକ ଭିଡ଼ ଆଶଙ୍କା କରି ସରକାର କଟକଣା ଲଗାଇଥିଲେ ହେଁ ଅନେକ ସ୍ଥାନରେ କୋଭିଡ ଗାଇଡଲାଇନର ଖୋଲାଖୋଲି ଉଲ୍ଲଂଘନ କରାଯାଇଥିଲେ ହେଁ ପ୍ରଶାସନ ପକ୍ଷରୁ ସେଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି ା
କାଗଜପତ୍ରରେ କଟକଣା ସୀମିତ ହୋଇଥିବା ବେଳେ ଅନେକ ସ୍ଥାନରେ କଟକଣା ସତ୍ତ୍ୱେ ଭୋଜିଭାତ, ସଭାସମିତି ଉତ୍ସବ ମଧ୍ୟ ଆୟୋଜନ ହୋଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

ହତ୍ୟା ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ

ଆନନ୍ଦପୁର, ୧୩।୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନ ଆନନ୍ଦପୁର ଅତିରିକ୍ତ ଜଜିଲା ଦୌରାଜଜ୍‌ଙ୍କ କୋର୍ଟରେ ଶୁକ୍ରବାର ଏସଟି କେସ ନଂ ୫୪/୨୦୨୨ର...

ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ କଡ଼ା ସୁରକ୍ଷାରେ ଚାଲିଛି ଗ୍ରାମସଭା: ଗ୍ରାମବାସୀଙ୍କ ଏସବୁ ଦାବି ପୂରଣ ନ ହେଲେ…

ପାଟଣା,୧୨ା୧୨(ବୀରକିଶୋର ଦାଶ): ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଭୃଙ୍ଗରାଜପୋଷିରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଗ୍ରାମସଭା ଅନୁଷ୍ଠିତ ହୋଇଛି। ସ୍ଥାନୀୟ ବାସିନ୍ଦା କହିଛନ୍ତି ଆମ ଭିଟା...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…

ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri