ବଡ଼ଦିନ: ଭିତରକନିକାରେ ପର୍ଯ୍ୟଟକଙ୍କ ଭିଡ଼

ରାଜନଗର, ୨୬ା୧୨(ଡି.ଏଡ଼.ଏ.):କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଭିତରକନିକାରେ ବଡଦିନ ଅବସରରେ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳିଛି। ରବିବାର ଗୋଟିଏ ଦିନରେ ୨୮୧୩ ପର୍ଯ୍ୟଟକ ୧୦୮ଟି ବୋଟ୍‌ରେ ଭିତରକନିକାର ଶୋଭା ଉପଭୋଗ କରିଛନ୍ତି। ପର୍ଯ୍ୟଟକମାନେ ଖୋଳା, ଗୁପ୍ତି, ଜୟନଗର, ଚାନ୍ଦବାଲି ଏଣ୍ଟ୍ରି ପଏଣ୍ଟ ଦେଇ ବୋଟ୍‌ ଯୋଗେ ଡାଙ୍ଗମାଳ ଆସିବା ବାଟରେ ପ୍ରାକୃତିକ ପରିବେଶରେ ନଦୀ ପଠାରେ ଖରା ପୋଉଁଥିବା କୁମ୍ଭୀରଙ୍କୁ ଦେଖିବା ସହ ଜଳ ଭିତରେ ସେମାନଙ୍କ ଜଳକ୍ରୀଡା ଦେଖି ବିମୋହିତ ହୋଇଥିଲେ। ଡାଙ୍ଗମାଳରେ ପହଞ୍ଚତ୍ ଆବଦ୍ଧ ପୋଖରୀରେ ଥିବା ଗୋରୀ ଓ ମଲ୍ଲୀ କୁମ୍ଭୀରକୁ ଦେଖିଥିଲେ। କୁମ୍ଭୀର ପ୍ରଜନନ କେନ୍ଦ୍ର ବୁଲିବା ସହ ସେଠାରେ ଥିବା ଧଳା କୁମ୍ଭୀର ଛୁଆକୁ ଦେଖିଥିଲେ। ଡାଙ୍ଗମାଳଠାରେ ଲୁଣା ଜଙ୍ଗଲ ନର୍ସରୀ ଓ ମ୍ୟୁଜିୟମ ଦେଖି ଖୁସି ହୋଇଥିଲେ। ଖୋଳା ଏଣ୍ଟ୍ରି ପଏଣ୍ଟ ଦେଇ ୮୦ଟି ବୋଟ୍‌ରେ ୯୫୭ଜଣ ପର୍ଯ୍ୟଟକ, ଗୁପ୍ତି ଏଣ୍ଟ୍ରି ପଏଣ୍ଟ ଦେଇ ୨୦ଟି ବୋଟ୍‌ରେ ୨୩୮ଜଣ, ଚାନ୍ଦବାଲି ଏଣ୍ଟ୍ରି ପଏଣ୍ଟ ଦେଇ ୮ଟି ବୋଟ୍‌ରେ ୧୧୮ଜଣ, ଡାଙ୍ଗମାଳ ଏଣ୍ଟ୍ରି ପଏଣ୍ଟ ଦେଇ ୧୫୦୦ ଜଣ ଭିତରକନିକାର ଶୋଭା ଉପଭୋଗ କରିଛନ୍ତି। ଡାଙ୍ଗମାଳ ଏଣ୍ଟ୍ରି ପଏଣ୍ଟ ଦେଇ ଆସିଥିବା ୧୫୦୦ଜଣଙ୍କ ମଧ୍ୟରୁ ୩୪ଟି ବୋଟ୍‌ରେ ୬୪୦ଜଣ ଡାଙ୍ଗମାଳରୁ ଜଳପଥରେ ଭିତରକନିକାର ଶୋଭା ଉପଭୋଗ କରିଛନ୍ତି।
ଏବେ ଚାଲିଛି ପିକ୍‌ନିକ୍‌ ଋତୁ। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ନଦୀର ତ୍ରିକୋଣଭୂମି ପାଲଟିଯାଇଛି ଏବେ ପର୍ଯ୍ୟଟକମାନଙ୍କ ଭୂସ୍ବର୍ଗ। ଭିତରକନିକାକୁ ଆସୁଥିବା ପର୍ଯ୍ୟଟକମାନେ ଜଳପଥରେ ଭିତରକନିକାର ଶୋଭା ଉପଭୋଗ କରିବାକୁ ଅଧିକ ପସନ୍ଦ କରୁଛନ୍ତି। ଜାତୀୟ ଉଦ୍ୟାନରେ ଭିଡ ଜମାଇଥିବା ବିଦେଶୀ ଓ ଦେଶୀ ପକ୍ଷୀଙ୍କ କାକଳିରେ ପର୍ଯ୍ୟଟକମାନଙ୍କୁ ବିମୋହିତ କରୁଛି। ଭିତରକନିକାରେ ଥିବା ବିରଳ ବଉଳା କୁମ୍ଭୀର, ଡଲଫିନ୍‌, ଅଲିଭ୍‌ରିଡ୍‌ଲେ କଇଁଛ, ହରିଣ, ବାର୍‌ହା, ସମ୍ବର, ଫିସିଂ କ୍ୟାଟ୍‌, ହାଏନା, ଝିଙ୍କ ସହ ପାଣିଗୋଧି, ଅଜଗର, ଅହିରାଜ ଆଦି ସରୀସୃପ ଭଳି ବିରଳ ପ୍ରାଣୀ ବି ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ଏଥିସହ ଅଭୟାରଣ୍ୟରେ ଅନ୍ୟତ୍ର ଲୁପ୍ତପ୍ରାୟ ହେନ୍ତାଳବଣ ଓ ୬୩ ପ୍ରକାରର ଲୁଣା ଜଙ୍ଗଲ ରହିଛି। ହେନ୍ତାଳ, ସୁନ୍ଦରୀ, ଶିଶୁମାର, କେରୁଆଁ, ରାଇ, ବଣି, ଗରଣି, ଖରସି, ବନ୍ଦରୀ, ପାଣିଆମ୍ବ, ସିଙ୍ଗଡା, ପିତାମ୍ବରୀ, ପିତକୋରୁଆ ଭଳି ବିରଳ ଉଦ୍ଭିଦ ସହିତ ମନୋରମ ପ୍ରକୃତି ଓ ପରିବେଶ କେବଳ ପଶୁପକ୍ଷୀଙ୍କୁ ସୁହାଉନି, ଏହା ପର୍ଯ୍ୟଟକଙ୍କ ମନ ମଧ୍ୟ କିଣି ନେଇଛି। ଏଥିସହ ଗୌରୀ, ଶଙ୍ଖୁଆ, ହାଇଦ୍ରାବାଦୀ ସକାଳ ସମୟରେ କୁଦାମାରି କଙ୍କଡା ଖାଇବାର ଦୃଶ୍ୟ ପର୍ଯ୍ୟଟକଙ୍କ ଅନ୍ୟତମ ଆକର୍ଷଣ ପାଲଟିଛି। ଏବେ ସବୁଠୁ ଅଧିକ କେନ୍ଦ୍ରବିନ୍ଦୁ ପାଲଟିଛି ଡାଙ୍ଗମାଳ କୁମ୍ଭୀର ପ୍ରଜନନ କେନ୍ଦ୍ର ମଧ୍ୟରେ ଥିବା ୩ ଫୁଟର ଆଉ ଏକ ଧଳା କୁମ୍ଭୀର। ଏହାବାଦ୍‌ ମ୍ୟୁଜିୟମ୍‌ରେ ୧୯, ୧୭ ଫୁଟ୍‌ ଲମ୍ବର ୨ ବଉଳା କୁମ୍ଭୀରଙ୍କ କଙ୍କାଳ ସହିତ ଭିତରକନିକାରେ ଥିବା ପ୍ରାୟ ସମସ୍ତ ସ୍ତନ୍ୟପାୟୀ ଓ ସରୀସୃପ ପ୍ରାଣୀଙ୍କ କଙ୍କାଳ। ପ୍ରକୃତି ଓ ପରିବେଶ ମଧ୍ୟରେ ଭିତରକନିକାକୁ ପାଖରେ ଦେଖିବା ପାଇଁ ଏବେ ପ୍ରତିଦିନ ପର୍ଯ୍ୟଟକମାନେ ଭିଡ ଜମାଉଛନ୍ତି। ଏହାବାଦ୍‌ ଭିତରକନିକାରେ ଚଳିତବର୍ଷ ନିର୍ମାଣ ହୋଇଥିବା ବୋଟ୍‌ ଲାଇବ୍ରେରୀ, ଶହୀଦ ସ୍ତମ୍ଭ ଓ ସେଲଫି ପଏଣ୍ଟ ଏବେ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri