ନାମାଙ୍କନ ବେଳେ ବଢୁଛି ଗହଳି

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଯେତେ ପାଖେଇ ଆସୁଛି ଗାଁଗହଳିରେ ରାଜନୀତି ସେତେ ସରଗରମ ହେଉଛି। ପ୍ରାର୍ଥତ୍ପତ୍ର ଦାଖଲ ପ୍ରକ୍ରିୟା ଜୋରସୋର ଚାଲିଛି। ଗତ ୧୭ ତାରିଖରୁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରୁଥିବା ବେଳେ ବିଭିନ୍ନ ସ୍ଥାନରେ ଅସମ୍ଭବ ଭିଡ଼ ଦେଖିବାକୁ ମିଳୁଛି। କୋଭିଡ୍‌ ନିୟମକୁ ପ୍ରାର୍ଥୀ କିମ୍ବା ସେମାନଙ୍କ ସମର୍ଥକ ମାନୁନାହାନ୍ତି। ମାଳମାଳ ଲୋକ ନାମାଙ୍କନ ଦାଖଲ ବେଳେ ସାମିଲ ହେଉଥିବା ଯୋଗୁ ରାଜ୍ୟ ନିର୍ବାଚନ କମିଶନର ପରିସ୍ଥିତିକୁ ଗମ୍ଭୀରତାର ସହ ନେଇଛନ୍ତି। ନାମାଙ୍କନ ଦାଖଲ ବେଳେ ଯେପରି ଭିଡ଼ ନ ହେବ ସେଥିପ୍ରତି ପଦକ୍ଷେପ ନେବାକୁ କମିଶନ ମହାନିର୍ଦ୍ଦେଶକ(ଡିଜିପି)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ନାମାଙ୍କନ ଦାଖଲର ଶେଷ ଦିବସ। ଏହି ଦିନ ସର୍ବାଧିକ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବା ସମ୍ଭାବନା ଥିବାରୁ ଭିଡ଼ ଅଧିକ ହେବ ବୋଲି ଅନୁମାନ କରାଯାଉଛି। ଶେଷ ଦିବସରେ ଯେପରି ଅଧିକ ଗହଳି ନ ହେବ ଓ ଗାଇଡ୍‌ଲାଇନ ଉଲ୍ଲଂଘନ ନ ହେବ ସେଥିପ୍ରତି ଦୃଷ୍ଟି ଦେବାକୁ ପୋଲିସ ଡିଜିପିଙ୍କୁ ରାଜ୍ୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରାର୍ଥୀଙ୍କ ସହ ସମର୍ଥକମାନେ ନାମାଙ୍କନ କେନ୍ଦ୍ରରେ ଭିଡ଼ କରୁଥିବାର ଦୃଶ୍ୟ ପ୍ରତ୍ୟେକ ଦିନ ସାମ୍ନାକୁ ଆସୁଛି। ନିର୍ବାଚନ ପରିଚାଳନା ନେଇ ଜାନୁୟାରୀ ୧୫ ତାରିଖରେ ଏସ୍‌ପି ଓ ଜିଲାପାଳଙ୍କ ସହ ନିର୍ବାଚନ କମିଶନର ବୈଠକ କରିଥିଲେ। ଜଣେ ଡିଏସ୍‌ପି ପାହ୍ୟାର ପୋଲିସ ଅଧିକାରୀଙ୍କୁ କୋଭିଡ୍‌ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯିବ। ପ୍ରାର୍ଥତ୍ପତ୍ର ଦାଖଲ ବେଳେ ଏବଂ ନିର୍ବାଚନ ସଭା ଅନୁଷ୍ଠିତ ବେଳେ ଭିଡ଼କୁ ନିୟନ୍ତ୍ରଣ କରିବା ସହ କୋଭିଡ୍‌-୧୯ ନିୟମକୁ କଡ଼ାକଡ଼ି ପାଳନ କରିବାକୁ କମିଶନର ନିର୍ଦ୍ଦେଶ ଦେଇଥିଲେ। ଶେଷ ଦିନରେ ସର୍ବାଧିକ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଯେମିତି ଭିଡ଼ ନ ହେବ ଓ ଗାଇଡ୍‌ଲାଇନ ଉଲ୍ଲଂଘନ ନ ହେବ ସେଥିପ୍ରତି ଦୃଷ୍ଟିଦେବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ଶୁକ୍ରବାର ନାମାଙ୍କନପତ୍ର ଦାଖଲ ଶେଷ ହେବା ପରେ ୨୨ ତାରିଖରେ ଯାଞ୍ଚ, ୨୫ ତାରିଖ ଅପରାହ୍ନ ୩ଟା ମଧ୍ୟରେ ନାମାଙ୍କନପତ୍ର ପ୍ରତ୍ୟାହାର କରିହେବ। ସେହିଦିନ ସାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଆସନ୍ତା ଫେବୃୟାରୀ ୧୬ରୁ ସମଗ୍ର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ରାଜ୍ୟରେ ୫ଟି ପର୍ଯ୍ୟାୟ ଫେବୃୟାରୀ ୧୬, ୧୮,୨୦,୨୨ ଓ ୨୪ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ସେହିପରି ଫେବୃୟାରୀ ୨୬, ୨୭ ଓ ୨୮ତାରିଖରେ ଭୋଟଗଣତି ସମସ୍ତ ବ୍ଲକ ମୁଖ୍ୟାଳୟରେ ଜିଲା ପରିଷଦ ଜୋନ୍‌ୱାରି ହେବ। ଭୋଟଗଣତି ସମାପ୍ତ ସହ ଫେବୃୟାରୀ ୨୮ତାରିଖରେ ଆଦର୍ଶ ଆଚରଣ ବିଧି ପ୍ରତ୍ୟାହାର ହେବ। କୋଭିଡ୍‌ ଗାଇଡ୍‌ଲାଇନକୁ କଡ଼ାକଡ଼ି ପାଳନ କରାଯାଇ ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କରାଯିବ ବୋଲି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ କହିଥିଲେ। ଜଣେ ପ୍ରାର୍ଥୀ ସର୍ବାଧିକ ୫ ଜଣଙ୍କୁ ନେଇ ଘରକୁ ଘର ବୁଲି ପ୍ରଚାର କରିପାରିବେ। ପ୍ରାର୍ଥତ୍ପତ୍ର ଦାଖଲ ବେଳେ ସାଙ୍ଗରେ କେବଳ ଜଣଙ୍କୁ ନେବାକୁ କଡ଼ା ନିର୍ଦ୍ଦେଶ ରହିଛି। ହେଲେ ଏବେ ତାହାର ଖୁଲୁମଖୁଲା ଉଲ୍ଲଂଘନ ଦେଖିବାକୁ ମିଳିଛି। ଭିଡ଼ ରୋକିବାକୁ କମିଶନ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?