Posted inଜାତୀୟ

ଅଦ୍ୟମ ସାହସ-ଉତ୍କୃଷ୍ଟ ସେବାର ନାମ ସିଆରପିଏଫ୍‌, ସ୍ଥାପନା ଦିବସରେ କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୨୭।୭ : କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ୍‌)ର ସ୍ଥାପନା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯବାନ ଏବଂ ସେମାନଙ୍କ ପରିବାରକୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ସୁରକ୍ଷା ସମ୍ବନ୍ଧୀୟ ହେଉ କିମ୍ବା ମାନବିକ ଆହ୍ବାନ୍‌, ସମସ୍ତ କ୍ଷେତ୍ରରେ ସିଆରପିଏଫ୍‌ର ଭୂମିକା ସର୍ବଦା ପ୍ରଶଂସନୀୟ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଏକ ଟୁଇଟ କରି କହିଛନ୍ତି ଯେ, ଅଦ୍ୟମ ସାହସ-ଉତ୍କୃଷ୍ଟ ସେବାର ନାମ ସିଆରପିଏଫ୍‌।

ଏହି ଅବସରରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଧ୍ୟ ଯବାନମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଏହି ଟୁଇଟରେ ଲେଖିଛନ୍ତି, ସିଆରପିଏଫ୍‌ କେବଳ ଦେଶର ସୁରକ୍ଷାକୁ ଅକ୍ଷୁର୍ଣ୍ଣ ରଖିବାରେ ଏକ ଅପୂର୍ବ ଅବଦାନ ଦେଇନାହିଁ ବରଂ ବୀରତ୍ୱର ଏକ ଗର୍ବିତ ଇତିହାସ ମଧ୍ୟ ସୃଷ୍ଟି କରିଛି, ଯାହା ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଗୌରବରା ବିଷୟ।

ସିଆର୍‌ପିଏଫ୍‌ ଦେଶର ସର୍ବ ପୁରାତନ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ମଧ୍ୟରୁ ଅନ୍ୟତମ ଏବଂ ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ପାଇଁ ସର୍ବଦା ଉତ୍ତରଦାୟୀ ଅଟେ। ଏହା ୧୯୩୯ ମସିହାରେ କ୍ରାଉନ ରିପ୍ରେଜେଣ୍ଟେଟିଭ୍‌ ପୋଲିସ ଭାବରେ ଗଠିତ ହୋଇଥିଲା। ସ୍ବାଧୀନତା ପରେ, ୨୮ ଡିସେମ୍ବର ୧୯୪୯ ରେ ସଂସଦର ଏକ ଅଧିନିୟମ ଦ୍ୱାରା ଏହି ବଳର ନାମ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ ଭାବରେ ନାମିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri