ଖସୁଛି ଅଶୋଧିତ ତୈଳ ଦର

ଭୁବନେଶ୍ୱର, ୧୮।୧୧ (ଅଭୟ ଦାଶ): ଗତ କିଛିଦିନ ହେଲା ଅଶୋଧିତ ତୈଳ ଦର ହ୍ରାସ ପାଉଛି। କାରଣ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଗତ ୪ ମାସର ସର୍ବନିମ୍ନସ୍ତରକୁ ଖସିଆସିଥିବାବେଳେ ବଜାରରେ ତୈଳ ଦର ପ୍ରାୟ ୫% ହ୍ରାସ ଘଟିଥିବା ଜାତୀୟ ଗଣମାଧ୍ୟମରେ ଉଲ୍ଲେଖ କରାଯାଇଛି। ଏପରିକି ବ୍ରେଣ୍ଟ କ୍ରୁଡ୍‌ ପ୍ରାୟ ୪(୩.୭୬ ) ଡଲାର ଅର୍ଥାତ୍‌ ୪.୬% ହ୍ରାସ ଘଟି ପ୍ରତି ବ୍ୟାରେଲ ପିଛା ୭୭.୪୨ ଡଲାରରେ ବିକ୍ରି ହେଉଛି। ଅପରପକ୍ଷରେ ଚାଇନା ଓ ଆମେରିକାର ଆର୍ଥିକ କାରବାର ଓ ମାନ୍ଦାବସ୍ଥା ତୈଳ ବଜାରର କାରବାର ଓ ଉତ୍ପାଦନ ଉପରେ ପ୍ରଭାବ ପକାଉଛୁ। ସେହିପରି ଆମେରିକା ଆଧାରିତ ଟେକ୍ସାସ ଇଣ୍ଟରମିଡିଏଟ୍‌ କ୍ରୁଡ୍‌ ୩.୭୬ ଡଲାର ଅର୍ଥାତ୍‌ ୪.୯% ହ୍ରାସ ପାଇ ବ୍ୟାରେଲ ପିଛା ୭୨.୯୦ ଡଲାରରେ ପହଞ୍ଚତ୍ଛି। ବିଶେଷକରି ଓପେକ୍‌ ପ୍ଲସ୍‌, ସାଉଦି ଆରବ ଓ ରୁଷିଆ ଭଳି ପ୍ରମୁଖ ତୈଳ ଉତ୍ପାଦନକାରୀ ରାଷ୍ଟ୍ର ତୈଳ ଦର ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଏଥିରୁ ସ୍ପଷ୍ଟ ପ୍ରମାଣିତ ହୋଇଛି। ଏହାଛଡା ଚାଇନା ତୈଳ ରିଫାଇନେରି ଥ୍ରୁପୁଟ୍‌ଠାରେ ମାନ୍ଦା ଆଶଙ୍କା ନିବେଶକଙ୍କ ଚାହିଦାକୁ ଅଟକାଇଛି, ଯାହାର ପ୍ରଭାବ ବର୍ତ୍ତମାନ ତୈଳ ବଜାର ଦର ଉପରେ ପଡ଼ିଥିବା ଦେଖିବାକୁ ମିଳୁଛି। ଅପରପକ୍ଷରେ ଅଶୋଧିତ ତୈଳର ସବୁଠୁ ବଡ଼ ଆମଦାନୀକାରୀ ଚାଇନା ରିଫାଇନେରିଗୁଡ଼ିକ ଚଳିତ ବର୍ଷ ଅକ୍ଟୋବରରେ ଦୈନିକ ପ୍ରୋସେସିଂ ହ୍ରାସ କରିଥିଲେ। ଏହାର ପ୍ରଭାବ ବର୍ତ୍ତମାନ ଅନ୍ତର୍ଜାତୀୟ ତୈଳ ବଜାରରେ ଅନୁଭୂତ ହେଉଛି। ଏହାଛଡ଼ା ଆମେରିକା ବଜାରରେ ପେଟ୍ରୋଲ ଓ ଡିଜେଲ ବିକ୍ରି ହ୍ରାସ ହୋଇଛି। ଫଳରେ ଗତ ୭ ମାସ ମଧ୍ୟରେ ପ୍ରଥମ ଥର ପାଇଁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ ହ୍ରାସ ଦେଖାଯାଇଛି। ସେହିଭଳି ଅଶୋଧିତ ତୈଳ ଦର ୮୦ ଡଲାରରୁ ତଳକୁ ଖସିଥିବାରୁ ଦେଶରେ ପେଟ୍ରୋଲିୟମ କମ୍ପାନୀଗୁଡ଼ିକର ଖର୍ଚ୍ଚ ହ୍ରାସ ହୋଇଛି। ଏଥିରେ ସେମାନଙ୍କ ଆୟକୁ ଦେଖିଲେ ଗତ ତ୍ରୈମାସିକରୁ କମ୍ପାନୀଗୁଡ଼ିକୁ ଶସ୍ତା ତେଲର ଫାଇଦା ମିଳିଛି। ସେହିପରି ଅନ୍ତର୍ଜାତୀୟ ବଜାରରେ ତୈଳ ଦର ହ୍ରାସ ହୋଇଥିବାରୁ ଘରୋଇ ବଜାରରେ ପେଟ୍ରୋଲ ଓ ଡିଜେର ଦର ମଧ୍ୟ ହ୍ରାସ ହୋଇପାରେ ବୋଲି ବଜାର ବିଶେଷଜ୍ଞ ଓ ଖାଉଟିମାନେ ଆଶା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri