କମିଲା ଅଶୋଧିତ ତୈଳ ଦର: ରୁଷିଆରୁ ଅଶୋଧିତ ତୈଳ ଆମଦାନୀ

ଭୁବନେଶ୍ୱର,୪।୫ (ଅନୁରାଧା ମହାରଣା): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ ପିଛା ୮୦ ଡଲାରରୁ ତଳକୁ ଖସିଛି। ଡବ୍ଲ୍ୟୁଟିଆଇ ଅଶୋଧିତ ତୈଳ ବ୍ୟାରେଲ ପିଛା ୭୮.୯୯ ଡଲାରରେ କାରବାର କରୁଛି। ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ସତ୍ତ୍ୱେ ଗତ ୧ ମାସ ମଧ୍ୟରେ ଅଶୋଧିତ ତୈଳ ମୂଲ୍ୟରେ ପ୍ରାୟ ୧୩ ପ୍ରତିଶତ ହ୍ରାସ ଘଟିଛି। ଅନ୍ତର୍ଜାତୀୟ ବଜାରରେ ବ୍ରେଣ୍ଟ ଅଶୋଧିତ ତୈଳ ବ୍ୟାରେଲ ପିଛା ୮୩.୫୭ ଡଲାରରେ କାରବାର କରୁଛି। ତେଣୁ ଡବ୍ଲ୍ୟଟିଆଇ ଅଶୋଧିତ ବ୍ୟାରେଲ ପିଛା ୭୮.୯୯ ଡଲାରରେ କାରବାର କରୁଛି। ପୂର୍ବରୁ ଏହି ଅଶୋଧିତ ତୈଳ ବ୍ୟାରେଲ ପିଛା ୯୧ ଡଲାରରେ ପହଞ୍ଚତ୍ଥିଲା। ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଭାରତ ତଥା ସରକାରୀ ତୈଳ କମ୍ପାନୀଗୁଡିକୁ ପାଇଁ ଆଶ୍ୱସ୍ତି ଦେଇଛି। ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ହେତୁ ୨୦୨୩-୨୪ ଆର୍ଥିକ ବର୍ଷର ଚତୁର୍ଥ ତ୍ରୈମାସିକରେ ସରକାରୀ ତୈଳ କମ୍ପାନୀଗୁଡିକର ଲାଭରେ କମ୍‌ ହୋଇଛି। ଅଶୋଧିତ ତୈଳ ମୂଲ୍ୟରେ ହ୍ରାସର ପ୍ରଭାବ ଶେୟାର ବଜାରରେ ମଧ୍ୟ ଦେଖିବାକୁ ମିଳିଥିଲା। ସରକାରୀ ତୈଳ କମ୍ପାନୀଗୁଡିକର ଶେୟାରରେ ପ୍ରବଳ ବୃଦ୍ଧି ଘଟିଛି। ବିପିସିଏଲ୍‌ ଷ୍ଟକ୍‌ ୪.୪୫ ପ୍ରତିଶତ ବୃଦ୍ଧି ସହିତ ୬୩୪.୮୦ ଟଙ୍କାରେ ବନ୍ଦ ହୋଇଛି। ଏଚ୍‌ପିସିଏଲ୍‌ ଶେୟାରଗୁଡିକ ୭.୬୭ ପ୍ରତିଶତ ବୃଦ୍ଧି ସହିତ ୫୩୩.୨୦ ଟଙ୍କାରେ ବନ୍ଦ ହୋଇଛି । ଯେତେବେଳେ କି ଆଇଓସି ଷ୍ଟକ୍‌ ୨.୬୦ ପ୍ରତିଶତ ଜମ୍ପ ସହିତ ୧୭୩.୩୫ ଟଙ୍କାରେ ବନ୍ଦ ହୋଇଯାଇଛି। ବୈଶ୍ୱିକ ଉତ୍ତେଜନା ପରେ ତୈଳ କ୍ଷେତ୍ର ସହ ଜଡ଼ିତ ବିଶେଷଜ୍ଞମାନେ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ ପିଛା ୧୦୦ ଡଲାର ଛୁଇଁପାରେ ବୋଲି ଆଶଙ୍କା କରୁଥିଲେ। ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପରେ ଏହି ମଧ୍ୟ ଆଶଙ୍କା ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

କ୍ୟାବିନେଟ୍‌ ବୈଠକ ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ…

ଭୁବନେଶ୍ବର,୧ା୭: କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ କୌଣସି ଦେୟ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ…

ରେକର୍ଡ ଭାଙ୍ଗିବେ ଆଲିଆ

ମୁମ୍ବାଇ: ଚଳଚ୍ଚିତ୍ର ‘ଆଲ୍‌ଫା’ରେ ଅଭିନେତ୍ରୀ ଆଲିଆ ଭଟ୍ଟ ଏକ ଜବରଦସ୍ତ ଅଭିନୟ କରିଛନ୍ତି। ଏହି ଚଳଚ୍ଚିତ୍ରରେ ଆଲିଆ ଏବଂ ଶର୍ବରୀ ଓ୍ବାଘ୍‌ ଆକ୍ସନ ଭୂମିକାରେ ଅଭିନୟ କରିଛନ୍ତି।…

ଭାଜପାରେ ସାମିଲ ହେଲେ ମଣ୍ଡଳ ଦମ୍ପତି, ତାଙ୍କ ସହିତ…

ଭୁବନେଶ୍ୱର,୧ା୭: ଭାଜପାରେ ବୁଧବାର ସାମିଲ ହୋଇଛନ୍ତି ବିଜେଡିର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଏବଂ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ। ଶଙ୍ଖ ଛାଡ଼ି ଏହି ଦମ୍ପତି ଏବେ…

ବଡ଼ ଘୋଷଣା କଲେ ସରକାର; ଏତିକି ମାସ ଯାଏ WFH କରିବେ ୫୦% କର୍ମଚାରୀ, ଗାଡ଼ି ପାର୍କିଂ…

ନୂଆଦିଲ୍ଲୀ,୧।୭: ଶୀତକାଳୀନ ପ୍ରଦୂଷଣର ମୁକାବିଲା ପାଇଁ ଦିଲ୍ଲୀ ସରକାର ଏକ ମାଷ୍ଟର ପ୍ଲାନ ଘୋଷଣା କରିଛନ୍ତି। ଏହି ଯୋଜନା ଅନୁଯାୟୀ, ନଭେମ୍ବର ୧ ରୁ ଫେବୃଆରୀ ୨୮…

ସଚେତନ ନାଗରିକ ମଞ୍ଚର ନୂତନ କର୍ମକର୍ତ୍ତା: ଗୋବିନ୍ଦ ବନଛୋରନ ସଭାପତି, ଉପସଭାପତି ହେଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂଆ କମିଟି ଆର୍‌ଏମ୍‌ସିର ସଭାଗୃହରେ ପୂର୍ବତନ ସଭାପତି ଚିତ୍ତରଞ୍ଜନ ଭୋଇଙ୍କ ସଭାପତିତ୍ୱରେ ସଭା…

ଡାକ୍ତର ଦିବସ; କଳାହାଣ୍ଡିରେ ସ୍ୱାସ୍ଥ୍ୟ ସେବା ଠପ୍, ରୋଗୀ ହନ୍ତସନ୍ତ

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ): ଜାତୀୟ ଡାକ୍ତର ଦିବସରେ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ବୁଧବାର ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri