Odisha Elections 2024

କମିଲା ଅଶୋଧିତ ତୈଳ ଦର: ରୁଷିଆରୁ ଅଶୋଧିତ ତୈଳ ଆମଦାନୀ

ଭୁବନେଶ୍ୱର,୪।୫ (ଅନୁରାଧା ମହାରଣା): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ ପିଛା ୮୦ ଡଲାରରୁ ତଳକୁ ଖସିଛି। ଡବ୍ଲ୍ୟୁଟିଆଇ ଅଶୋଧିତ ତୈଳ ବ୍ୟାରେଲ ପିଛା ୭୮.୯୯ ଡଲାରରେ କାରବାର କରୁଛି। ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ସତ୍ତ୍ୱେ ଗତ ୧ ମାସ ମଧ୍ୟରେ ଅଶୋଧିତ ତୈଳ ମୂଲ୍ୟରେ ପ୍ରାୟ ୧୩ ପ୍ରତିଶତ ହ୍ରାସ ଘଟିଛି। ଅନ୍ତର୍ଜାତୀୟ ବଜାରରେ ବ୍ରେଣ୍ଟ ଅଶୋଧିତ ତୈଳ ବ୍ୟାରେଲ ପିଛା ୮୩.୫୭ ଡଲାରରେ କାରବାର କରୁଛି। ତେଣୁ ଡବ୍ଲ୍ୟଟିଆଇ ଅଶୋଧିତ ବ୍ୟାରେଲ ପିଛା ୭୮.୯୯ ଡଲାରରେ କାରବାର କରୁଛି। ପୂର୍ବରୁ ଏହି ଅଶୋଧିତ ତୈଳ ବ୍ୟାରେଲ ପିଛା ୯୧ ଡଲାରରେ ପହଞ୍ଚତ୍ଥିଲା। ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଭାରତ ତଥା ସରକାରୀ ତୈଳ କମ୍ପାନୀଗୁଡିକୁ ପାଇଁ ଆଶ୍ୱସ୍ତି ଦେଇଛି। ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ହେତୁ ୨୦୨୩-୨୪ ଆର୍ଥିକ ବର୍ଷର ଚତୁର୍ଥ ତ୍ରୈମାସିକରେ ସରକାରୀ ତୈଳ କମ୍ପାନୀଗୁଡିକର ଲାଭରେ କମ୍‌ ହୋଇଛି। ଅଶୋଧିତ ତୈଳ ମୂଲ୍ୟରେ ହ୍ରାସର ପ୍ରଭାବ ଶେୟାର ବଜାରରେ ମଧ୍ୟ ଦେଖିବାକୁ ମିଳିଥିଲା। ସରକାରୀ ତୈଳ କମ୍ପାନୀଗୁଡିକର ଶେୟାରରେ ପ୍ରବଳ ବୃଦ୍ଧି ଘଟିଛି। ବିପିସିଏଲ୍‌ ଷ୍ଟକ୍‌ ୪.୪୫ ପ୍ରତିଶତ ବୃଦ୍ଧି ସହିତ ୬୩୪.୮୦ ଟଙ୍କାରେ ବନ୍ଦ ହୋଇଛି। ଏଚ୍‌ପିସିଏଲ୍‌ ଶେୟାରଗୁଡିକ ୭.୬୭ ପ୍ରତିଶତ ବୃଦ୍ଧି ସହିତ ୫୩୩.୨୦ ଟଙ୍କାରେ ବନ୍ଦ ହୋଇଛି । ଯେତେବେଳେ କି ଆଇଓସି ଷ୍ଟକ୍‌ ୨.୬୦ ପ୍ରତିଶତ ଜମ୍ପ ସହିତ ୧୭୩.୩୫ ଟଙ୍କାରେ ବନ୍ଦ ହୋଇଯାଇଛି। ବୈଶ୍ୱିକ ଉତ୍ତେଜନା ପରେ ତୈଳ କ୍ଷେତ୍ର ସହ ଜଡ଼ିତ ବିଶେଷଜ୍ଞମାନେ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ ପିଛା ୧୦୦ ଡଲାର ଛୁଇଁପାରେ ବୋଲି ଆଶଙ୍କା କରୁଥିଲେ। ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପରେ ଏହି ମଧ୍ୟ ଆଶଙ୍କା ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ଜୟଆଲୁକ୍କାସ୍‌ର ମେଗା ବିସ୍ତାର ଯୋଜନା

ଭୁବନେଶ୍ୱର, ୧୮।୫: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଜୁଏଲେରି ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ୍‌’ର ନୂତନ ଆଉଟ୍‌ଲେଟ୍‌ ଏବଂ ବିସ୍ତାର ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୧୮।୫: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଦରବୃଦ୍ଧି କାରଣରୁ (କ୍ରମାଗତ ଭାବେ) ଘରୋଇ ବଜାରରେ (କ୍ରମାଗତ ଭାବେ) ଉଭୟ ସୁନା ଓ ରୁପା ଦର ବୃଦ୍ଧି ପାଉଛି। ଏପରିକି...

ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ

ଭୁବନେଶ୍ୱର,୧୮।୫ (ଅନୁରାଧା ମହାରଣା): ଭାରତର ସର୍ବବୃହତ୍‌ ପାର୍କ ଚେନ୍‌ କୁହାଯାଉଥିବା ୱଣ୍ଡେର୍ଲା ହଲିଡେଜ୍‌ ପକ୍ଷରୁ ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ ନିର୍ମାଣ ହୋଇଛି। ଭୁବନେଶ୍ୱରଠାରୁ ୨୨.୫ କି.ମି....

ଓସ୍‌ମେ ମହିଳା ଶିଳ୍ପୋଦ୍ୟୋଗୀ ସଂଘର ନୂତନ କର୍ମକର୍ତ୍ତା

ଭୁବନେଶ୍ୱର,୧୮।୫: ରାଜ୍ୟର ପ୍ରମୁଖ ଶିଳ୍ପ ସଂଘ ତଥା କଟକ ଖପୁରିଆ ଶିଳ୍ପାଞ୍ଚଳଠାରେ ଥିବା ଓଡ଼ିଶା ଆସମ୍ବଲି ଅଫ୍‌ ସ୍ମଲ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ୍‌ (ଓଏଏସ୍‌ଏମ୍‌ଇ ବା...

ଓସିପିଏଲ୍‌ ପକ୍ଷରୁ ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୮।୫: ଓଡ଼ିଶା କୋଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ (ଓସିପିଏଲ୍‌)ର ମନୋହରପୁର ୟୁନିଟ୍‌ ପକ୍ଷରୁ ଆୟୋଜିତ ଏକ ଦିନିକିଆ କର୍ମଶାଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ...

ଭି-ମାର୍ଟର ନୂତନ ଟି-ଶାର୍ଟ ରେଞ୍ଜ

ନୂଆଦିଲ୍ଲୀ,୧୮।୫: ଦେଶର ପ୍ରମୁଖ ଫ୍ୟାଶନ ରିଟେଲର ଭି-ମାର୍ଟ (ଭି-ମାର୍ଟ ରିଟେଲ ଲିମିଟେଡ୍‌)ର ନୂତନ ଟି-ଶାର୍ଟ ରେଞ୍ଜ ନିକଟରେ ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।...

୨୦୨୪ରେ ଭାରତର ଜିଡିପି ଅଭିବୃଦ୍ଧି ଆକଳନ ୬.୯% ପର୍ଯ୍ୟନ୍ତ ବୃଦ୍ଧି କଲା ଜାତିସଂଘ

ନୂଆଦିଲ୍ଲୀ,୧୭।୫: ମିଳିତ ଜାତିସଂଘ ୨୦୨୪ ପାଇଁ ଭାରତର ଅଭିବୃଦ୍ଧି ଆକଳନକୁ ସଂଶୋଧନ କରିଛି ଏବଂ ଚଳିତ ବର୍ଷ ଅର୍ଥନୀତି ପ୍ରାୟ ୭% ବୃଦ୍ଧି ପାଇବ ବୋଲି...

ଏପ୍ରିଲରେ ୧୧,୬୫୬ ୟୁନିଟ୍‌ ଟ୍ରାକ୍ଟର ବିକ୍ରି

ଭୁବନେଶ୍ୱର,୧୭ା୫: ଭାରତର ୧ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ‘ସୋନାଲିକା’ର ମାସିକ ବିକ୍ରି ଫଳାଫଳ ନିକଟରେ ଘୋଷଣା କରାଯାଇଛି। କମ୍ପାନୀର ଘୋଷଣା ଅନୁଯାୟୀ ୨୦୨୪ ଏପ୍ରିଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri