Posted inଜାତୀୟ

କ୍ରୁଜ ଡ୍ରଗ୍ସ ମାମାଲା: ନୱାବଙ୍କ ଚିଠା ଖୋଲିବେ ଅରାଫତ

ମୁ୍‌ମ୍ବାଇ,୧୨ ।୧୧: କ୍ରୁଜ ଡ୍ରଗ୍ସ ମାମଲା ବେଳକୁ ବେଳ ନୂଆ ମୋଡ ନେଉଛି । ଏବେ ମହାରାଷ୍ଟ୍ରର ଭାରତୀୟ ଜନତା ପାର୍ଟି(ଭାଜପା) ନେତା ହାଜି ଅରାଫତ ଶେଖ ଶୁକ୍ରବାର ଦିନ ୩ଟାରେ ଏହାକୁ ନେଇ ଏକ ଖବରଦାତା ସମ୍ମିଳନୀ ଡାକିଛନ୍ତି । ଏଥିରେ ସେ ଏନ୍‌ସିପି ନେତା ତଥା ମହାରାଷ୍ଟ୍ରର ମନ୍ତ୍ରୀ ନୱାବ ମଲିକଙ୍କ କଞ୍ଚା ଚିଠା ଖୋଲିବେ ବୋଲି କହିଛନ୍ତି । ମୁମ୍ବାଇର କ୍ରୁଜ ଡ୍ରଗ୍ସ ମାମଲାରେ ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀ ନୱାବ ମଲିକ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ଦେବେନ୍ଦ୍ର ଫଡନବିଶଙ୍କ ମଧ୍ୟରେ ଟଣାଭିଡା ବା ଆରୋପ ପ୍ରତ୍ୟାରୋପ ଜାରି ରହିଛି । ବୁଧବାର ପୁଣିଥରେ ନୱାବ ମଲିକ ଫଡନବିଶଙ୍କୁ ଦୋଷ ଦେଇଥିବାରୁ ଏହାକୁ ନେଇ ହାଜି ଆଫତ ନୱାବଙ୍କୁ ପାଲଟା ଜବାବ ଦେଇଛନ୍ତି । ସେ କହିଛନ୍ତି ନୱାବ ମଲିକ ଫିଲ୍ମ ଆରମ୍ଭ କରିଛନ୍ତି ହେଲେ ଏହାକୁ ଆମେ ଶେଷ କରିବୁ । ସେ ଆହୁରି ମଧ୍ୟ କହିଛନ୍ତି ନୱାବ ମଲିକଙ୍କ ମାନସିକ ସ୍ଥିତି ବିଗିଡି ଯାଇଛି । ତାଙ୍କୁ ତୁରନ୍ତ ମାନସିକ ରୋଗର ଚିକିତ୍ସା ଆବଶ୍ୟକ । ସୂଚନାଯୋଗ୍ୟ, ନୱାବ ମଲିକ ଦେବେନ୍ଦ୍ର ଫଡନବିଶ ଓ ହାଜି ଅରାଫତଙ୍କ ସାନ ଭାଇ ଜାଲ ନୋଟ କାରବାରରେ ସମ୍ପୃକ୍ତ ଥିବା କହିବା ପରେ ଏବେ ଏହାକୁ ନେଇ ହାଜି ଅରାଫତ ନୱାବଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ମୋ ପାଖରେ ବୋମା ନାହିଁ ହେଲେ ମୁଁ ନୱାବଙ୍କ କଞ୍ଚା ଚିଠା ଖୋଲିବି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri