ଦବିଲା କୋଠା, ଘରେ ପଶିଲା ପାଣି

ଭୁବନେଶ୍ୱର,୧୩।୯(ବ୍ୟୁରୋ):ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୱେଲ୍‌ ମାର୍କଡ୍‌ ଲୋ’ ପ୍ରେସରରେ ପରିଣତ ହୋଇଛି। ଏହା ପ୍ରଭାବରେ ଶନିବାରଠାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ରବିବାର ଦିନ ତମାମ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି। ବିଭିନ୍ନ ଜିଲାର ବହୁ ଅଞ୍ଚଳ ଜଳମଗ୍ନ ହୋଇ ରହିଥିବାବେଳେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଖବର ମିଳିଛି। ରାଜଧାନୀ ଭୁବନେଶ୍ୱରରେ କୋଠା ଦବିବା ସହ ତଳି ଅଞ୍ଚଳର ବହୁ ଘରେ ପାଣିରେ ବୁଡିଛି। ବର୍ଷାରେ ସ୍ମାର୍ଟସିଟିର ରୂପ ପୂରା ବଦଳିଯାଇଛି। ବସ୍ତି, କଲୋନୀ, ଭିଭିଆଇପି ଅଞ୍ଚଳର ବହୁ ଲୋକ ପାଣି ଘେରରେ ଫସି ରହି ନାନା ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ବହୁତଳ କୋଠାରେ ବି ପାଣି ପଶିଛି। ଡୁମୁଡୁମା ନିକଟ ରଘୁନାଥ ନଗରରେ ଏକ ୩ମହଲା କୋଠା ଦବିଯିବା ସହ କାନ୍ଥ ଫାଟିଯାଇଛି। କେତେକ ସ୍ଥାନରେ କାର୍‌ଗୁଡ଼ିକ ପାଣିରେ ବୁଡିଯାଇଥିବାବେଳେ ଆଉକିଛି ପାଣି ସୁଅରେ ଭାସୁଥିବା ମଧ୍ୟ ନଜରକୁ ଆସିଛି। ସେହିଭଳି କେନ୍ଦ୍ରାପଡ଼ା ସମେତ କେତେକ ଜିଲାରେ ଘର ଭୁଶୁଡିଥିବା ସୂଚନା ମିଳିଛି। ମାଲକାନଗିରିରୁ ବାଲିମେଳାକୁ ସଂଯୋଗ କରୁଥିବା କୋରୁକୋଣ୍ଡା ବ୍ଲକ ସଦର ନିକଟରେ ଥିବା ପୋଲ ଉପରେ ପ୍ରାୟ ୪ଫୁଟ ଉପରେ ପାଣି ପ୍ରବାହିତ ହେଉଛି। ଫଳରେ ବିପଦସଙ୍କୁଳ ଅବସ୍ଥାରେ ଲୋକେ ଯାତାୟାତ କରୁଛନ୍ତି। ସେହିଭଳି ପ୍ରବଳ ବର୍ଷା ଯୋଗୁ ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି
ପଞ୍ଚାୟତ ହରିଦାସପୁର ମୁଖ୍ୟ ରାସ୍ତାରେ ଥିବା କଲଭର୍ଟଟି ଭୁଶୁଡି ପଡିବାରୁ ଯାତାୟାତ ବନ୍ଦ ହୋଇଛି। ଚାରିଆଡେ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇଛି। ବାଲେଶ୍ୱର ଜିଲା ମଥାନୀରେ ଜଳକା ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ବିପଦ ସଙ୍କେତ ୫.୫ ମିଟର ଥିବାବେଳେ ସନ୍ଧ୍ୟାସୁଦ୍ଧା ଏଠାରେ ୫.୭ ମିଟର ଉପରେ ଜଳର ସୁଅ ଚାଲୁଥିଲା। ସେପଟେ ସମୁଦ୍ର ଅଶାନ୍ତ ରହିଥିବାରୁ ସମସ୍ତ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ପୁରୀରେ ସର୍ବାଧିକ ୧୪୫ ଓ ଭୁବନେଶ୍ୱରରେ ୧୧୯ ମିଲି ମିଟର ବର୍ଷା ରେକର୍ଡ କରାଯାଇଛି। ସେହିଭଳି ଟିଟିଲାଗଡ଼ ୪୮.୮, ପାରାଦୀପ ୪୨, ଚାନ୍ଦବାଲି ୨୪, ବାରିପଦା ୨୦ ଓ ଛତ୍ରପୁରରେ ୧୮ ମିମି ବର୍ଷା ହୋଇଛି। ରାଜ୍ୟରେ ଆହୁରି ଦୁଇଦିନ ବର୍ଷା ଲାଗି ରହିବ। ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ ଅବପାତରେ ପରିଣତ ହୋଇ ଉତ୍ତର ଓଡ଼ିଶା ଓ ଛତିଶଗଡ଼ ଦେଇ ଅତିକ୍ରମ କରିବ। ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ପବନର ବେଗ ୪୫ରୁ ୫୫ କିମି ପର୍ଯ୍ୟନ୍ତ ରହିପାରେ। ତେବେ ଝଟ୍‌କା ପବନ ୬୫ କିଲୋମିଟର ପର୍ଯ୍ୟନ୍ତ ବଢ଼ିପାରେ। ତେଣୁ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ସୋମବାର ସମ୍ବଲପୁର, ଦେବଗଡ଼, ଅନୁଗୋଳ, ସୋନପୁର ଓ ବରଗଡ଼ ଆଦି ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବୌଦ୍ଧ, କେନ୍ଦୁଝର, ଢେଙ୍କାନାଳ ଓ କଟକକୁ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି ଏବଂ ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ତେବେ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ। ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ସେପଟେ ବର୍ଷାଜନିତ ସ୍ଥିତିର ମୁକାବିଲା ପାଇଁ ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି। ରେଡ୍‌, ଅରେଞ୍ଜ ଓ ୟେଲୋ ୱାର୍ନିଂ ଜାରି ହୋଇଥିବା ଜିଲାର ବାସିନ୍ଦାଙ୍କୁ ସତର୍କ କରାଇବା ସହିତ ତଳିଆ ଅଞ୍ଚଳରୁ ଜଳ ନିଷ୍କାସନ ପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଭଳି ସ୍ଥିତି ମଧ୍ୟ ଉପୁଜିପାରେ। ତେଣୁ ଏଥିପ୍ରତି ନଜର ରଖିବାକୁ ଏସ୍‌ଆର୍‌ସି ପରାମର୍ଶ ଦେଇଛନ୍ତି। ଜିଲାରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲିବା ସହିତ ବିଡିଓ, ତହସିଲଦାର ଏବଂ ଗ୍ରାମ ଉନ୍ନୟନ ବିଭାଗର କର୍ମଚାରୀଙ୍କୁ ସଜାଗ ରହିବାକୁ କୁହାଯାଇଛି। ବର୍ଷାରେ କ୍ଷତିଗ୍ରସ୍ତ ରାସ୍ତାଘାଟ ମରାମତି ଲାଗି ମଧ୍ୟ ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri