ଦବିଲା କୋଠା, ଘରେ ପଶିଲା ପାଣି

ଭୁବନେଶ୍ୱର,୧୩।୯(ବ୍ୟୁରୋ):ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୱେଲ୍‌ ମାର୍କଡ୍‌ ଲୋ’ ପ୍ରେସରରେ ପରିଣତ ହୋଇଛି। ଏହା ପ୍ରଭାବରେ ଶନିବାରଠାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ରବିବାର ଦିନ ତମାମ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି। ବିଭିନ୍ନ ଜିଲାର ବହୁ ଅଞ୍ଚଳ ଜଳମଗ୍ନ ହୋଇ ରହିଥିବାବେଳେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଖବର ମିଳିଛି। ରାଜଧାନୀ ଭୁବନେଶ୍ୱରରେ କୋଠା ଦବିବା ସହ ତଳି ଅଞ୍ଚଳର ବହୁ ଘରେ ପାଣିରେ ବୁଡିଛି। ବର୍ଷାରେ ସ୍ମାର୍ଟସିଟିର ରୂପ ପୂରା ବଦଳିଯାଇଛି। ବସ୍ତି, କଲୋନୀ, ଭିଭିଆଇପି ଅଞ୍ଚଳର ବହୁ ଲୋକ ପାଣି ଘେରରେ ଫସି ରହି ନାନା ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ବହୁତଳ କୋଠାରେ ବି ପାଣି ପଶିଛି। ଡୁମୁଡୁମା ନିକଟ ରଘୁନାଥ ନଗରରେ ଏକ ୩ମହଲା କୋଠା ଦବିଯିବା ସହ କାନ୍ଥ ଫାଟିଯାଇଛି। କେତେକ ସ୍ଥାନରେ କାର୍‌ଗୁଡ଼ିକ ପାଣିରେ ବୁଡିଯାଇଥିବାବେଳେ ଆଉକିଛି ପାଣି ସୁଅରେ ଭାସୁଥିବା ମଧ୍ୟ ନଜରକୁ ଆସିଛି। ସେହିଭଳି କେନ୍ଦ୍ରାପଡ଼ା ସମେତ କେତେକ ଜିଲାରେ ଘର ଭୁଶୁଡିଥିବା ସୂଚନା ମିଳିଛି। ମାଲକାନଗିରିରୁ ବାଲିମେଳାକୁ ସଂଯୋଗ କରୁଥିବା କୋରୁକୋଣ୍ଡା ବ୍ଲକ ସଦର ନିକଟରେ ଥିବା ପୋଲ ଉପରେ ପ୍ରାୟ ୪ଫୁଟ ଉପରେ ପାଣି ପ୍ରବାହିତ ହେଉଛି। ଫଳରେ ବିପଦସଙ୍କୁଳ ଅବସ୍ଥାରେ ଲୋକେ ଯାତାୟାତ କରୁଛନ୍ତି। ସେହିଭଳି ପ୍ରବଳ ବର୍ଷା ଯୋଗୁ ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି
ପଞ୍ଚାୟତ ହରିଦାସପୁର ମୁଖ୍ୟ ରାସ୍ତାରେ ଥିବା କଲଭର୍ଟଟି ଭୁଶୁଡି ପଡିବାରୁ ଯାତାୟାତ ବନ୍ଦ ହୋଇଛି। ଚାରିଆଡେ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇଛି। ବାଲେଶ୍ୱର ଜିଲା ମଥାନୀରେ ଜଳକା ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ବିପଦ ସଙ୍କେତ ୫.୫ ମିଟର ଥିବାବେଳେ ସନ୍ଧ୍ୟାସୁଦ୍ଧା ଏଠାରେ ୫.୭ ମିଟର ଉପରେ ଜଳର ସୁଅ ଚାଲୁଥିଲା। ସେପଟେ ସମୁଦ୍ର ଅଶାନ୍ତ ରହିଥିବାରୁ ସମସ୍ତ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ପୁରୀରେ ସର୍ବାଧିକ ୧୪୫ ଓ ଭୁବନେଶ୍ୱରରେ ୧୧୯ ମିଲି ମିଟର ବର୍ଷା ରେକର୍ଡ କରାଯାଇଛି। ସେହିଭଳି ଟିଟିଲାଗଡ଼ ୪୮.୮, ପାରାଦୀପ ୪୨, ଚାନ୍ଦବାଲି ୨୪, ବାରିପଦା ୨୦ ଓ ଛତ୍ରପୁରରେ ୧୮ ମିମି ବର୍ଷା ହୋଇଛି। ରାଜ୍ୟରେ ଆହୁରି ଦୁଇଦିନ ବର୍ଷା ଲାଗି ରହିବ। ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ ଅବପାତରେ ପରିଣତ ହୋଇ ଉତ୍ତର ଓଡ଼ିଶା ଓ ଛତିଶଗଡ଼ ଦେଇ ଅତିକ୍ରମ କରିବ। ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ପବନର ବେଗ ୪୫ରୁ ୫୫ କିମି ପର୍ଯ୍ୟନ୍ତ ରହିପାରେ। ତେବେ ଝଟ୍‌କା ପବନ ୬୫ କିଲୋମିଟର ପର୍ଯ୍ୟନ୍ତ ବଢ଼ିପାରେ। ତେଣୁ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ସୋମବାର ସମ୍ବଲପୁର, ଦେବଗଡ଼, ଅନୁଗୋଳ, ସୋନପୁର ଓ ବରଗଡ଼ ଆଦି ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବୌଦ୍ଧ, କେନ୍ଦୁଝର, ଢେଙ୍କାନାଳ ଓ କଟକକୁ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି ଏବଂ ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ତେବେ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ। ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ସେପଟେ ବର୍ଷାଜନିତ ସ୍ଥିତିର ମୁକାବିଲା ପାଇଁ ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି। ରେଡ୍‌, ଅରେଞ୍ଜ ଓ ୟେଲୋ ୱାର୍ନିଂ ଜାରି ହୋଇଥିବା ଜିଲାର ବାସିନ୍ଦାଙ୍କୁ ସତର୍କ କରାଇବା ସହିତ ତଳିଆ ଅଞ୍ଚଳରୁ ଜଳ ନିଷ୍କାସନ ପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଭଳି ସ୍ଥିତି ମଧ୍ୟ ଉପୁଜିପାରେ। ତେଣୁ ଏଥିପ୍ରତି ନଜର ରଖିବାକୁ ଏସ୍‌ଆର୍‌ସି ପରାମର୍ଶ ଦେଇଛନ୍ତି। ଜିଲାରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲିବା ସହିତ ବିଡିଓ, ତହସିଲଦାର ଏବଂ ଗ୍ରାମ ଉନ୍ନୟନ ବିଭାଗର କର୍ମଚାରୀଙ୍କୁ ସଜାଗ ରହିବାକୁ କୁହାଯାଇଛି। ବର୍ଷାରେ କ୍ଷତିଗ୍ରସ୍ତ ରାସ୍ତାଘାଟ ମରାମତି ଲାଗି ମଧ୍ୟ ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?