କ୍ରିପ୍ଟୋ ଠକେଇ: ଦୋଷୀକୁ ୭ ବର୍ଷ ସଶ୍ରମ କାରାଦଣ୍ଡ

କଟକ, ୩୦।୪: କ୍ରିପ୍ଟୋ ନିବେଶ ନାମରେ ଶହ ଶହ ଜମାକାରୀଙ୍କ ନିକଟରୁ ୧.୧୩ କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗରେ ବାଲେଶ୍ୱର ଓପିଆଇଡି ଅଦାଲତ ମୁଖ୍ୟ ଅଭିଯୁକ୍ତ ନୀଲେଶ କରଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ତାଙ୍କୁ ୭ ବର୍ଷ ସଶ୍ରମ କାରାଦଣ୍ଡ ସହ ୨.୩୫ ଲକ୍ଷ ଟଙ୍କା ଜରିମାନା ଦଣ୍ଡାଦେଶ ଶୁଣାଇଛନ୍ତି। ଜରିମାନା ରାଶି ପୈଠ ନକଲେ ଅଭିଯୁକ୍ତଙ୍କୁ ଅଧିକ ୦୨ ବର୍ଷ ଜେଲ ଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ଅଦାଲତ ଆଦେଶ ଦେଇଛନ୍ତି।

ମାମଲାର ବିବରଣୀ ଅନୁଯାୟୀ, 2023 ମସିହା ଏପ୍ରିଲ 5 ତାରିଖରେ ବାଲେଶ୍ୱର ଜିଲ୍ଲା ସହଦେବଖୁଣ୍ଟାର ବାସିନ୍ଦା ମହାମାନ୍ୟ ଜେନା କ୍ରିପ୍ଟୋ ନିବେଶ ନାମରେ ଠକାମୀର ଶିକାର ହୋଇଥିବା ସଂକ୍ରାନ୍ତରେ ଥାନାରେ ଅଭିଯୋଗ କରିଥିଲେ।

ଅଭିଯୁକ୍ତ ନିଲେଶ କର ତାଙ୍କୁ ‘କ୍ଲାଉଡ୍-ଫୁଟ୍’ ନାମକ ଏକ ଆପ୍/ୱେବସାଇଟରେ ଟଙ୍କା ନିବେଶ କରି ଅଧିକ ଟଙ୍କା ରୋଜଗାର କରିବାକୁ ପ୍ରୋତ୍ସାହିତ କରିଥିଲେ। ସେହି ଅନୁଯାୟୀ, ମହାମାନ୍ୟ ୨୦୨୩ ଜାନୁଆରୀରୁ ମାର୍ଚ୍ଚ ମଧ୍ୟରେ ଜମା କରି ସମୁଦାୟ ୨,୧୩,୦୩୮/- ଟଙ୍କା ବିନିଯୋଗ କରିଥିଲେ। ପରବର୍ତ୍ତୀ ସମୟରେ ତାଙ୍କୁ ୫୦,୫୭,୧୧୭/- ଟଙ୍କା ମିଳିବ ବୋଲି କ୍ଲାଉଡ୍-ଫୁଟ୍’ ପକ୍ଷରୁ ସୂଚନା ଦିଆ ଯାଇଥିଲା। ତେବେ ହଠାତ୍ ସମ୍ପୃକ୍ତ ୱେବସାଇଟ୍ ଟି ବନ୍ଦ ହୋଇଯାଇଥିଲା। ଫଳରେ ମହାମାନ୍ୟ ଟଙ୍କା ଉଠାଇବାରେ ସକ୍ଷମ ହୋଇନଥିଲେ। ପରବର୍ତ୍ତୀ ସମୟରେ ସେ ଠକାମୀର ଶିକାର ହୋଇଥିବା ଜାଣିବାକୁ ପାଇ ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ହୋଇଥିଲେ।

ଅଭିଯୁକ୍ତ ନିଲେଶ କର ବାଲେଶ୍ୱର ଜିଲ୍ଲା ପାଇଁ ଏହି ନକଲି ୱେବସାଇଟର ମୁଖ୍ୟ ଭାବେ ନିଯୁକ୍ତ ହୋଇଥିଲେ। ସାରା ରାଜ୍ୟରେ ୪୦୦ରୁ ଅଧିକ ଲୋକଙ୍କୁ ଏହି ୱେବସାଇଟର ସଦସ୍ୟ ହେବାକୁ ପ୍ରୋତ୍ସାହିତ କରିଥିଲେ ବୋଲି ପୋଲିସ ତଦନ୍ତ ସମୟରେ ଜାଣିବାକୁ ପାଇଥିଲା।

ଜମାକାରୀଙ୍କ ମନରେ ବିଶ୍ୱାସ ସୃଷ୍ଟି କରିବା ପାଇଁ ନୀଲେଶ ଆରବିଆଇର ନକଲି ଅନୁମୋଦନ ପତ୍ର ଏବଂ ‘କ୍ଲାଉଡ୍-ଫୁଟ୍’ର ନିଯୁକ୍ତି ପତ୍ର ମଧ୍ୟ ଦେଖାଇଥିଲେ। ଫଳରେ ସାରା ରାଜ୍ୟର ଜମାକାରୀମାନେ କୋଟି କୋଟି ଟଙ୍କା ପୁଞ୍ଜି ନିବେଶ କରିଥିଲେ। ଅନୁସନ୍ଧାନରୁ ଜଣାପଡିଛି ଯେ, ସାରା ଦେଶରେ ନକଲି ୱେବସାଇଟ୍ ‘କ୍ଲାଉଡ୍-ଫୁଟ୍’କୁ କ୍ରିପ୍ଟୋ ନିବେଶ ନାମରେ ଦେଶବ୍ୟାପୀ ନିବେଶକମାନଙ୍କୁ ଠକିବା ପାଇଁ ବ୍ୟବହାର କରାଯାଉଥିଲା।

ବାଲେଶ୍ୱର ଓପିଆଇଡି କୋର୍ଟର ସ୍ୱତନ୍ତ୍ର ସରକାରୀ ଓକିଲ ପ୍ରଣବ କୁମାର ପଣ୍ଡା ମାମଲା ପରିଚାଳନା କରୁଥିଲେ। ଇନ୍ସପେକ୍ଟର ତାପସ ରଞ୍ଜନ ସାହୁ ଏହି ମାମଲାର ତଦନ୍ତକାରୀ ଅଧିକାରୀ ଭାବେ ଦାୟିତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri